Posted inଖେଳ

ପ୍ରଥମ ଟି୨୦: ଇଂଲଣ୍ଡ ୫ ଉଇକେଟରେ ବିଜୟୀ

କେପ୍‌ ଟାଉନ,୨୯।୧୧(ଏପି): ସ୍ଥାନୀୟ ନ୍ୟୁଲାଣ୍ଡ୍ସ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ଇଂଲଣ୍ଡ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ଜନି ବେୟାରଷ୍ଟୋଙ୍କ ଧୂଆଁଧାର ବ୍ୟାଟିଂ ବଳରେ ୫ ଉଇକେଟରେ ବିଜୟ ହାସଲ କରିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ୬ ଉଇକେଟ ହରାଇ ୧୭୯ ରନ ସଂଗ୍ରହ କରିଥିଲା। ଜବାବରେ ଇଂଲଣ୍ଡ ୧୯.୨ ଓଭରରେ ୫ ଉଇକେଟ ହରାଇ ୧୮୩ ରନକରି ବିଜୟ ହାସଲ କରିଛି। ଏଥିସହ ଇଂଲଣ୍ଡ ୩ ମ୍ୟାଚ୍‌ବଶିଷ୍ଟ ଏହି ସିରିଜ୍‌ରେ ୧-୦ରେ ଅଗ୍ରଣୀ ହାସଲ କରିଛି। ୪୮ ବଲର ସମ୍ମୁଖୀନ ହୋଇ ୯ ଚୌକା ଓ ୪ ଛକା ସହ ଅପରାଜିତ ୮୬ ରନକରି ଇଂଲଣ୍ଡ ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ବେୟାରଷ୍ଟୋ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
୧୮୦ ରନ ଟାର୍ଗେଟର ପିଛ କରି ଇଂଲଣ୍ଡ ୩୪ ରନରେ ୩ ଉଇକେଟ ହରାଇ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଜାସନ ରଏ ଖାତା ଖୋଲିବା ପୂର୍ବରୁ ଆଉଟ ହୋଇଥିଲେ। ସେହିପରି ଜୋଶ ବଟଲର ୭ ଓ ଡଓ୍ବେିଡ ମଲାନ ୧୯ ରନକରି ପ୍ୟାଭିଲିୟନ ଫେରିଥିଲେ। ବେୟାରଷ୍ଟୋଙ୍କୁ ବାଦ୍‌ ଦେଲେ ବେନ୍‌ ଷ୍ଟୋକ୍ସ ୩୭, ଅଧିନାୟକ ଇଅନ ମୋର୍ଗାନ୍‌ ୧୨ ରନ ସଂଗ୍ରହ କରିଥିଲେ। ସାମ କୁରାନ ୭ ରନ୍‌ କରି ଅପରାଜିତ ରହିଥିଲେ। ବୋଲିଂରେ ଦକ୍ଷିଣ ଆଫ୍ରିକ ତରଫରୁ ଜର୍ଜ ଲିଣ୍ଡେ ଓ ଲୁନ୍‌ଗି ଏନ୍‌ଗିଡି ୨ଟି ଲେଖାଏ, ତାବ୍ରେଜ ସାମସି ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ତରଫରୁ ଫାଫ୍‌ ଡୁପ୍ଲେସି ସର୍ବାଧିକ ୫୮ (୪୦ ବଲ, ୪ ଚୌକା, ୨ ଛକା), ରାସି ଭାନ ଡେର ଡୁସେନ ୩୭, ଅଧିନାୟକ କ୍ୱିଣ୍ଟନ ଡିକକ୍‌ ୩୦, ହେନରିଚ କ୍ଲାସେନ ୨୦ ରନ ସଂଗ୍ରହ କରିଥିଲେ। ବୋଲିଂରେ ଇଂଲଣ୍ଡ ତରଫରୁ ସାମ କୁରାନ ୩, ଜୋଫ୍ରା ଆର୍ଚର, ଟମ୍‌ କୁରାନ ଓ କ୍ରିସ୍‌ ଜୋର୍ଡାନ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରଥିଲେ।
ସଂକ୍ଷିପ୍ତ ସ୍କୋର:
ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୧୭୯/୬
(ଡୁପ୍ଲେସି- ୫୮, ଡୁସେନ- ୩୭, ଡିକକ- ୩୦, କ୍ଲାସେନ-୨୦, ସାମ କୁରାନ- ୩/୨୮)
ଇଂଲଣ୍ଡ ୧୯.୨ ଓଭରରେ ୧୮୩/୫
(ବେୟାରଷ୍ଟୋ- ୮୬*, ଷ୍ଟୋକ୍ସ- ୩୭, ମଲାନ- ୧୯, ମୋର୍ଗାନ- ୧୨, ଲିଣ୍ଡେ- ୨/୨୦, ଏନ୍‌ଗିଡି- ୨/୩୧ )


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କୁ ଦେଖି ଦୌଡିଲେ କଲେକ୍ଟର: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO

ଚେନ୍ନାଇ,୧୦।୮: ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତିରୁଭନ୍ନାମଲାଇର ପ୍ରସିଦ୍ଧ ଅନ୍ନାମଲାଇର ମନ୍ଦିର ପରିଦର୍ଶନ କରି ବିଶେଷ ପ୍ରାର୍ଥନା କରିଥିଲେ।…

ଏମିତି କଥା କହିଲେ ବକ୍ସର, ହସି ହସି ଗଡ଼ିଲେ ମୋଦି: ପଛରେ ପାକିସ୍ତାନ କନେକ୍ସନ

ନୂଆଦିଲ୍ଲୀ,୧୦।୬: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଦର୍ଶନ ଐତିହାସିକ ଥିଲା। ଦେଶ ୧୩ଟି ସ୍ବର୍ଣ୍ଣ ସହିତ ମୋଟ ୩୯ଟି ପଦକ ହାସଲ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ମନ୍ଦିରର ଉନ୍ନୟନ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଲେ ଯୁବ ସମାଜସେବୀ ଦୀପକ ମୁଦୁଲି

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ): ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ବ୍ୟାରେକସାହିସ୍ଥିତ ଶ୍ରୀ ସମ୍ପଦ ବିନାୟକ ମନ୍ଦିରର ଉନ୍ନୟନମୂଳକ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଛନ୍ତି ଯୁବ…

ଝାରସୁଗୁଡାରେ ଅଜବ ଘଟଣା: ନାଗସାପକୁ କାମୁଡ଼ି ମାରିଦେଲେ ଯୁବକ, ପୂରା ଘଟଣା ଜାଣିଲେ…

ଝାରସୁଗୁଡା,ଲାଇକେରା, ୧୦।୮(ଆଶିଷ ରଞ୍ଜନ ଦାଶ/ରଞ୍ଜନ କୁମାର ମେହେର):ଗୁଣିଆର ଅନ୍ଧବିଶ୍ୱାସୀ କଥାରେ ପଡ଼ି ଜଣେ ଯୁବକ ନାଗସାପର ଫଣାକୁ ଦାନ୍ତରେ କାମୁଡ଼ି ଛିଣ୍ଡାଇ ମାରିଦେବା ଭଳି ଏକ ଅଜବ…

ସଞ୍ଜୀବ, ଯଶୋବନ୍ତଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୧୦।୮: ରାଜ୍ୟରେ ନୂଆ ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ପୋଲିସ ଅଧିକାରୀ ସଞ୍ଜୀବ ପଣ୍ଡା ଏବଂ…

ଗଞ୍ଜାମ ବ୍ଲକ ପ୍ରମୁଖ ଶୈବପୀଠରେ ହଜାର ହଜାର କାଉଡିଆଙ୍କ ଜଳାଭିଷେକ, ଆଉ ଦୁଇଟି ସୋମବାରରେ…

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚ ପୁର ପଞ୍ଚାୟତ ମାଳୀ ଜଗନ୍ନାଥ ପୁର ନିକଟସ୍ଥ ବାବା ବାଲୀ ଲୋକନାଥ, ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼…

୯୦ ବର୍ଷ ବୟସରେ ବୃଦ୍ଧଙ୍କୁ ଚଢିଲା ବିବାହ ନିଶା: ଆଉ ତା’ପରେ ଘଟିଗଲା ଏମିତି କିଛି…

ଜୟପୁର,୧୦।୮: ରାଜସ୍ଥାନର ରାଜଧାନୀ ଜୟପୁରରୁ ସାଇବର ଠକେଇ ଏବଂ ଡିଜିଟାଲ ବ୍ଲାକମେଲ୍ର ଏକ ଆଶ୍ଚର୍ଯ୍ୟଜନକ ଏବଂ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚତୁର ସାଇବର ଅପରାଧୀମାନେ…

ଶ୍ରାବଣ ଶିବରାତ୍ରିରେ ୪ ଦୁର୍ଲଭ ରାଜଯୋଗର ମହାସଂଯୋଗ: ବୃଷ ସମେତ ୪ ରାଶିକୁ ମିଳିବ ଅପାର ଲାଭ

ଶ୍ରାବଣ ଶିବରାତ୍ରି ଅବସରରେ ଗଠିତ ହେଉଥିବା ଚାରିଟି ରାଜଯୋଗ ବୃଷ, କର୍କଟ, ତୁଳା ଓ କୁମ୍ଭ ରାଶି ପାଇଁ ବେଶ ଶୁଭ ସାବ୍ୟସ୍ତ ହେବ। ଏହି ରାଶିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri