Odisha Elections 2024

୧୩ରେ ପ୍ରଥମ ମତଦାନ: ୭୦୩ କେନ୍ଦ୍ରର ହେବ ଓ୍ବେବ୍‌କାଷ୍ଟ

ଛତ୍ରପୁର,୯ା୫(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲାରେ ଆଉ ତିନି ଦିନ ପରେ ୧୩ ତାରିଖ ଦିନ ବ୍ରହ୍ମପୁର ଲୋକସଭା ଏବଂ ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି ଓ ଚିକିଟି ବିଧାନସଭା ଆସନଗୁଡିକର ନିର୍ବାଚନ ଅନୁଷ୍ଠିତ ହେବ।

ଏହି ନିର୍ବାଚନ ସକାଶେ ସମୁଦାୟ ୩୦୪୬ଟି ବୁଥ ପ୍ରସ୍ତୁତ ହୋଇସାରିଛି । ସମସ୍ତ ନିର୍ବାଚନ କାର୍ଯ୍ୟ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି । ଆଇନଶୃଙ୍ଖଳା ପରିସ୍ଥିତି ଠାରୁ ଆରମ୍ଭ କରି ସମସ୍ତ ଦିଗ ପ୍ରତି ପ୍ରଶାସନ ନଜର ରଖିଛି । ଅପ୍ରୀତିକର ପରିସ୍ଥିତିକୁ ରୋକିବା ପାଇଁ ଜିଲ୍ଲାସ୍ତରରେ ଓ୍ବେବକାଷ୍ଟ ଦ୍ବାରା ନଜର ରଖାଯିବ। ଏଥି ନିମନ୍ତେ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ଛତ୍ରପୁରଠାରେ ଓ୍ବେବକାଷ୍ଟ ହେବ। ୧୩ ତାରିଖ ନିର୍ବାଚନର ୭୦୩ଟି ବୁଥର ଓ୍ବେବକାଷ୍ଟ ହେବ। ଏହି ଓ୍ବେବକାଷ୍ଟ ଦ୍ବାରା ୭୦୩ଟି ବୁଥରେ କିଭଳି ମତଦାନ ସଂଗ୍ରହ ହେଉଛି ସେହି ପ୍ରକ୍ରିୟା ନିର୍ବାଚନ ଅଧିକାରୀ, ପର୍ଯ୍ୟବେକ୍ଷକ ସିଧାସଳଖ ଦେଖିପାରିବେ। ଏହି ବ୍ୟବସ୍ଥା ଦ୍ବାରା ଅବାଧ, ମୁକ୍ତ ଓ ନିରପେକ୍ଷ ନିର୍ବାଚନ ହେବା ଆଶା ରଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଦେବାକୁ ଆସିଥିବା ଲୋକଙ୍କ ଉପରେ ଖସିଲା ସାଇନବୋର୍ଡ : ଶିଶୁ ସମେତ ୫ ଗୁରୁତର ଆହତ

ଦାରିଙ୍ଗବାଡି, ୨୦।୫ (ଅରୁଣ ସାହୁ): ରାଜ୍ୟରେ ଦିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ସୋମବାର ଚାଲିଛି। ମତଦାନବେଳେ ଏକ ଦୁର୍ଘଟଣା ଘଟିଛି। ସାଇନବୋର୍ଡ଼ ଖସି ଯିବାରୁ ଜଣେ...

ଭୋଟରଙ୍କୁ କଂଗ୍ରେସର ଗ୍ୟାରେଣ୍ଟି କାର୍ଡ: ଏଥିରେ ରହିଛି ବଡ଼ ପ୍ରତିଶ୍ରୁତି

ମୋରଡ଼ା,୨୦ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ପାଣିପାଗରେ ଉଷ୍ମତା ଦେଖିବାକୁ ମିଳିଛି। ପ୍ରମୁଖ ରାଜନୈତିକ ଦଳ ଭାଜପା,...

ଭାଜପା ସମର୍ଥକଙ୍କ ଆକ୍ରମଣରେ ବିଜେଡିକର୍ମୀ ଗୁରୁତର

ବାସୁଦେବପୁର,୨୦।୫(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ୫ ନମ୍ବର ଓ୍ବାର୍ଡରେ ସୋମବାର ପୂର୍ବାହ୍ନରେ ପୋଷ୍ଟର ଲଗାଇବାକୁ କେନ୍ଦ୍ର କରି ବିବାଦ ଉପୁଜିଛି। ଏହାକୁ...

ଭୁଜାଲି ମାଡ଼ରେ ଜଣଙ୍କ ଜୀବନ ଗଲା

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ବ୍ଲକ ଅନ୍ତର୍ଗତ ସରସରା ଗ୍ରାମରେ ସୋମବାର ସ୍ପଷ୍ଟ ଦିବାଲୋକରେ ଏକ ହତ୍ୟାକାଣ୍ଡ ଘଟିଛି। ଭୁଜାଲି ମାଡ଼ରେ ଜଣେ ଲୋକଙ୍କ ମୃତ୍ୟୁ...

୩ ପ୍ରମୁଖ ଦଳ ମଧ୍ୟରେ ହେବ କଡ଼ା ଟକ୍କର

ପରଜଙ୍ଗ,୨୦ା୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦୧୯ ନିର୍ବାଚନରେ ଅଳ୍ପକେ ବିଜୟ ପାଇଥିଲା ବିଜେଡି। ଭାଜପା ଏଠାରେ ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ ରହିଥିଲା। ହେଲେ...

ନିଜ ବଳରେ ଲଢୁଛନ୍ତି ଢେଙ୍କାନାଳ କଂଗ୍ରେସ ପ୍ରାର୍ଥୀ

ଢେଙ୍କାନାଳ,୨୦ା୫(ରତନ ନାୟାର): ଢେଙ୍କାନାଳ ଜିଲାରେ ଆସନ୍ତା ୨୫ ତାରିଖରେ ଭୋଟ ଗ୍ରହଣ ହେବ। ତେବେ ୨୩ ତାରିଖରେ ପ୍ରଚାର ପର୍ବ ଶେଷ ହେବ। ତେଣୁ ପ୍ରାର୍ଥୀମାନଙ୍କ...

ଜି ଉଦୟଗିରିରେ ୧୧ଟା ସୁଦ୍ଧା ୨୦% ମତଦାନ

ଜି ଉଦୟଗିରି,୨୦।୫(ଶିଶିର ପଟ୍ଟନାୟକ): ଜି ଉଦୟଗିରି ବିଧାନସଭା ଓ ଫୁଲବାଣୀ ଲୋକ ସଭା ଆସନ ନିମନ୍ତେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଜି...

ଅତାବିରାରେ ସର୍ବାଧିକ ମତଦାନ, ପଦ୍ମପୁରରେ ସର୍ବନିମ୍ନ

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ର ଗୁଡିକରେ ମତଦାତାଙ୍କ ଲମ୍ବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri