Posted inଜାତୀୟ

ଫେବୃୟାରୀରେ ଗଗନୟାନର ପ୍ରଥମ ପରୀକ୍ଷା ଆରମ୍ଭ

ନୂଆଦିଲ୍ଲୀ,୨୮।୧୦: ଆସନ୍ତାବର୍ଷ ଫେବୃୟାରୀରୁ ଭାରତର ମାନବ ମହାକାଶ ଅଭିଯାନ ମିଶନର ଉଡ଼ାଣ ପରୀକ୍ଷା ଆରମ୍ଭ ହେବ ବୋଲି ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।

ଗଗନୟାନର କ୍ରିଉ ମଡ୍ୟୁଲ୍‌ ପରୀକ୍ଷା ପାଇଁ ଇସ୍ରୋ ଚିକୁନ୍‌ ହେଲିକପ୍ଟର ଏବଂ ସି-୧୭ ଗ୍ଲୋବ୍‌ମାଷ୍ଟର ପରିବହନ ବିମାନକୁ ବ୍ୟବହାର କରିବ। ଇସ୍ରୋ ହ୍ୟୁମାନ ସ୍ପେସ୍‌ ଫ୍ଲାଇଟ୍‌ ସେଣ୍ଟରର ନିର୍ଦ୍ଦେଶକ ଆର୍‌.ଉମାମହେଶ୍ୱରନ୍‌ ଏହି ସୂଚନା ଦେଇଛନ୍ତି। ଆସନ୍ତା ବର୍ଷ ଡିସେମ୍ବରରେ ମାନବବିହୀନ ସ୍ପେସ୍‌ ଫ୍ଲାଇଟ୍‌ ପାଇଁ ଇସ୍ରୋ ଅନୂ୍ୟନ ୧୭ଟି ପରୀକ୍ଷା କରାଇବା ଯୋଜନା ରଖିଛି। ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ୨୦୨୨ରେ ଗଗନୟାନ ପ୍ରେରଣ ଲକ୍ଷ୍ୟ ହାସଲ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୮ ସ୍ବାଧୀନତା ଦିବସ ଭାଷଣରେ କହିଥିଲେ। ତେବେ କୋଭିଡ୍‌ ମହାମାରୀ ପାଇଁ ଏହି ମିଶନ ବିଳମ୍ବିତ ହୋଇଥିଲା। ୨୦୨୪ ଶେଷ କିମ୍ବା ୨୦୨୫ ଆରମ୍ଭରେ ଭାରତୀୟ ମହାକାଶଚାରୀଙ୍କୁ ନେଇ ଗଗନୟାନ ମହାକାଶକୁ ଯିବ ବୋଲି ଉମାମହେଶ୍ୱରନ୍‌ ଇଣ୍ଡିଆ ସ୍ପେସ୍‌ କଂଗ୍ରେସରେ ଉଦ୍‌ବୋଧନ ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri