Posted inଖେଳ

ପ୍ରଥମ ଟେଷ୍ଟ: ଫଓ୍ବାଦ୍‌ଙ୍କ ଶତକ, ପାକିସ୍ତାନ ଅଗ୍ରଣୀ

କରାଚୀ,୨୮।୧(ପି.ଟି.): କରାଚୀ ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ପାକିସ୍ତାନ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କରିଛି। ମିଡିଲ୍‌ ଅର୍ଡର ବ୍ୟାଟ୍ସମ୍ୟାନ ଫଓ୍ବାଦ ଆଲମଙ୍କ ଶତକ, ଆଝାର ଅଲୀ ଓ ଫହିମ ଆଶ୍ରଫ୍‌ଙ୍କ ଅର୍ଦ୍ଧଶତକ ସହାୟତାରେ ପାକିସ୍ତାନ ପ୍ରଥମ ଇନିଂସରେ ଅଗ୍ରଣୀ ହାସଲ କରିଛି। ଟସ୍‌ ଜିତି ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସରେ ୬୯.୨ ଓଭରରେ ୨୨୦ ରନ କରି ଅଲଆଉଟ ହୋଇଥିଲା। ଜବାବରେ ପ୍ରଥମ ଇନିଂସ ଆରମ୍ଭ କରି ପାକିସ୍ତାନ ୨୭ ରନରେ ୪ ଉଇକେଟ ହରାଇ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ଶିକାର ହୋଇଥିଲେ ମଧ୍ୟ ପ୍ରତ୍ୟାବର୍ତ୍ତନ କରିଥିଲା। ବୁଧବାର ଦ୍ୱିତୀୟ ଦିବସ ଖେଳ ଶେଷ ସୁଦ୍ଧା ପାକିସ୍ତାନ ୧୦୭ ଓଭରରେ ୮ ଉଇକେଟ ହରାଇ ୩୦୮ ରନ ସଂଗ୍ରହ କରିଛି। ୨ ଉଇକେଟ ହାତରେ ରଖି ପାକିସ୍ତାନ ଏବେ ୮୮ ରନର ମହତ୍ତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ହାସନ ଅଲୀ ୧୧ ଓ ନୌମାନ ଅଲୀ ୬ ରନକରି ଅପରାଜିତ ରହିଛନ୍ତି।
ଅପରାଜିତ ପ୍ରଥମ ଇନିଂସ ସ୍କୋର ୩୩/୪ରୁ ଖେଳ ଆରମ୍ଭ କରି ପାକିସ୍ତାନ ଦକ୍ଷିଣ ଆଫ୍ରିକା ବୋଲରମାନଙ୍କର ଉଚିତ ମୁକାବିଲା କରିଥିଲା। ଦୁଇ ଓଭରନାଇଟ ବ୍ୟାଟ୍ସମ୍ୟାନ ଆଝାର ଅଲୀ ଓ ଫଓ୍ବାଦ ଆଲମ ପଞ୍ଚମ ଉଇକେଟରେ ୯୪ ରନକରି ସ୍ଥିତି ସମ୍ଭାଳିଥିଲେ। ୫ ରନରୁ ଖେଳ ଆରମ୍ଭ କରି ଅଲୀ ୫୧ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଆଉଟ ହୋଇଥିଲେ। ସେହିପରି ଫଓ୍ବାଦ ମଧ୍ୟ ୫ ରନରୁ ଖେଳ ଆରମ୍ଭ କରି ୧୦୯ ରନର ଲଢୁଆ ଶତକୀୟ ଇନିଂସ ଖେଳି ଆଉଟ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉଇକେଟକିପର ବ୍ୟାଟ୍ସମ୍ୟାନ ମହମ୍ମଦ ରିଜଓ୍ବାନ ୩୩ ଓ ଫହିମ ଆଶ୍ରଫ୍‌ ୬୪ ରନର ଅର୍ଦ୍ଧଶତକୀୟ ଇନିଂସ ଖେଳି ପ୍ୟାଭିଲିୟନ ଫେରିଥିଲେ। ସପ୍ତମ ଉଇକେଟରେ ଫଓ୍ବାଦ ଓ ଫହିମ ୧୦୨ରନର ଭାଗୀଦାରି ସ୍ଥାପନ କରିଥିଲେ। ମଙ୍ଗଳବାର ଓପନର ଇମ୍ରାନ ଅଲୀ ଓ ଅବିଦ ଅଲୀ ଯଥାକ୍ରମେ ୯ ଓ ୪ ରନକରି ଆଉଟ ହୋଇଥିଲେ। ସେହିପରି ଅଧିନାୟକ ବାବର ଆଜମ ୭ ରନ କରି ଆଉଟ ହୋଇଥିବା ବେଳେ ନାଇଟ ଓ୍ବାଚ୍‌ମ୍ୟାନ ଶାହିନ ଶାହା ଆଫ୍ରିଦି ଖାତା ଖୋଲିବା ପୂର୍ବରୁ ଆଉଟ ହୋଇଥିଲେ। ବୋଲିଂରେ ଦକ୍ଷିଣ ଆଫ୍ରିକା ତରଫରୁ କାଗିସୋ ରାବାଡ଼ା, ଅନରିଚ୍‌ ନୋର୍ଜ, ଲୁନ୍‌ଗି ଏନ୍‌ଗିଡି ଓ କେଶବ ମହାରାଜ ୨ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ: ୬୯.୨ ଓଭରରେ ୨୨୦ ଅଲଆଉଟ।
ପାକିସ୍ତାନ ପ୍ରଥମ ଇନିଂସ: ୧୦୭ ଓଭରରେ ୩୦୮/୮
(ଫଓ୍ବାଦ ଆଲମ- ୧୦୯, ଫହିମ ଆଶ୍ରଫ- ୬୪, ଆଝାର ଅଲୀ- ୫୧, ମହମ୍ମଦ ରିଜଓ୍ବାନ- ୩୩, କାଗିସୋ ରବାଡ଼ା- ୨/୪୫, ଅନରିଜ ନୋର୍ଜ- ୨/୮୪, ଲୁନ୍‌ଗି ଏନ୍‌ଗିଡି- ୨/୫୫, କେଶବ ମହାରାଜ- ୨/୭୧)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2027 ନିଲାମ ପୂର୍ବରୁ ୧୧ ବଡ଼ ବ୍ୟାଟରଙ୍କୁ ରିଲିଜ କରାଯିବ! ଲିଷ୍ଟ ଦେଖିଲେ ମୁଣ୍ଡରେ ହାତ ଦେବେ

ନୂଆଦିଲ୍ଲୀ,୧୮।୯: ସମସ୍ତ ଦଳ ଇଣ୍ଡିଆନ ପ୍ରିମିୟର ଲିଗ (IPL)ର ୨୦ତମ ସିଜିନଅର୍ଥାତ IPL 2027 ପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଯଦିଓ ଏହି ଟୁର୍ଣ୍ଣାମେଣ୍ଟ ଆସନ୍ତା ବର୍ଷ…

ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…

ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…

ଦ୍ରୁତ ଶତକ ହାସଲ କରିଥିବା ଅଭିଷେକ ଶର୍ମାଙ୍କ ଭାଇରାଲ ସେଲିବ୍ରଶନର ଅସଲ କାରଣ ଆସିଲା ସାମ୍ନାକୁ, ବ୍ୟାଟର ନିଜେ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତୀୟ T20 ଦଳର ଓପନିଂ ବ୍ୟାଟର ଅଭିଷେକ ଶର୍ମା ଗୁରୁବାର ଅରୁଣ ଜେଟଲୀ ଷ୍ଟାଡିୟମରେ ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ T20 ମ୍ୟାଚରେ ଦମଦାର…

ଏସୀୟ କ୍ରୀଡ଼ା: ଜାପାନକୁ ହରାଇ ସେମିରେ ପହଞ୍ଚିଲା ଭାରତ

କୋରୋଗି,୧୮।୯: ଜାପାନର ନିଶିନ ସ୍ଥିତ କୋରୋଗି ସ୍ପୋର୍ଟସ ପାର୍କରେ ଖେଳାଯାଇଥିବା କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଶେଫାଲି ଏବଂ ରିଚାଙ୍କ ଦମଦାର ପ୍ରଦର୍ଶନ ବଳରେ ଭାରତୀୟ ଦଳ ଜାପାନକୁ…

ବୈଭବଙ୍କ ଭବିଷ୍ୟତ ଉପରେ ଗମ୍ଭୀରଙ୍କ ଚମକାଇଦେବା ବୟାନ, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ ଶେଷ ହୋଇଛି। ଭାରତୀୟ ଦଳ ୩-୦ରେ ସିରିଜ କ୍ଲିନ ସୁଇପ କରିଛି। ତେବେ ସିରିଜରେ ୧୫ ବର୍ଷୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ…

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?