Posted inଖେଳ

ପ୍ରଥମ ଟି୨୦: ଦକ୍ଷିଣ ଆଫ୍ରିକା ଆଗରେ ୨୦୨ ରନର ଟାର୍ଗେଟ

ଡର୍ବାନ, ୮।୧୧: ସ୍ଥାନୀୟ କିଙ୍ଗ୍ସ ମିଡ୍‌ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟି୨୦ କ୍ରିକେଟ ମ୍ୟାଚରେ ଶତକ ହାସଲ କରିଛନ୍ତି ଭାରତର ସଞ୍ଜୁ ସାମସନ। ଶେଷଭାଗ ବ୍ୟାଟିଂ ବିପର୍ଯ୍ୟୟ ଯୋଗୁ ଭାରତ ଇନିଂସ ୨୦ ଓଭରରେ ୨୦୨ ରନରେ ସୀମିତ ରହିଥିଲା।

ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଭାରତ ମାତ୍ର ୨୪ ରନରେ ଓପନର ଅଭିଷେକ ଶର୍ମା (୭)ଙ୍କ ଉଇକେଟ ହରାଇ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ତେବେ ସାମସନ ବିସ୍ଫୋରକ ବ୍ୟାଟିଂ କରି ଇନିଂସ ସମ୍ଭାଳି ନେଇଥିଲେ। ସେ ଦ୍ୱିତୀୟ ଉଇକେଟରେ ସୂର୍ଯ୍ୟକୁମାର ଯାଦବଙ୍କ ସହ ୩୭ ବଲ୍‌ରୁ ୬୬ ଓ ତୃତୀୟ ଉଇକେଟରେ ତିଲକ ବର୍ମାଙ୍କ ସହ ୩୪ ବଲ୍‌ରୁ ୭୭ ରନର ମଲ୍ୟବାନ ଭାଗୀଦାରି ଗଢ଼ିଥିଲେ। ୪୭ ବଲ୍‌ରୁ ଶତକ ପୂରଣ କରିଥିବା ସାମସନ ୫୦ ବଲ୍‌ରୁ ୭ ଚୌକା ଓ ୧୦ ଛକା ସହାୟତାରେ ୧୦୭ ରନକରି ଆଉଟ ହୋଇଥିଲେ। ଏହାଥିଲା ତାଙ୍କ କ୍ୟାରିୟରର ଦ୍ୱିତୀୟ ଟି୨୦ ଅନ୍ତର୍ଜାତୀୟ ଶତକ। ତାଙ୍କ ଆଉଟ ପରେ ଅପ୍ରତ୍ୟାଶିତଭାବେ ବ୍ୟାଟିଂ ବିପର୍ଯ୍ୟୟ ଯୋଗୁ ଭାରତ ସ୍କୋର ୨୦୨ରେ ସୀମିତ ରହି ଯାଇଥିଲା।

ଶେଷ ୫ ଓଭରରେ ୫ ଉଇକେଟ ହରାଇ ଭାରତ ମାତ୍ର ୩୫ ରନ କରିବାକୁ ସକ୍ଷମ ହୋଇଥିଲା। ରିଙ୍କୁ ସିଂ ୧୧ ରନ କରିଥିବାବେଳେ ହାର୍ଦ୍ଦିକ ପାଣ୍ଡ୍ୟା (୨), ଅକ୍ଷର ପଟେଲ (୭) ଓ ରବି ବିଷ୍ଣୋଇ (୧) ଦୁଇଅଙ୍କ ସ୍ପର୍ଶ କରିପାରି ନ ଥିଲେ। ମିଡିଲ ଅର୍ଡରରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ୨୧ ଓ ତିଲକ ବର୍ମା ୩୩ ରନର ଯୋଗଦାନ ଦେଇଥିଲେ। ଦକ୍ଷିଣ ଆଫ୍ରିକା ପକ୍ଷରୁ ଗେରାଲ୍ଡ କୋଜି ୩ଟି ଏବଂ କେଶବ ମହାରାଜ, ଏନ୍‌କାବେମୋଜି ପିଟର, ପ୍ୟାଟ୍ରକ କ୍ରୁଗର ଓ ମାର୍କୋ ଜାନସେନ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଏହି ମ୍ୟାଚରେ ଦକ୍ଷିଣ ଆଫ୍ରିକାର ୨୧ ବର୍ଷୀୟ ଅଲ୍‌ରାଉଣ୍ଡର ଆଣ୍ଡିଲେ ସିମେଲାନେ ଟି୨୦ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri