Posted inଖେଳ

ପ୍ରଥମ ଅଭ୍ୟାସ ମ୍ୟାଚ୍‌: ରାହାନେଙ୍କ ଶତକ

ସିଡ୍‌ନୀ, ୭।୧୨(ପି.ଟି.): ସ୍ଥାନୀୟ ଡ୍ରୁମୋଇନ୍‌ ଓଭାଲ ଗ୍ରାଉଣ୍ଡରେ ଭାରତ- ଏ ଓ ଅଷ୍ଟ୍ରେଲିଆ- ଏ ମଧ୍ୟରେ ପ୍ରଥମ ୩ ଦିନିଆ ଅଭ୍ୟାସ ମ୍ୟାଚ ଆରମ୍ଭ ହୋଇଛି। ଭାରତ- ଏ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ ଆଜିଙ୍କ୍ୟ ରାହାନେଙ୍କ ଶତକ ସହାୟତାରେ ଭାରତ- ଏ ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ୯୦ ଓଭରରେ ୮ ଉଇକେଟ ହରାଇ ୨୩୭ ରନ ସଂଗ୍ରହ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ରାହାନେ ୧୦୮ ରନ (୧୬ ଚୌକା, ୧ ଛକା)ର ଶତକୀୟ ପାଳି ଖେଳି ଓ ମହମ୍ମଦ ସିରାଜ ବିନା ସ୍କୋରରେ ଅପରାଜିତ ରହିଛନ୍ତି। ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା ୫୪ ରନ(୫ ଚୌକା)ର ଅର୍ଦ୍ଧଶତକୀୟ ପାଳି ଖେଳି ଆଉଟ ହୋଇଥିଲେ। ହନୁମା ବିହାରୀ ୧୫, କୁଲଦୀପ ଯାଦବ ୧୫, ଉମେଶ ଯାଦବ ୨୪ ରନକରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ଦୁଇ ଓପନର ପୃଥ୍ବୀ ଶ ଓ ଶୁବମନ ଗିଲ, ଉଇକେଟକିପର ବ୍ୟାଟ୍ସମ୍ୟାନ ରିଦ୍ଧିମାନ ଶାହା ଖାତା ଖୋଲିବା ପୂର୍ବରୁ ଆଉଟ ହୋଇଥିଲେ। ରବିଚନ୍ଦ୍ରନ ଅଶ୍ୱିନ ୫ ରନ ସଂଗ୍ରହ କରିଥିଲେ। ବୋଲିଂରେ ଜେମ୍ସ ପାଟିନସନ ୩, ମାଇକେଟ ନେସେର ଓ ଟ୍ରାଭିସ୍‌ ହେଡ ୨ଟି ଲେଖାଏ, ଜ୍ୟାକ୍‌ଶନ ବାର୍ଡ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଭାରତ- ଏ ପ୍ରଥମ ଇନିଂସରେ ୯୦ ଓଭରରେ ୨୩୭/୮


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବରି; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା…

ଲାଇଭ୍‌ ମ୍ୟାଚ୍‌ରେ ପଡିକ୍କଲଙ୍କୁ କୋଳାଗ୍ରତ କରି ଚୁମ୍ବନ ଦେଲେ ରାହୁଲ: ପଡ଼ିଆରେ ଏମିତି କ’ଣ ଘଟିଲା, ଦେଖନ୍ତୁ VIDEO

ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଗିଲଙ୍କ ଧମାକା, ଗୋଟିଏ ହାତରେ ଏମତି କ୍ୟାଚ୍‌ ଧରିଲେ ସବୁ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍‌ରେ ଶ୍ରୀଲଙ୍କା ବ୍ୟାଟର…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri