Posted inଖେଳ

ପ୍ରଥମ ଟି୨୦: ବର୍ଷା ଯୋଗୁ ବିନା ଫଳାଫଳରେ ମ୍ୟାଚ୍‌ ଶେଷ

ମାଞ୍ଚେଷ୍ଟର,୩୦।୮(ଏପି): ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଶୁକ୍ରବାର ଇଂଲଣ୍ଡ ଓ ଭ୍ରମଣକାରୀ ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌ ବର୍ଷା କାରଣରୁ ପୂରା ଖେଳାଯାଇପାରି ନାହିଁ। ଫଳରେ ବିନା ଫଳାଫଳରେ ମ୍ୟାଚ୍‌ ଶେଷ ହୋଇଛି। ଟସ୍‌ ଜିତି ପାକିସ୍ତାନ ଇଂଲଣ୍ଡକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା। ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ୧୬.୧ ଓଭରରେ ୬ ଉଇକେଟ ହରାଇ ୧୩୧ ରନ କରି ସ୍କୋରକୁ ଆଗେଇ ନେଉଥିବା ବେଳେ ବର୍ଷା ଆରମ୍ଭ ହୋଇଥିଲା। ଏହା ପରେ ଆଉ ଖେଳ ସମ୍ଭବ ହୋଇପାରି ନ ଥିଲା। ଦ୍ୱିତୀୟ ଓ ତୃତୀୟ ଟି୨୦ ଯଥାକ୍ରମେ ରବିବାର ଓ ମଙ୍ଗଳବାର ଏହି ଗ୍ରାଉଣ୍ଡରେ ଖେଳାଯିବ।
ଖେଳ ବନ୍ଦ ହେବାବେଳକୁ ସାମ ବିଲିଙ୍ଗ୍ସ ୩ ଓ କ୍ରିସ୍‌ ଜୋର୍ଡାନ ୨ ରନକରି ଅପରାଜିତ ରହିଥିଲେ। ଓପନର ଟମ୍‌ ବାଣ୍ଟନ୍‌ ଧୂଆଁଧାର ବ୍ୟାଟିଂ କରି ୪୨ ବଲ୍‌ର ସମ୍ମୁଖୀନ ହୋଇ ୪ ଚୌକା ଓ ୫ ଛକା ସହ ସର୍ବାଧିକ ୭୧ ରନ ସଂଗ୍ରହ କରିଥିଲେ। ଅନ୍ୟତମ ଓପନର ତଥା ଉଇକେଟକିପର ବ୍ୟାଟ୍ସମ୍ୟାନ ଜନି ବେୟାରଷ୍ଟୋ ମାତ୍ର ୨ ରନକରି ପ୍ୟାଭିଲିୟନ ଫେରିଥିଲେ। ଡଓ୍ବେିଡ୍‌ ମଲାନ ୨୩, ଅଧିନାୟକ ଇଅନ ମୋର୍ଗାନ ୧୪ ରନ କରି ଆଉଟ ହୋଇଥିଲେ ଓ ଅନ୍ୟମାନେ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ମୋଇନ୍‌ ଅଲୀ ୮ ଓ ଲୁଇସ୍‌ ଗ୍ରେଗୋରୀ ୨ ରନ କରି ପ୍ୟାଭିଲିୟନ ଫେରିଥିଲେ। ପ୍ରାରମ୍ଭିକ ଝଟ୍‌କା ସତ୍ତ୍ୱେ ଇଂଲଣ୍ଡ ଏକଦା ଗୋଟିଏ ଉଇକେଟ ହରାଇ ୭୪ ରନ କରି ଭଲ ଆରମ୍ଭ କରିଥିଲା। ତେବେ ଖେଳ ବନ୍ଦ ହେବା ପୂର୍ବରୁ ଇଂଲଣ୍ଡ ୧୯ ବଲରୁ ୧୪ ରନରେ ୪ଟି ଉଇକେଟ ହରାଇଥିଲା। ବୋଲିଂରେ ପାକିସ୍ତାନ ତରଫରୁ ଇମାଦ ଓ୍ବାସିମ ଓ ସଦାବ ଖାନ ୨ଟି ଲେଖାଏ, ଇଫ୍‌ତିକାର ଅହମ୍ମଦ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026: କୋଲକାତାର କ୍ୟାପ୍ଟେନ ହେବେକି ରିଙ୍କୁ ସିଂ? KKRକୁ ପରାମର୍ଶ ଦେଲେ….

ନୂଆଦିଲ୍ଲୀ,୨୪।୩: ତିନିଥର ଚାମ୍ପିଅନ୍ କୋଲକାତା ନାଇଟ୍ ରାଇଡର୍ସ ପୁଣି ଥରେ ଅଜିଙ୍କ୍ୟ ରାହାଣେଙ୍କ ଅଧିନାୟକତ୍ୱରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି । ଗତ ସିଜନରେ କେକେଆରର ଅଧିନାୟକ…

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

MS Dhoni IPL Retirement:ଏତିକି ବର୍ଷ ବୟସ ପର୍ଯ୍ୟନ୍ତ ଖେଳିବାକୁ ଲକ୍ଷ୍ୟ ରଖିଛନ୍ତି ଧୋନୀ! IPL ଅବସରକୁ ନେଇ ମୁହଁ ଖୋଲିଲେ ମାହି

ନୂଆଦିଲ୍ଲୀ,୨୩।୩: ଚେନ୍ନାଇ ସୁପର କିଙ୍ଗ୍ସର ଏକ ପ୍ରଶଂସକ କାର୍ଯ୍ୟକ୍ରମରେ, ଏମଏସ ଧୋନୀ ହାସ୍ୟରସପୂର୍ଣ୍ଣ ଭାବରେ ମନ୍ତବ୍ୟ ଦେଇଥିଲେ ଯେ ସେ ୬୦ ବର୍ଷ ବୟସ ପର୍ଯ୍ୟନ୍ତ ଆଇପିଏଲ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

‘ ଆପଣମାନଙ୍କ ପାଇଁ ଟ୍ରଫି ୬…’, IPL ପୂର୍ବରୁ ପ୍ରଶଂସକମାନଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୩: ମୁମ୍ବାଇ ଇଣ୍ଡିଆନ୍ସ ୨୯ ମାର୍ଚ୍ଚରେ IPL ୨୦୨୬ ଅଭିଯାନ ଆରମ୍ଭ କରିବ। ଦଳର ପ୍ରଥମ ମ୍ୟାଚ ୱାଙ୍ଖଡେରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ। ସବୁଦିନ ପରି,…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri