Posted inଖେଳ

ପ୍ରଥମ ଟି୨୦: ଦକ୍ଷିଣ ଆଫ୍ରିକା ଆଗରେ ୨୦୨ ରନର ଟାର୍ଗେଟ

ଡର୍ବାନ, ୮।୧୧: ସ୍ଥାନୀୟ କିଙ୍ଗ୍ସ ମିଡ୍‌ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟି୨୦ କ୍ରିକେଟ ମ୍ୟାଚରେ ଶତକ ହାସଲ କରିଛନ୍ତି ଭାରତର ସଞ୍ଜୁ ସାମସନ। ଶେଷଭାଗ ବ୍ୟାଟିଂ ବିପର୍ଯ୍ୟୟ ଯୋଗୁ ଭାରତ ଇନିଂସ ୨୦ ଓଭରରେ ୨୦୨ ରନରେ ସୀମିତ ରହିଥିଲା।

ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଭାରତ ମାତ୍ର ୨୪ ରନରେ ଓପନର ଅଭିଷେକ ଶର୍ମା (୭)ଙ୍କ ଉଇକେଟ ହରାଇ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ତେବେ ସାମସନ ବିସ୍ଫୋରକ ବ୍ୟାଟିଂ କରି ଇନିଂସ ସମ୍ଭାଳି ନେଇଥିଲେ। ସେ ଦ୍ୱିତୀୟ ଉଇକେଟରେ ସୂର୍ଯ୍ୟକୁମାର ଯାଦବଙ୍କ ସହ ୩୭ ବଲ୍‌ରୁ ୬୬ ଓ ତୃତୀୟ ଉଇକେଟରେ ତିଲକ ବର୍ମାଙ୍କ ସହ ୩୪ ବଲ୍‌ରୁ ୭୭ ରନର ମଲ୍ୟବାନ ଭାଗୀଦାରି ଗଢ଼ିଥିଲେ। ୪୭ ବଲ୍‌ରୁ ଶତକ ପୂରଣ କରିଥିବା ସାମସନ ୫୦ ବଲ୍‌ରୁ ୭ ଚୌକା ଓ ୧୦ ଛକା ସହାୟତାରେ ୧୦୭ ରନକରି ଆଉଟ ହୋଇଥିଲେ। ଏହାଥିଲା ତାଙ୍କ କ୍ୟାରିୟରର ଦ୍ୱିତୀୟ ଟି୨୦ ଅନ୍ତର୍ଜାତୀୟ ଶତକ। ତାଙ୍କ ଆଉଟ ପରେ ଅପ୍ରତ୍ୟାଶିତଭାବେ ବ୍ୟାଟିଂ ବିପର୍ଯ୍ୟୟ ଯୋଗୁ ଭାରତ ସ୍କୋର ୨୦୨ରେ ସୀମିତ ରହି ଯାଇଥିଲା।

ଶେଷ ୫ ଓଭରରେ ୫ ଉଇକେଟ ହରାଇ ଭାରତ ମାତ୍ର ୩୫ ରନ କରିବାକୁ ସକ୍ଷମ ହୋଇଥିଲା। ରିଙ୍କୁ ସିଂ ୧୧ ରନ କରିଥିବାବେଳେ ହାର୍ଦ୍ଦିକ ପାଣ୍ଡ୍ୟା (୨), ଅକ୍ଷର ପଟେଲ (୭) ଓ ରବି ବିଷ୍ଣୋଇ (୧) ଦୁଇଅଙ୍କ ସ୍ପର୍ଶ କରିପାରି ନ ଥିଲେ। ମିଡିଲ ଅର୍ଡରରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ୨୧ ଓ ତିଲକ ବର୍ମା ୩୩ ରନର ଯୋଗଦାନ ଦେଇଥିଲେ। ଦକ୍ଷିଣ ଆଫ୍ରିକା ପକ୍ଷରୁ ଗେରାଲ୍ଡ କୋଜି ୩ଟି ଏବଂ କେଶବ ମହାରାଜ, ଏନ୍‌କାବେମୋଜି ପିଟର, ପ୍ୟାଟ୍ରକ କ୍ରୁଗର ଓ ମାର୍କୋ ଜାନସେନ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଏହି ମ୍ୟାଚରେ ଦକ୍ଷିଣ ଆଫ୍ରିକାର ୨୧ ବର୍ଷୀୟ ଅଲ୍‌ରାଉଣ୍ଡର ଆଣ୍ଡିଲେ ସିମେଲାନେ ଟି୨୦ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?