Posted inଖେଳ

ପ୍ରଥମ ଟେଷ୍ଟ: ବାଂଲାଦେଶ ୨୪୨/୫

ଚଟୋଗ୍ରାମ,୪।୨: ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ବାଂଲାଦେଶ ଆଭରେଜ ପ୍ରଦର୍ଶନ କରିଛି। ସ୍ଥାନୀୟ ଜହୁର ଅହମ୍ମଦ ଚୌଧୁରୀ ଷ୍ଟାଡିୟମରେ ବୁଧବାରଠାରୁ ଆରମ୍ଭ ହୋଇଥିବା ଏହି ଟେଷ୍ଟ ମ୍ୟାଚ୍‌ରେ ବାଂଲାଦେଶ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଓପନର ଶଦମନ ଇସ୍‌ଲାମଙ୍କ ଅର୍ଦ୍ଧଶତକ ସହାୟତାରେ ବାଂଲାଦେଶ ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ପ୍ରଥମ ଇନିଂସରେ ୯୦ ଓଭରରେ ୫ ଉଇକେଟ ହରାଇ ୨୪୨ ରନ ସଂଗ୍ରହ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ଅଭିଜ୍ଞ ଅଲରାଉଣ୍ଡର ସାକିବ ଅଲ ହାସନ ୩୯ ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ଲିଟନ ଦାସ ୩୪ ରନ କରି ଅପରାଜିତ ରହିଛନ୍ତି।
ଇନିଂସ ଆରମ୍ଭରୁ ବାଂଲାଦେଶ ଓପନର ତାମିମ ଇକ୍‌ବାଲଙ୍କୁ ସଅଳ ହରାଇଥିଲା। ତାମିମ ମାତ୍ର ୯ ରନ କରି କେମର ରୋଚଙ୍କ ଦ୍ୱାରା କ୍ଲିନ୍‌ ବୋଲ୍ଡ ହୋଇଥିଲେ। ଏହାପରେ ଦ୍ୱିତୀୟ ଉଇକେଟ ଯୋଡିରେ ଇସ୍‌ଲାମ ଓ ନାଜମୁଲ ହୋସେନ ସାଣ୍ଟୋ ୪୩ ରନ କରି ସ୍ଥିତି ସମ୍ଭାଳିବାକୁ ପ୍ରୟାସ କରିଥିଲେ। ସାଣ୍ଟୋ ୨୫ ରନ କରି ଦୁର୍ଭାଗ୍ୟଜନକ ଭାବେ ରନ୍‌ଆଉଟ ହେବା ପରେ ଅଧିନାୟକ ମୋମିନୁଲ ହକ୍‌ ୨୬ ରନ କରିଥିବା ବେଳେ ଜୋମେଲ ଓ୍ବାରିକାନଙ୍କ ବଲ୍‌ରେ ଶର୍ଟ ମିଡ୍‌ ଉଇକେଟରେ ଜନ୍‌ କ୍ୟାମ୍ପବେଲଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ଏହାପରେ ୧୫୪ଟି ବଲ୍‌ ଖେଳି ୬ ଚୌକା ସହ ୫୯ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିବା ଶଦମନ ଇସଲାମ ଓ୍ବାରିକାନଙ୍କ ଦ୍ୱାରା ଏଲ୍‌ବିଡବ୍ଲ୍ୟ ହୋଇ ପ୍ୟାଭିଲିୟନ ଫେରିଥିଲେ। ଶେଷରେ ମୁଶଫିକର ରହିମ ୩୮ ରନକରି ପ୍ରଥମ ସ୍ଲିପ୍‌ରେ ରାହକିମ କର୍ନଓ୍ବାଲଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ପଞ୍ଚମ ଉଇକେଟରେ ମୁସ୍‌ଫିକର ଓ ସାକିମ ୫୯ ରନର ଭାଗୀଦାରି ସ୍ଥାପନ କରିଥିଲେ। ସେହିପରି ଷଷ୍ଠ ଉଇକେଟରେ ସାକିବ ଓ ଲିଟନ ଅପରାଜିତ ୪୯ରନ ସଂଗ୍ରହ କରିଥିଲେ। ବୋଲିଂରେ ଓ୍ବେଷ୍ଟଇଣ୍ଡିଜ ତରଫରୁ ଜୋମେଲ ଓ୍ବାରିକାନ ୩ ଓ କେବର ରୋଜ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ। ଓ୍ବେଷ୍ଟଇଣ୍ଡିଜ ଦଳ ତରଫରୁ ୩ ଜଣ ଖେଳାଳି ଲେଗ୍‌ ସ୍ପିନର ଏନ୍‌କ୍ରୁମା ବୋନର ଓ ଅଲରାଉଣ୍ଡର କାଏଲ ମେୟର୍ସ, ଶାୟେନ ମୋସେଲେ ପଦାର୍ପଣ କରିଛନ୍ତି।
ସଂକ୍ଷିପ୍ତ ସ୍କୋର:
ବାଂଲାଦେଶ ପ୍ରଥମ ଇନିଂସ- ୯୦ ଓଭରରେ ୨୪୨/୫
(ଶଦମନ ଇସ୍‌ଲାମ- ୫୯, ମୁଶଫିକର ରହିମ- ୩୮, ସାକିବ ଅଲ ହାସନ- ୩୯*, ଲିଟନ ଦାସ- ୩୪*, ମୋମିନୁଲ ହକ- ୨୬, ନାଜମୁଲ ହାସନ ସାଣ୍ଟୋ- ୨୫, ଜୋମେଲ ଓ୍ବାରିକାନ- ୩/୫୮, କେମର ରୋଚ- ୧/୪୪)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri