୨୯ରେ ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଜାଣନ୍ତୁ ଓଡ଼ିଶାରେ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର,୨୮ା୩: ଆସନ୍ତା ୨୯ ତାରିଖରେ ବର୍ଷର ପ୍ରଥମ ଆଂଶିକ ସୂର୍ଯ୍ୟୋପରାଗ ସଂଗଠିତ ହେବ। ଉତ୍ତର ଆମେରିକା, ଗ୍ରୀନ୍‌ଲ୍ୟାଣ୍ଡ, ଆଇସ୍‌ଲ୍ୟାଣ୍ଡ, ଉତ୍ତର ଆଟ୍‌ଲାଣ୍ଟିକ ମହାସାଗର, ୟୁରୋପ ଏବଂ ଉତ୍ତର-ପଶ୍ଚିମ ରୁଷରେ ଏହା ଦୃଶ୍ୟମାନ ହେବ। ତେବେ ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ ଭାରତ କିମ୍ବା ଓଡିଶାରେ ଦୃଶ୍ୟମାନ ହେବ ନାହିଁ। ଏହା ଭାରତୀୟ ସମୟ ଦିନ ୨ଟା ୨୦ରୁ ଆରମ୍ଭ ହୋଇ ୪ଟା ୧୭ ମିନିଟରେ ସର୍ବାଧିକ ପରାଗ ୯୦% ହେବ। ସେହିପରି ଅପରାହ୍ନ ୪ ଟା ୧୪ ମିନିଟରେ ପରାଗ ଶେଷ ହେବ ବୋଲି ଜ୍ୟୋତିର୍ବିଜ୍ଞାନୀ ଡ. ଶୁଭେନ୍ଦୁ ପଟ୍ଟନାୟକ ସୂଚନା ଦେଇଛନ୍ତି।

ପରାଗ ସମୟରେ ପୃଥିବୀ, ଚନ୍ଦ୍ର ଓ ସୂର୍ଯ୍ୟର ଅବସ୍ଥିତି ଅନୁସାରେ ଆଂଶିକ, ପୂର୍ଣ୍ଣ ଏବଂ ବଳୟ ସୂର୍ଯ୍ୟୋପରାଗ ଘଟିଥାଏ। ପ୍ରତ୍ୟେକ ପୂର୍ଣ୍ଣ ସୂର୍ଯ୍ୟୋପରାଗ ପୂର୍ବରୁ ଓ ପରେ ଆଂଶିକ ପରାଗ ଦେଖାଯାଏ। ବେଳେବେଳେ ପୂର୍ଣ୍ଣ ଓ ବଳୟ ପରାଗ ମିଶ ଦେଖାଯାଏ।

ସୂର୍ଯ୍ୟ ଚାରିପଟେ ପୃଥିବୀ ଓ ପୃଥିବୀ ଚାରିପଟେ ଚନ୍ଦ୍ର ଏକ ନିର୍ଦ୍ଦିଷ୍ଟ କକ୍ଷ ପଥରେ ବୁଲୁଛନ୍ତି। ବେଳେବେଳେ ଏକ ସରଳ ରେଖାରେ ରହିଲେ ହିଁ ସୂର୍ଯ୍ୟୋପରାଗ ଓ ଚନ୍ଦ୍ରଗ୍ରହଣ ଘଟିଥାଏ। ସୂର୍ଯ୍ୟୋପରାଗ ସମୟରେ‘ପୃଥିବୀ ଓ ସୂର୍ଯ୍ୟ’ ମଝିରେ ଚନ୍ଦ୍ର ରହିଥାଏ ଓ ଚନ୍ଦ୍ରର ଛାଇ ପଡୁଥିବା ଅଞ୍ଚଳର ଲୋକମାନେ କିଛି ସମୟ ପାଇଁ ସୂର୍ଯ୍ୟକୁ ଦେଖିପାରନ୍ତି ନାହିଁ। ସୂର୍ଯ୍ୟୋପରାଗ କେବଳ ଅମାବାସ୍ୟା ଦିନ ହିଁ ଘଟିବା ସମ୍ଭବ ହୋଇଥାଏ।

ଅନ୍ୟପକ୍ଷରେ ଆସନ୍ତା ସେପ୍ଟେମ୍ବର ୭-୮ ତାରିଖରେ ସମଗ୍ର ଭାରତ ସହ ଏସିଆ, ୟୁରୋପ, ଆଣ୍ଟାର୍ଟିକା, ପଶ୍ଚିମ ପ୍ରଶାନ୍ତ ମହାସାଗର, ଅଷ୍ଟ୍ରେଲିଆ ଏବଂ ଭାରତ ମହାସାଗରର କିଛି ଅଞ୍ଚଳରେ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଦୃଶ୍ୟମାନ ହେବ। ସେହିପରି ବର୍ଷର ଅନ୍ତିମ ଆଂଶିକ ସୂର୍ଯ୍ୟୋପରାଗ ସେପ୍ଟେମ୍ବର ୨୧-୨୨ ତାରିଖରେ ନ୍ୟୁଜିଲାଣ୍ଡ, ଇଷ୍ଟର୍ନ ମେଲାନେସିଆଏବଂ ପଶ୍ଚିମ ଆଣ୍ଟାର୍ଟିକାରେ ଦୃଶ୍ୟମାନ ହେବ। ଏହା ମଧ୍ୟ ଭାରତରେ ଦୃଶ୍ୟମାନ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ନୟାଗଡ଼ରୁ ଛତ୍ରପୁର ଆସୁଥିଲେ, ଡିଭାଇଡର ସହ ବାଇକ୍‌ ପିଟି ହେବା ପରେ ଛିଟିକି ପଡ଼ିଲେ; ମା’ବାପା ଗୁରୁତର, ୨ ବର୍ଷର ଶିଶୁକନ୍ୟା…

ଛତ୍ରପୁର, ୨୧।୪(ଦିଲ୍ଲୀପ ସାମଲ):  ଛତ୍ରପୁର ଥାନା ଅଧିନ ଜାତୀୟ ରାଜପଥ ଭାଗ୍ୟଲକ୍ଷ୍ମୀ ନଗର ନିକଟରେ ସଡକ ଦୁର୍ଘଟଣା । ଏଥିରେ ସ୍ବାମୀ ଓ ସ୍ତ୍ରୀ ଗୁରୁତର ଆହତ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri