Posted inଜାତୀୟ

ଫେବୃୟାରୀରେ ଗଗନୟାନର ପ୍ରଥମ ପରୀକ୍ଷା ଆରମ୍ଭ

ନୂଆଦିଲ୍ଲୀ,୨୮।୧୦: ଆସନ୍ତାବର୍ଷ ଫେବୃୟାରୀରୁ ଭାରତର ମାନବ ମହାକାଶ ଅଭିଯାନ ମିଶନର ଉଡ଼ାଣ ପରୀକ୍ଷା ଆରମ୍ଭ ହେବ ବୋଲି ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।

ଗଗନୟାନର କ୍ରିଉ ମଡ୍ୟୁଲ୍‌ ପରୀକ୍ଷା ପାଇଁ ଇସ୍ରୋ ଚିକୁନ୍‌ ହେଲିକପ୍ଟର ଏବଂ ସି-୧୭ ଗ୍ଲୋବ୍‌ମାଷ୍ଟର ପରିବହନ ବିମାନକୁ ବ୍ୟବହାର କରିବ। ଇସ୍ରୋ ହ୍ୟୁମାନ ସ୍ପେସ୍‌ ଫ୍ଲାଇଟ୍‌ ସେଣ୍ଟରର ନିର୍ଦ୍ଦେଶକ ଆର୍‌.ଉମାମହେଶ୍ୱରନ୍‌ ଏହି ସୂଚନା ଦେଇଛନ୍ତି। ଆସନ୍ତା ବର୍ଷ ଡିସେମ୍ବରରେ ମାନବବିହୀନ ସ୍ପେସ୍‌ ଫ୍ଲାଇଟ୍‌ ପାଇଁ ଇସ୍ରୋ ଅନୂ୍ୟନ ୧୭ଟି ପରୀକ୍ଷା କରାଇବା ଯୋଜନା ରଖିଛି। ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ୨୦୨୨ରେ ଗଗନୟାନ ପ୍ରେରଣ ଲକ୍ଷ୍ୟ ହାସଲ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୮ ସ୍ବାଧୀନତା ଦିବସ ଭାଷଣରେ କହିଥିଲେ। ତେବେ କୋଭିଡ୍‌ ମହାମାରୀ ପାଇଁ ଏହି ମିଶନ ବିଳମ୍ବିତ ହୋଇଥିଲା। ୨୦୨୪ ଶେଷ କିମ୍ବା ୨୦୨୫ ଆରମ୍ଭରେ ଭାରତୀୟ ମହାକାଶଚାରୀଙ୍କୁ ନେଇ ଗଗନୟାନ ମହାକାଶକୁ ଯିବ ବୋଲି ଉମାମହେଶ୍ୱରନ୍‌ ଇଣ୍ଡିଆ ସ୍ପେସ୍‌ କଂଗ୍ରେସରେ ଉଦ୍‌ବୋଧନ ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri