ଆଗ ଥଇଥାନ, ପରେ ଉଚ୍ଛେଦ କର: ସୁଇପର କଲୋନୀବାସୀ ଜିଲାପାଳଙ୍କୁ ଫେରାଦ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ପର୍ଯ୍ୟାୟକ୍ରମେ ଏହି ପୌରାଞ୍ଚଳର ଗୋଟିଏ ୱାର୍ଡରୁ ଅନ୍ୟ ୱାର୍ଡ଼ରେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ତେବେ ଉଚ୍ଛେଦ ପୂର୍ବରୁ କୌଣସି ଥଇଥାନ ବ୍ୟବସ୍ଥା କରାଯାଉ ନ ଥିବା ଯୋଗୁ ଏଥିରେ ପ୍ରଭାବିତ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ବରଗଡ଼ ପୌର ପରିଷଦର ୱାର୍ଡ ନଂ-୧୩ ଅଧୀନ ସୁଇପର କଲୋନୀବାସୀ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ ସ୍ମାରକପତ୍ର ଗ୍ରହଣ କରିଥିଲେ। ବିନା ଥଇଥାନରେ ଉଚ୍ଛେଦ ନ କରିବା ପାଇଁ ସେମାନେ ଜିଲାପାଳଙ୍କୁ ନିବେଦନ କରିଛନ୍ତି।
ସୂଚନା ଅନୁଯାୟୀ, ବରଗଡ଼ କଲେଜ ରୋଡ୍‌ ପାର୍ଶ୍ୱରେ ସୁଇପର୍‌ କଲୋନୀ ଗଢ଼ି ଉଠିଛି। ବାପଅଜା ଅମଳରୁ ପଡ଼ାବାସୀ ଏଠାରେ ଘରଦ୍ୱାର କରି ରହିଆସୁଛନ୍ତି। ତେବେ ଏଠାରେ ରହୁଥିବା ଅଧିକାଂଶ ଲୋକ ମୁଖ୍ୟତଃ ପୌର ପରିଷଦର ସଫେଇ କର୍ମଚାରୀ ଭାବେ କାମ କରିଆସୁଛନ୍ତି। ତେବେ ଗୁରୁବାର ଉକ୍ତ ପଡ଼ାର ସମସ୍ତ ଘରକୁ ଉଚ୍ଛେଦ ପାଇଁ ଚିହ୍ନଟ କରାଯାଇଛି। ଶନିବାର ଉଚ୍ଛେଦ କରାଯିବ ଏବଂ ଏହାପୂର୍ବରୁ ଘର ଖାଲି କରିବା ପାଇଁ ପୌର ପରିଷଦ କର୍ମଚାରୀମାନେ ସେମାନଙ୍କୁ କହିଥିବା ପଡ଼ାବାସୀ ପ୍ରକାଶ କରିଛନ୍ତି। ଏହା ଜାଣିବା ପରେ ପଡ଼ାବାସୀଙ୍କ ଚିନ୍ତା ବଢ଼ି ଯାଇଛି। ଅନ୍ୟ କେଉଁଠି ସେମାନଙ୍କ ଆଉ ବାସସ୍ଥାନ ନ ଥିବା ଯୋଗୁ ଉଚ୍ଛେଦ ପରେ ସେମାନେ କେଉଁଠି ଛୁଆପିଲା ଧରି ରହିବେ ବୋଲି କହିଛନ୍ତି। ଅନ୍ୟପଟେ ପୌର ପ୍ରଶାସନ ପକ୍ଷରୁ କାଗଜ ଖଣ୍ଡିଏ ଲେଖାଏଁ ସବୁ ପରିବାରକୁ ଧରାଇ ଦିଆଯାଇଛି ଏବଂ ସେମାନଙ୍କୁ ଜାଗା ଯୋଗାଇ ଦିଆଯାଇଥିବା ନେଇ ପୌର କର୍ମଚାରୀମାନେ କହିଥିବା ପଡ଼ାବାସୀ ପ୍ରକାଶ କରିଛନ୍ତି। କିନ୍ତୁ ଏପର୍ଯ୍ୟନ୍ତ ସେମାନଙ୍କୁ କେଉଁ ଜାଗା ପ୍ରଦାନ କରାଯାଇଛି, ତାହା କୌଣସି ସରକାରୀ ଅଧିକାରୀ କିମ୍ବା କର୍ମଚାରୀ ଦେଖାଇ ନ ଥିବା ପଡ଼ାବାସୀ କହିଛନ୍ତି। ଅପରପକ୍ଷେ ପରିବାରରେ ବୃଦ୍ଧାବୃଦ୍ଧ, ଛୁଆପିଲା, ଗର୍ଭବତୀ ମହିଳା ରହିଛନ୍ତି। ଏଭଳି ସ୍ଥିତିରେ ସେମାନେ କେଉଁଠିକୁ ଯିବେ ବୋଲି ପ୍ରଶ୍ନ କରିଛନ୍ତି। ସେହିପରି ଆଗକୁ ବର୍ଷା ଆସୁଛି। ଫଳରେ ଉଚ୍ଛେଦ ପୂର୍ବରୁ ସେମାନଙ୍କ ଥଇଥାନ ବ୍ୟବସ୍ଥା କରିବା ପାଇଁ ପଡ଼ାବାସୀ ଜିଲାପାଳଙ୍କଠାରେ ଦାବି କରିଛନ୍ତି। ସ୍ମାରକପତ୍ର ପ୍ରଦାନ ସମୟରେ ପଡ଼ାର ଅନେକ ମହିଳା ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସାନ ମାଈଁ-ଭଣଜାଙ୍କ ପ୍ରେମ ସମ୍ପର୍କ ଧରାପଡ଼ିବାରୁ ଡବର୍ଲ ମର୍ଡର, ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ବ୍ରହ୍ମପୁର,୨୯ା୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଜରଡ଼ା ଥାନା ଅଞ୍ଚଳରେ ୨୦୨୪ରେ ମା’ ଓ ୭ ବର୍ଷୀୟ ପୁଅଙ୍କୁ ହତ୍ୟା ମାମଲାର ରାୟ ବୁଧବାର ପ୍ରକାଶ ପାଇଛି।…

ଜୁଲାଇ ୨୯ରୁ ବଦଳିଯିବ ଏହି ୫ ରାଶିଙ୍କ ଭାଗ୍ୟ: ହେବ ଧନ ବର୍ଷା, ବ୍ୟାପାର-କ୍ୟାରିୟରରେ…

ଜୁଲାଇ ୨୯ରେ ଧନ, ସୁଖ ଏବଂ ବୈଭବର କାରକ ଗ୍ରହ ଶୁକ୍ର ଏବଂ ସାହସ, ଶକ୍ତି ତଥା କର୍ମର କାରକ ଗ୍ରହ ମଙ୍ଗଳ ପରସ୍ପରଠାରୁ ୯୦ ଡିଗ୍ରୀ…

କାଦୁଅରେ ଫସି ହନ୍ତସନ୍ତ ହେଲା ଦନ୍ତା: ସାଥୀ ହାତୀ ଶୁଣ୍ଢରେ ଟାଣି କଲା ଉଦ୍ଧାର

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ଅଞ୍ଚଳରେ ଏକ ଅଭାବନୀୟ ଏବଂ ମର୍ମସ୍ପର୍ଶୀ ଦୃଶ୍ୟ ଦେଖିବାକୁ ମିଳିଛି। ବୁଧବାର ଦିନ…

ବୈତରଣୀ ନଦୀରେ ପକାଇଥିଲେ ଜାଲ, ପଡ଼ିଲା ୨୨୦ କେଜି ଓଜନର ବିଶାଳ ମାଛ

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ କପୁଣ୍ଡି ଗ୍ରାମର ରୁଗୁଡ଼ିଭାଡ଼ି ସାହି ନିକଟ ଦେଇ ପ୍ରବାହିତ ବୈତରଣୀ ନଦୀରେ ଏକ ବଡ଼ଧରଣର…

ଜଳମଗ୍ନ ବାଂଶପାଳ BEOଙ୍କ କାର୍ଯ୍ୟାଳୟ: ଆଣ୍ଠୁଏ ପାଣିରେ ଚାଲିଛି ସରକାରୀ କାମ, ନଷ୍ଟ ହେଉଛି ପିଲାଙ୍କ ବହି

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ (BEO) କାର୍ଯ୍ୟାଳୟ ବର୍ତ୍ତମାନ ଲଗାଣ ବର୍ଷା ଯୋଗୁ ଜଳମଗ୍ନ ଅବସ୍ଥାରେ ରହିଛି। କାର୍ଯ୍ୟାଳୟ ପରିସରରେ…

ଇରାନର ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ ପରେ ଟ୍ରମ୍ପଙ୍କ କଡ଼ା ଚେତାବନୀ, ସବୁ ଶେଷ…

ଓ୍ବାଶିଂଟନ,୨୯।୭: ଆମେରିକା ଏବଂ ସାଉଦି ଆରବ ଦ୍ୱାରା ଇରାକ ଉପରେ ହୋଇଥିବା ଆକ୍ରମଣରେ ଛଅ ଜଣ ଇରାନୀ ପରାମର୍ଶଦାତାଙ୍କ ମୃତ୍ୟୁ ହୋଇଥିଲା । ଏହା ପୂର୍ବରୁ, ଇରାନ…

ସଫା ହୋଇନାହିଁ ଘୋଡ଼ାହାଡ଼ ଡ୍ୟାମ ଶାଖା କେନାଲ: ଖରିଫ ଚାଷ ପାଇଁ ମିଳୁନି ପାଣି, ଆନ୍ଦୋଳନ ପାଇଁ…

ଦିଗପହଣ୍ଡି, ,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟର ପ୍ରଶାସନିକ ଅବହେଳା କାରଣରୁ ଅଞ୍ଚଳର ଚାଷୀମାନେ ଗଭୀର ସମସ୍ୟାର ସମ୍ମୁଖୀନ…

ଅଙ୍ଗ ନଦୀ ବନ୍ୟା ପାଣି ଘେରରେ ଦିଗଶିରା ଗ୍ରାମ, ବ୍ରିଜରେ କାମ କରୁଥିବା ବେଳେ ଫସିଥିବା ୨୦ ଶ୍ରମିକ ଉଦ୍ଧାର

ଡୁଙ୍ଗୁରିପାଲି, ୨୯।୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଦିଗଶିରା ଗ୍ରାମ ବର୍ତ୍ତମାନ ଅଙ୍ଗ ନଦୀର ବନ୍ୟା ପାଣି ଘେରରେ ରହିଛି। ଉପରମୁଣ୍ଡରେ ଲଘୁଚାପ ଜନିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri