Posted inଖେଳ

ପ୍ରଥମ ଟି୨୦: ନ୍ୟୁଜିଲାଣ୍ଡ ୫ ଉଇକେଟରେ ବିଜୟୀ

ଅକଲାଣ୍ଡ,୨୮।୧୧(ଏପି): ସ୍ଥାନୀୟ ଇଡେନ ପାର୍କ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଘରୋଇ ନ୍ୟୁଜିଲାଣ୍ଡ ଡକ୍‌ଓ୍ବର୍ଥ- ଲୁଇସ୍‌ ନିୟମରେ ୫ ଉଇକେଟରେ ବିଜୟ ହାସଲ କରିଛି। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ନ୍ୟୁଜିଲାଣ୍ଡ ୧-୦ରେ ଅଗ୍ରଣୀ ହାସଲ କରିଛି। ୨୧ ରନ ଦେଇ ୫ ଉଇକେଟ ହାସଲ କରିଥିବା ନ୍ୟୁଜିଲାଣ୍ଡ ଅଭିଜ୍ଞ ଦ୍ରୁତ ବୋଲର ଲୋକି ଫର୍ଗୁସନ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
ବର୍ଷା ଯୋଗୁ ମ୍ୟାଚ୍‌ ବାଧାପ୍ରାପ୍ତ ହେବା ଫଳରେ ମ୍ୟାଚ୍‌କୁ ୧୬ ଓଭରରେ ସୀମିତ ରଖାଯାଇଥିଲା। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଓ୍ବେଷ୍ଟଇଣ୍ଡିଜ ୭ ଉଇକେଟ ହରାଇ ୧୮୦ ରନ ସଂଗ୍ରହ କରିଥିଲା। ଦଳ ତରଫରୁ କିରନ ପୋଲାର୍ଡ ସର୍ବାଧିକ ଅପରାଜିତ ୭୫ ରନ (୩୭ ବଲ, ୪ ଚୌକା, ୮ ଛକା) ସଂଗ୍ରହ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓପନର ଆନ୍ଦ୍ରେ ଫ୍ଲେଚର ୩୪, ଫରବିଆନ ଆଲେନ ୩୦, ବ୍ରାଣ୍ଡନ୍‌ କିଙ୍ଗ୍‌ ୧୩ ରନ ସଂଗ୍ରହ କରିଥିବା ବେଳେ ଅନ୍ୟମାନେ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ବୋଲିଂରେ ନ୍ୟୁଜିଲାଣ୍ଡ ତରଫରୁ ଫର୍ଗୁସନ ସର୍ବାଧିକ ୫ ଓ ଟିମ ସୌଦି ୨ ଉଇକେଟ ଅକ୍ତିଆର କରିଥିଲେ।
ଜବାବର ବ୍ୟାଟିଂ ଆରମ୍ଭ କରି ନ୍ୟୁଜିଲାଣ୍ଡ ୧୬ ଓଭରରେ ପରିବର୍ତ୍ତିତ ବିଜୟ ଲକ୍ଷ୍ୟ ୧୭୬କୁ ସହଜରେ ହାସଲ କରି ନେଇଥିଲା। ୧୫.୨ ଓଭରରେ ନ୍ୟୁଜିଲାଣ୍ଡ ୫ ଉଇକେଟ ହରାଇ ୧୭୯ ରନ କରି ବିଜୟୀ ହୋଇଥିଲା। ଦଳ ତରଫରୁ ଜେମ୍ସ ନିଶାମ ଅପରାଜିତ ୪୮ରନ (୨୪ ବଲ, ୫ ଚୌକା, ୩ ଛକା), ମିଚେଲ ସାଣ୍ଟନର ଅପରାଜିତ ୩୧ ରନ (୧୮ ବଲ, ୩ ଛକା) କରି ଦଳକୁ ବିଜୟୀ କରାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପାଦର୍ପଣ କରିଥିବା ଡେଭନ କନଓ୍ବେ ୪୧ (୨୯ ବଲ, ୫ ଚୌକା, ୧ ଛକା), ଉଇକେଟକିପର ବ୍ୟାଟ୍ସମ୍ୟାନ ଟିମ୍‌ ସିଫର୍ଟ ୧୭, ଗ୍ଲେନ ଫିଲିପ୍ସ ୨୨ ରନ ସଂଗ୍ରହ କରିଥିଲେ। ବୋଲିଂରେ ଓ୍ବେଷ୍ଟଇଣ୍ଡିଜର ଓଶେନ ଥୋମାସ ୨, ସେଲଡନ କଟ୍ରେଲ ଓ କିରନ ପୋଲାର୍ଡ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ଅକଲାଣ୍ଡରେ ନ୍ୟୁଜିଲାଣ୍ଡ ଗତ ୧୧ ମ୍ୟାଚ୍‌ ଖେଳି ଦ୍ୱିତୀୟ ବିଜୟ ହାସଲ କରିଛି। ମ୍ୟାଚ୍‌ ଆରମ୍ଭ ପୂର୍ବରୁ ଓ୍ବେଷ୍ଟଇଣ୍ଡିଜ ଖେଳାଳିମାନେ ଗୋଟିଏ ଆଣ୍ଠୁ ମାଡି ବସି ‘ବ୍ଲାକ ଲାଇଭ୍ସ ମ୍ୟାଟର’ ଆନ୍ଦୋଳନକୁ ସମର୍ଥନ ଜଣାଇଥିଲେ।
ସଂକ୍ଷିପ୍ତ ସ୍କୋର:
ଓ୍ବେଷ୍ଟଇଣ୍ଡିଜ୍‌ ୧୬ ଓଭରରେ ୧୮୦/୭(ପୋଲାର୍ଡ- ୭୫*, ଫ୍ଲେଚର- ୩୪, ଆଲେନ- ୩୦, ଫର୍ଗୁସନ- ୫/୨୧, ସୌଦି- ୨/୨୨)।
ନ୍ୟୁଜିଲାଣ୍ଡ ୧୫.୨ ଓଭରରେ ୧୭୯/୫ (ନିଶାମ- ୪୮*, ସାଣ୍ଟନର- ୩୧*, କନଓ୍ବେ- ୪୧, ଫିଲିପ୍ସ- ୨୨, ଥୋମାସ- ୨/୨୩)।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri