Posted inଖେଳ

ପ୍ରଥମ ଟେଷ୍ଟ: ଲିଚ୍‌ଙ୍କୁ ୫ ଉଇକେଟ, ବିଜୟ ଦ୍ୱାରରେ ଇଂଲଣ୍ଡ

ଗାଲେ,୧୮।୧(ଏପି): ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ଭ୍ରମଣକାରୀ ଇଂଲଣ୍ଡ ବିଜୟ ଦ୍ୱାରରେ ପହଞ୍ଚିଛି। ଶ୍ରୀଲଙ୍କା ପ୍ରଥମ ଇିନିଂସରେ ୪୬.୧ ଓଭରରେ ୧୩୫ ରନ କରି ଅଲଆଉଟ ହୋଇଥିଲା। ଜବାବରେ ଇଂଲଣ୍ଡ ପ୍ରଥମ ଇନିଂସରେ ରୁଟ୍‌ଙ୍କ ଦ୍ୱିଶତକୀୟ ପାଳି ବଳରେ ୧୧୭ ଓଭରରେ ୪୨୧ ରନ କରି ଅଲଆଉଟ ହୋଇ ୨୮୬ ରନର ବୃହତ୍‌ ଅଗ୍ରଣୀ ହାସଲ କରିଥିଲା। ଜବାବରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଶ୍ରୀଲଙ୍କା ଓପନର ଲାହିରୁ ଥିରିମାନେଙ୍କ ୧୧୧ ରନର ଶତକୀୟ ପାଳି ସହାୟତାରେ ୧୩୬.୫ ଓଭରରେ ୩୫୯ ରନକରି ଅଲଆଉଟ ହୋଇଥିଲା। ଫଳରେ ଇଂଲଣ୍ଡ ସମ୍ମୁଖରେ ୭୪ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା।
ଜବାବରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଇଂଲଣ୍ଡ ରବିବାର ଚତୁର୍ଥ ଦିବସ ଖେଳ ଶେଷସୁଦ୍ଧା ୧୫ ଓଭରରେ ୩ ଉଇକେଟ ହରାଇ ୩୮ ରନ ସଂଗ୍ରହ କରିଛି। ମ୍ୟାଚ୍‌ ଆଉ ଗୋଟିଏ ଦିନ ବାକି ଥିବା ବେଳେ ଇଂଲଣ୍ଡ ୭ ଉଇକେଟ ହାତରେ ରଖି ବିଜୟ ପାଇଁ ଆଉ ମାତ୍ର ୩୬ ରନ ଆବଶ୍ୟକ କରୁଛି। ଷ୍ଟମ୍ପ ଅପସାରଣ ବେଳକୁ ଜନି ବେୟାରଷ୍ଟୋ ୧୧ ଓ ଡାନ ଲରେନ୍ସ ୭ ରନକରି ଅପରାଜିତ ରହିଛନ୍ତି। ଦ୍ୱିତୀୟ ଇନିଂସରେ ଇଂଲଣ୍ଡ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ସହଳ ୩ ଉଇକେଟ ହରାଇଥିଲା। ଦୁଇ ଓପନର ଜ୍ୟାକ କ୍ରଲି ଓ ଡୋମ ସିବ୍‌ଲି ଯଥାକ୍ରମେ ୮ ଓ ୨ ରନ କରି ଲାସିଥ ଏମ୍ବୁଲେ ଡନିଆଙ୍କ ଦ୍ୱାରା ଆଉଟ ହୋଇଥିଲେ। ସେହିପରି ପ୍ରଥମ ଇନିଂସରେ ୨୨୮ ରନର ଦ୍ୱିଶତକୀୟ ପାଳି ଖେଳିଥିବା ଅଧିନାୟକ ଜୋ ରୁଟ୍‌ ମାତ୍ର ୧ ରନକରି ଦୁର୍ଭାଗ୍ୟଜନକ ଭାବେ ରନ୍‌ ଆଉଟ ହୋଇଥିଲେ। ବୋଲିଂରେ ଶ୍ରୀଲଙ୍କାର ଏମ୍ବୁଲଡେନିୟା ଦୁଇ ଉଇକେଟ ଅକ୍ତିଆର କରିଥିଲେ।
ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୧୫୬/୨ରୁ ଖେଳ ଆରମ୍ଭ କରି ଶ୍ରୀଲଙ୍କା ରବିବାର ଅଲଆଉଟ ହୋଇଥିଲା। ଓଭରନାଇଟ ବ୍ୟାଟ୍ସମ୍ୟାନ ଲାହିରୁ ଥିରିମାନେ ୭୬ରୁ ଖେଳ ଆରମ୍ଭ କରି ୧୧୧ରନର ଶତକୀୟ ଇନିଂସ ଖେଳି ଆଉଟ ହୋଇଥିଲେ। ସେହିପରି ନାଇଟ୍‌ ଓ୍ବାଚମ୍ୟାନ ଏମ୍ବୁଲଡେନିଆ ଖାତା ଖୋଲିପାରି ନ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆଞ୍ଜେଲୋ ମାଥ୍ୟୁସ୍‌ ୭୧, ଅଧିନାୟକ ଦିନେଶ ଚାଣ୍ଡିମାଲ ୨୦, ନିରୋଶାନ ଡିକ୍‌ଓ୍ବେଲା ୨୯, ଦିଲରୁଓ୍ବାନ ପେରେରା ୨୪ ରନକରି ଆଉଟ ହୋଇଥିଲେ। ବୋଲିଂରେ ଇଂଲଣ୍ଡ ତରଫରୁ ଜ୍ୟାକ ଲିଚ୍‌ ସର୍ବାଧିକ ୫, ଡମ୍‌ ବେସ ୩ ଓ ସାମ କୁରାନ ୨ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଶ୍ରୀଲଙ୍କା ପ୍ରଥମ ଇନିଂସ-୪୬.୧ ଓଭରରେ ୧୩୫ ଅଲ୍‌ଆଉଟ।
ଇଂଲଣ୍ଡ ପ୍ରଥମ ଇନିଂସ- ୧୧୭.୧ ଓଭରରେ ୪୨୧ ଅଲ୍‌ଆଉଟ।
ଶ୍ରୀଲଙ୍କା ଦ୍ୱିତୀୟ ଇନିଂସ- ୧୩୬.୫ ଓଭରରେ ୩୫୯ ଅଲଆଉଟ
(ପେରେରା- ୬୨, ଥିରିମାନେ-୧୧୧, ମାଥ୍ୟୁସ୍‌- ୭୧, ଲିଚ୍‌-୫/୧୨୨, ଡମ୍‌ ବେସ- ୩/୧୦୦, ସାମ କୁରାନ- ୨/୧୩୭)।
ଇଂଲଣ୍ଡ ଦ୍ୱିତୀୟ ଇନିଂସ- ୧୫ ଓଭରରେ ୩୮/୩
(ବେୟାରଷ୍ଟୋ- ୧୧*, ଲରେନ୍ସ- ୭*, ଏମ୍ବୁଲଡେନିୟା- ୨/୧୩)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫାଫ୍‌ ଡୁ ପ୍ଲେସିସ୍‌ଙ୍କ ଆଗରେ ମୁକ ହୋଇଯାଉଛନ୍ତି ଖେଳାଳି? ଆର୍‌ସିବି ପରାଜୟକୁ ନେଇ ଚମକାଇବା ଭଳି ବୟାନ ଦେଲେ ସେହ୍ବାଗ

ନୂଆଦିଲ୍ଲୀ,୧୬।୪: ଆଇପିଏଲ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)ର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ସୋମବାର ଦଳ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମୁକାବିଲାରେ ପରାଜିତ ହୋଇଛି(ଲିଡ୍‌ ରାଉଣ୍ଡରେ ୬ଷ୍ଠ)। ଏଯାବତ...

ପୁଣି ପାକିସ୍ତାନ କ୍ରିକେଟ୍‌ ବୋର୍ଡର ଖୋଲିଲା ପୋଲ୍‌

ଇସଲାମାବାଦ୍‌,୧୬।୪: ପାକିସ୍ତାନ କ୍ରିକେଟ୍‌ ବୋର୍ଡର ପୋଲ୍‌ ଖୋଲିଯାଇଛି। ପାକିସ୍ତାନ କ୍ରିକେଟ ବୋର୍ଡ ଏପର୍ଯ୍ୟନ୍ତ ଦଳର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିବା ମହମ୍ମଦ ହାଫିଜଙ୍କୁ ଟଙ୍କା ଦେଇନାହାଁନ୍ତି।...

ଆଇପିଏଲ ୨୦୨୪ରେ ସବୁଠାରୁ ଲମ୍ବା ଛକା ମାରିଲେ ଦୀନେଶ କାର୍ତ୍ତିକ, ଚର୍ଚ୍ଚାରେ…

ନୂଆଦିଲ୍ଲୀ,୧୬।୪: ସୋମବାର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଦୀନେଶ କାର୍ତ୍ତିକ ଆଇପିଏଲ ୨୦୨୪ର ଦୀର୍ଘତମ ଛକା ମାରିଛନ୍ତି। କାର୍ତ୍ତିକ ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଟି ନଟରାଜନଙ୍କ ବଲରେ...

ଆଇପିଏଲ୍‌ରେ ଅଲୋଡା ରେକର୍ଡ ହାସଲ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୧୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଫାଫ ଡୁ ପ୍ଲେସିସଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ସନରାଇଜର୍ସ...

ଏହି ୪ ଖେଳାଳିଙ୍କ ପାଇଁ ହାରିଲା ଆରସିବି

ନୂଆଦିଲ୍ଲୀ,୧୬।୪: ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୨୫ ରନରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା ସନରାଇଜର୍ସ ହାଇଦ୍ରାବାଦ ୨୦ ଓଭରରେ ୩...

ଆଇପିଏଲ୍‌ରେ ଇତିହାସ ରଚିଲା ସନରାଇଜର୍ସ ହାଇଦ୍ରାବାଦ

ନୂଆଦିଲ୍ଲୀ,୧୬।୪; ଆଇପିଏଲ ୨୦୨୪ର ୩୦ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇତିହାସ ରଚିଛି। ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ଆଇପିଏଲର ସର୍ବାଧିକ ସ୍କୋର...

୬ ପରାଜୟ ପରେ ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରିପାରିବ କି ଆରସିବି: ଜାଣନ୍ତୁ କ’ଣ କହୁଛି ସମୀକରଣ

ନୂଆଦିଲ୍ଲୀ,୧୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଫାଫ ଡୁ ପ୍ଲେସିସଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ସନରାଇଜର୍ସ...

ଭୁବନେଶ୍ୱର ‘ଏ’, ଝାରସୁଗୁଡ଼ା, ସୋନପୁର ବିଜୟୀ

ଭୁବନେଶ୍ୱର, ୧୬।୪ (ତପନ ସ୍ବାଇଁ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ କଟକର ବିଭିନ୍ନ ଗ୍ରାଉଣ୍ଡରେ ସୋମବାର ଅନୁଷ୍ଠିତ ୧୯ ବର୍ଷରୁ କମ୍‌ ଆନ୍ତଃଜିଲା କ୍ରିକେଟ ଲିଗ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri