Posted inଖେଳ

ପ୍ରଥମ ଟେଷ୍ଟ: ଲିଚ୍‌ଙ୍କୁ ୫ ଉଇକେଟ, ବିଜୟ ଦ୍ୱାରରେ ଇଂଲଣ୍ଡ

ଗାଲେ,୧୮।୧(ଏପି): ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ଭ୍ରମଣକାରୀ ଇଂଲଣ୍ଡ ବିଜୟ ଦ୍ୱାରରେ ପହଞ୍ଚିଛି। ଶ୍ରୀଲଙ୍କା ପ୍ରଥମ ଇିନିଂସରେ ୪୬.୧ ଓଭରରେ ୧୩୫ ରନ କରି ଅଲଆଉଟ ହୋଇଥିଲା। ଜବାବରେ ଇଂଲଣ୍ଡ ପ୍ରଥମ ଇନିଂସରେ ରୁଟ୍‌ଙ୍କ ଦ୍ୱିଶତକୀୟ ପାଳି ବଳରେ ୧୧୭ ଓଭରରେ ୪୨୧ ରନ କରି ଅଲଆଉଟ ହୋଇ ୨୮୬ ରନର ବୃହତ୍‌ ଅଗ୍ରଣୀ ହାସଲ କରିଥିଲା। ଜବାବରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଶ୍ରୀଲଙ୍କା ଓପନର ଲାହିରୁ ଥିରିମାନେଙ୍କ ୧୧୧ ରନର ଶତକୀୟ ପାଳି ସହାୟତାରେ ୧୩୬.୫ ଓଭରରେ ୩୫୯ ରନକରି ଅଲଆଉଟ ହୋଇଥିଲା। ଫଳରେ ଇଂଲଣ୍ଡ ସମ୍ମୁଖରେ ୭୪ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା।
ଜବାବରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଇଂଲଣ୍ଡ ରବିବାର ଚତୁର୍ଥ ଦିବସ ଖେଳ ଶେଷସୁଦ୍ଧା ୧୫ ଓଭରରେ ୩ ଉଇକେଟ ହରାଇ ୩୮ ରନ ସଂଗ୍ରହ କରିଛି। ମ୍ୟାଚ୍‌ ଆଉ ଗୋଟିଏ ଦିନ ବାକି ଥିବା ବେଳେ ଇଂଲଣ୍ଡ ୭ ଉଇକେଟ ହାତରେ ରଖି ବିଜୟ ପାଇଁ ଆଉ ମାତ୍ର ୩୬ ରନ ଆବଶ୍ୟକ କରୁଛି। ଷ୍ଟମ୍ପ ଅପସାରଣ ବେଳକୁ ଜନି ବେୟାରଷ୍ଟୋ ୧୧ ଓ ଡାନ ଲରେନ୍ସ ୭ ରନକରି ଅପରାଜିତ ରହିଛନ୍ତି। ଦ୍ୱିତୀୟ ଇନିଂସରେ ଇଂଲଣ୍ଡ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ସହଳ ୩ ଉଇକେଟ ହରାଇଥିଲା। ଦୁଇ ଓପନର ଜ୍ୟାକ କ୍ରଲି ଓ ଡୋମ ସିବ୍‌ଲି ଯଥାକ୍ରମେ ୮ ଓ ୨ ରନ କରି ଲାସିଥ ଏମ୍ବୁଲେ ଡନିଆଙ୍କ ଦ୍ୱାରା ଆଉଟ ହୋଇଥିଲେ। ସେହିପରି ପ୍ରଥମ ଇନିଂସରେ ୨୨୮ ରନର ଦ୍ୱିଶତକୀୟ ପାଳି ଖେଳିଥିବା ଅଧିନାୟକ ଜୋ ରୁଟ୍‌ ମାତ୍ର ୧ ରନକରି ଦୁର୍ଭାଗ୍ୟଜନକ ଭାବେ ରନ୍‌ ଆଉଟ ହୋଇଥିଲେ। ବୋଲିଂରେ ଶ୍ରୀଲଙ୍କାର ଏମ୍ବୁଲଡେନିୟା ଦୁଇ ଉଇକେଟ ଅକ୍ତିଆର କରିଥିଲେ।
ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୧୫୬/୨ରୁ ଖେଳ ଆରମ୍ଭ କରି ଶ୍ରୀଲଙ୍କା ରବିବାର ଅଲଆଉଟ ହୋଇଥିଲା। ଓଭରନାଇଟ ବ୍ୟାଟ୍ସମ୍ୟାନ ଲାହିରୁ ଥିରିମାନେ ୭୬ରୁ ଖେଳ ଆରମ୍ଭ କରି ୧୧୧ରନର ଶତକୀୟ ଇନିଂସ ଖେଳି ଆଉଟ ହୋଇଥିଲେ। ସେହିପରି ନାଇଟ୍‌ ଓ୍ବାଚମ୍ୟାନ ଏମ୍ବୁଲଡେନିଆ ଖାତା ଖୋଲିପାରି ନ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆଞ୍ଜେଲୋ ମାଥ୍ୟୁସ୍‌ ୭୧, ଅଧିନାୟକ ଦିନେଶ ଚାଣ୍ଡିମାଲ ୨୦, ନିରୋଶାନ ଡିକ୍‌ଓ୍ବେଲା ୨୯, ଦିଲରୁଓ୍ବାନ ପେରେରା ୨୪ ରନକରି ଆଉଟ ହୋଇଥିଲେ। ବୋଲିଂରେ ଇଂଲଣ୍ଡ ତରଫରୁ ଜ୍ୟାକ ଲିଚ୍‌ ସର୍ବାଧିକ ୫, ଡମ୍‌ ବେସ ୩ ଓ ସାମ କୁରାନ ୨ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଶ୍ରୀଲଙ୍କା ପ୍ରଥମ ଇନିଂସ-୪୬.୧ ଓଭରରେ ୧୩୫ ଅଲ୍‌ଆଉଟ।
ଇଂଲଣ୍ଡ ପ୍ରଥମ ଇନିଂସ- ୧୧୭.୧ ଓଭରରେ ୪୨୧ ଅଲ୍‌ଆଉଟ।
ଶ୍ରୀଲଙ୍କା ଦ୍ୱିତୀୟ ଇନିଂସ- ୧୩୬.୫ ଓଭରରେ ୩୫୯ ଅଲଆଉଟ
(ପେରେରା- ୬୨, ଥିରିମାନେ-୧୧୧, ମାଥ୍ୟୁସ୍‌- ୭୧, ଲିଚ୍‌-୫/୧୨୨, ଡମ୍‌ ବେସ- ୩/୧୦୦, ସାମ କୁରାନ- ୨/୧୩୭)।
ଇଂଲଣ୍ଡ ଦ୍ୱିତୀୟ ଇନିଂସ- ୧୫ ଓଭରରେ ୩୮/୩
(ବେୟାରଷ୍ଟୋ- ୧୧*, ଲରେନ୍ସ- ୭*, ଏମ୍ବୁଲଡେନିୟା- ୨/୧୩)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?