ବଣାଇଁରେ ହାଡ଼ଭଙ୍ଗା ଶୀତ: ପଡିଲା ଚଳିତ ବର୍ଷର ପ୍ରଥମ ତୁଷାରପାତ

ବଣାଇଁ, ୭।୧(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ବଣାଇଁ ଉପଖଣ୍ଡରେ ଚଳିତ ବର୍ଷ ପ୍ରଥମଥର ପାଇଁ ତାପମାତ୍ରା ୫ ଡିଗ୍ରୀ ଛୁଇଁଛି। ସାରା ବଣାଇଁ ବର୍ତ୍ତମାନ ଜାଡରେ ଥରୁଥିବା ବେଳେ କୋଇଡାରେ ଚଳିତ ବର୍ଷର ପ୍ରଥମ ତୁଷାରପାତ ଦେଖିବାକୁ ମିଳିଛି । ଅନ୍ୟପଟେ ସାରା ରାଜ୍ୟରେ ଏହା ପ୍ରଥମ ତୁଷାରପାତ । ପୂର୍ବ ରାତ୍ରିରେ ବଣାଇଁ ଓ ଗୁରୁଣ୍ଡିଆ ତାପମାତ୍ରା ୫ ଡିଗ୍ରୀ ତଳେ ରହିବା ଓ କୋଇଡା ଅଞ୍ଚଳରେ ତାପମାତ୍ରା ୪ ଡିଗ୍ରୀ ଥିବା ରେକର୍ଡ କରାଯାଇଛି । କୋଇଡ଼ାର ବିଭିନ୍ନ ସ୍ଥାନରେ ପ୍ରବଳ ତୁଷାର ଦେଖିବାକୁ ମିଳିଛି। ଖୋଲା ପଡ଼ିଆ ,ଗାଡିର ଉପର ଭାଗରେ ବରଫର ଚାଦର ଢାଙ୍କି ହୋଇଥିବା ଦେଖିବାକୁ ମିଳିଛି। ବଣାଇଁ ସମେତ ଗୁରୁଣ୍ଡିଆ, ଲହୁଣିପ ଓ କୋଇଡ଼ାରେ ଜାଡ ପ୍ରକୋପରେ ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଅପରପକ୍ଷେ ସାରା ରାଜ୍ୟରେ ଶୀତର ପ୍ରକୋପ ଆଗକୁ ବୃଦ୍ଧି ପାଇବା ନେଇ ଥିବା ସୂଚନାକୁ ସ୍ଥାନୀୟ ପ୍ରଶାସନ ଗୁରୁତ୍ୱ ଦେଇ ବୃଦ୍ଧା ଓ ବୃଦ୍ଧଙ୍କ ପାଇଁ ସଚେତନ ରହିବା ଆବଶ୍ୟକ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ବର୍ଷାରେ ଜଳମଗ୍ନ ଧାମନଗର ବ୍ଲକ

ଧାମନଗର, ୧୭।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଥିବା ବେଳେ ଜନଜୀବନ ସମ୍ପୂର୍ଣ୍ଣ…

ଭାରତକୁ ବିଶ୍ୱକପ୍ ଜିତାଇଥିବା କ୍ରିକେଟର ଏବେ ଜେଲ୍‌ରେ! ଲାଞ୍ଚ ଯାଚିବା ଅଭିଯୋଗରେ ଶ୍ରୀଲଙ୍କାରେ ଗିରଫ ହେଲେ…

କଲମ୍ବୋ,୧୭।୭: ଭାରତୀୟ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୨୦୧୮ ଅଣ୍ଡର-୧୯ ବିଶ୍ୱକପ ବିଜେତା ଦଳର ହିରୋ ତଥା ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ ମନଜୋତ…

ପାତଲମ୍ବା ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ : ଦନ୍ତା ହାତୀ ଆକ୍ରମଣ ସନ୍ଦେହ; ପୋଲିସ, ବନ ବିଭାଗ ଓ ସାଇଣ୍ଟିଫିକ୍ ଟିମ୍‌ର ତଦନ୍ତ ଆରମ୍ଭ

କଲ୍ୟାଣସିଂହପୁର, ୧୭।୭ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତର ପାତଲମ୍ବା ଜଙ୍ଗଲରୁ ଶୁକ୍ରବାର ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର…

ଦିଗପହଣ୍ଡିରେ ରଥଟଣା ସମ୍ପନ୍ନ: ଶ୍ରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲେ ଶ୍ରୀମହାବାହୁ

ଦିଗପହଣ୍ଡି, ୧୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଅନ୍ୟତମ ଗଡ଼ଜାତ ତଥା ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ରାଜଧାନୀ ଦିଗପହଣ୍ଡିରେ ପବିତ୍ର ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି…

ପ୍ରଶାସନ କଲା ନାହିଁ, ନିଜେ ତିଆରି କଲେ ରାସ୍ତା

ଖଡ଼ିଆଳ,୧୭ା୭ (ସୁଜିତ କୁମାର ପ୍ରଧାନ)- ଖଡ଼ିଆଳ ଏନ୍‌ଏସି ୱାର୍ଡ ନଂ.୧୧ ପୁଟୁପଡ଼ା ମୁଖ୍ୟ ରାସ୍ତା ଖାଲଖମାପୂର୍ଣ୍ଣ ରହିଥିଲା। ବର୍ଷା ଦିନରେ ରାସ୍ତା କାଦୁଅ ହେବା ସହ ଖାଲରେ…

ହଠାତ ଲଣ୍ଡନରେ ପହଞ୍ଚିଲେ ରୋହିତଙ୍କ ମା’ବାପା, ଲର୍ଡସ ଦିନିକିଆ ପରେ ସନ୍ନ୍ୟାସ ନିଶ୍ଚିତ!

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟ ଇତିହାସର ସବୁଠାରୁ ସଫଳ ବ୍ୟାଟରଙ୍କ ମଧ୍ୟରୁ ଅନ୍ୟତମ ରୋହିତ ଶର୍ମାଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଇଂଲଣ୍ଡ ବିପକ୍ଷରେ…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ଏକାଧିକ ସ୍ଥାନରେ ଉପୁଡ଼ିଲା ଗଛ, ସମସ୍ୟା ଘେରରେ…

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ତିନି ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ସମଗ୍ର ଅଞ୍ଚଳ…

ଏନ୍‌ଇଇଟିରେ କ୍ଷୀରୋଦଙ୍କ ସଫଳତା

କଲମପୁର,୧୭ା୭(ଗଣେଶରାମ ବାଗ): କଳାହାଣ୍ଡି ଜିଲା କଲମପୁର ବ୍ଲକ୍‌ ବଲାଗାଁର କ୍ଷୀରୋଦ କାଣ୍ଡ ଏନ୍‌ଇଇଟିରେ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ବଲାଗାଁର ତ୍ରିନାଥ କାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri