ପିଏମ୍ ଶ୍ରୀ ଉତ୍ସବ ୨୦୨୬, ମା ବାପା ହେଉଛନ୍ତି ପ୍ରଥମ…

କେସିଙ୍ଗା,୧୫ା୧(ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ସଭା ଗୃହରେ ବିଦ୍ୟାଳୟ ସ୍ତରୀୟ ପ୍ରଥମ ପିଏମ୍ ଶ୍ରୀ ଉତ୍ସବ ପାଳିତ ହୋଇଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ଉତ୍ସବର ସଭାପତି ଆନନ୍ଦ କୁମାର ବେହେରା ନେତୃତ୍ବରେ ଗୁରୁବାର ମହାସମାରୋହରେ ପାଳିତ ହୋଇଯାଇଛି।ଏହି ଉତ୍ସବରେ ପ୍ରଥମେ ଶ୍ରୀଜନ୍ନାଥଙ୍କ ପ୍ରତିମୂର୍ତ୍ତୀରେ ଦୀପ ଧୂପ ପ୍ରଜ୍ବଳନ କରି ପୂଜାର୍ଚ୍ଚନା କରି ଉତ୍ସବକୁ ଉଦଘାଟନ କରିଥିଲେ । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ କେସିଙ୍ଗା ବିଡ଼ିଓ ଜନ୍ମେଜୟ ସ୍ୱାଇଁ ଯୋଗଦେଇ ଥିଲେ।

ଏଥିରେ ମୁଖ୍ୟ ବକ୍ତା ଭାବେ ଅବସର ପ୍ରାପ୍ତ ସହ ଶିକ୍ଷୟତ୍ରୀ ଜାଜ୍ଞସେନି ସାହା ଯୋଗଦେଇ ତାଙ୍କର ବ୍ୟକ୍ତବରେ କହିଥିଲେ ଯେ, ପ୍ରଥମେ ମାଆ ବାପା ଗୁରୁ ହୋଇ ଭାଗବତ ବିଶ୍ୱାସୀ ଜନ୍ମାଇ ଥିବା ଶିଶୁ ଭବିଷ୍ୟତରେ ଭଲ ମଣିଷଟିଏ ହେବ । ମୁଖ୍ୟ ଅତିଥି ଭାବେ ବିଡ଼ିଓ ଜନ୍ମେଜୟ ସ୍ୱାଇଁ ଯୋଗଦେଇ ସ୍ୱାସ୍ଥ୍ୟ ଓ ଶିକ୍ଷା ବିଷୟରେ ଆଲୋକପାତ କରିଥିଲେ। ଏହି ଉତ୍ସବରେ ସମସ୍ତ ଅତିଥିଙ୍କୁ ସମ୍ମାନିତ କରା ଯାଇଥିଲା।ଏଥିରେ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ହରିଶଙ୍କର ଭୋଇ, ପ୍ରମୁଖ ଯୋଗଦେଇ ପିଏମ ଶ୍ରିଉତ୍ସବ୍ ବିଷୟରେ ନିଜସ୍ଵ ମତ ପ୍ରକାଶ କରିଥିଲେ।

ସେହିପରି ଏହି ଉତ୍ସବରେ ଦୋକାନ ଯାତ୍ରା, ଆକାଂକ୍ଷା ମେଳା, ଜିଜ୍ଞାସା, କ୍ରିଡାଙ୍ଗନ୍, ସାହିତ୍ୟ ସୃଜନୀ, କୌଶଳୀ ଏଭଳି ବିଭିନ୍ନ ଷ୍ଟଲ ଖୋଲା ଯାଇଥିଲା। ଏହି ଷ୍ଟଲକୁ ଅତିଥିମାନେ ଉଦଘାଟନ କରିଥିଲେ। ଏଥିରେ ବିଚାରକ ଭାବେ ପ୍ରଧାନ ଶିକ୍ଷକ ଅଭୟ କୁମାର ଦେବତାଙ୍କ ସମେତ ୫ ଜଣଙ୍କୁ ମଧ୍ୟ ସମ୍ମାନିତ କରା ଯାଇଥିଲା। ଅତିଥି ମାନେ ୧୦ଟି ଷ୍ଟଲକୁ ଉଦଘାଟନ କରିଥିଲେ।

ଆବାହକ ଭାବେ ସମୀର କୁମାର ବେହେରା ଅଂଶ ଗ୍ରହଣ କରି ସୃଜନତାଶିଲତା, ସମାଲୋଚତ୍ମାକ ଚିନ୍ତନ, ସହଯୋଗ ଓ ସଂଯୋଗ କୌଶଳ ବିକାଶ, ଡିଜିଟାଲ ଶିକ୍ଷା, ବୃତ୍ତି ମୂଳକ ଶିକ୍ଷା ଓ କ୍ରୀଡା, କଳାକୁ ଉତ୍ସାହିତ କରିବା ସହ ପରିବେଶ ସୁରକ୍ଷା, ସ୍ବଚ୍ଛତା,ସ୍ୱାସ୍ଥ୍ୟ ଓ ଛାତ୍ରିଛାତ୍ର ଙ୍କ ସର୍ବାଙ୍ଗିନ ବିକାଶ ପାଇ ସାଂସ୍କୃତିକ, କ୍ରୀଡା, ବିଦ୍ୟାଳୟ ପରିବେଶ ସୁରକ୍ଷିତ ଆଦି ବିଷୟରେ ଆଲୋକପାତ କରିଥିଲେ । କେସିଙ୍ଗା ବ୍ଳକରେ କେସିଙ୍ଗା ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାପୀଠ ଓ ତୁଣ୍ଡଳାକୁ କେନ୍ଦ୍ରୀୟ ସ୍ତରୀୟ ମାନ୍ୟତା ପାଇଥିବାରୁ ଜିଲାରେ ଶିକ୍ଷା ବିଭାଗ ପକ୍ଷରୁ ଆନନ୍ଦ ପ୍ରକାଶ ପାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri