Posted inଖେଳ

ପ୍ରଥମ ଟେଷ୍ଟ: ୨୧୮ ରନ୍‌ରେ ଆଗୁଆ ରହି ଦୃଢ ସ୍ଥିତିରେ ଭାରତ

ପର୍ଥ,୨୩ା୧୧: ପର୍ଥରେ ଅନୁଷ୍ଠିତ ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ଟେଷ୍ଟରେ ଦୃଢ ସ୍ଥିତିରେ ରହିଛି ଭାରତ। ଯଶପ୍ରୀତ୍‌ ବୁମ୍‌ରାଙ୍କ ୫ ଉଇକେଟ ସଫଳତା, ଅଷ୍ଟ୍ରେଲିଆ ମାଟିରେ ଜୟସ୍ବାଲଙ୍କ ପ୍ରଥମ ଅର୍ଦ୍ଧଶତକ ବଳରେ ଭାରତ ଦ୍ୱିତୀୟ ଦିନର ଷ୍ଟମ୍ପସ ବେଳକୁ ୨୧୮ ରନ୍‌ରେ ଆଗୁଆ ରହିଛି। ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆକୁ ମାତ୍ର ୧୦୪ ରନ୍‌ରେ ସୀମିତ ରଖିବା ପରେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ ଭାରତ ବିନା କ୍ଷତିରେ ୧୭୨ ରନ୍‌ ସଂଗ୍ରହ କରିଛି। ଫଳରେ ହାତରେ ୧୦ ଉଇକେଟ ରହିଥିବା ବେଳେ ଭାରତ ୨୧୮ ରନ୍‌ରେ ଆଗୁଆ ରହିଛି। ପ୍ରଥମ ଦିନରେ ଭାରତ ୧୫୦ ରନ୍‌ରେ ସମସ୍ତ ଉଇକେଟ ହରାଇଥିବା ବେଳେ ଘରୋଇ ଦଳ ୬ ୭ ଉଇକେଟ ହରାଇ ସଙ୍କଟରେ ପଡିଥିଲା।

ପ୍ରଥମ ଦିନର ଅସମାପ୍ତ ସ୍କୋର ୬୭/୭ରୁ ଖେଳ ଆରମ୍ଭ କରି ଅଷ୍ଟ୍ରେଲିଆ ଆଉ ମାତ୍ର ୩୭ ରନ୍‌ ଯୋଡି ପାରିଥିଲା। ପୂର୍ବ ଦିନର ଅପରାଜିତ ବ୍ୟାଟର ଆଲେକ୍ସ କେରୀ ଦଳୀୟ ସ୍କୋରରେ ୩ ରନ୍‌ ଯୋଡି ପ୍ୟାଭିଲିୟନ ଫେରିଥିଲେ। କେରୀଙ୍କୁ ଆଉଟ କରିବା ସହ ବୁମ୍‌ରା ନିଜର ୫ ଉଇକେଟ ସଫଳତା ପୂରଣ କରିଥିଲେ। ତେବେ ନିମ୍ନକ୍ରମରେ ମିଚେଲ୍‌ ଷ୍ଟାର୍କ ଲଢୁଆ ୨୬ ରନ୍‌ କରିବାରୁ ଅଷ୍ଟ୍ରେଲିଆ ୧୦୪ ରନ୍‌ରେ ଅଲଆଉଟ ହୋଇଥିଲା। ଅଷ୍ଟ୍ରେଲୀୟ ଇନିଂସର ଟପ୍‌ ସ୍କୋରର ରହିଥିବା ଷ୍ଟାର୍କ ୧୧୨ ବଲ୍‌ ଖେଳି ୨ ଚୌକା ସହ ୨୬ ରନ୍‌ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଆଲେକ୍ସ କେରୀ ୨୧, ଟ୍ରାଭିସ୍‌ ହେଡ୍‌ ୧୧ ଓ ନାଥାନ ମ୍ୟାକ୍‌ସୁଇନି ୧୦ ୨ ଅଙ୍କ ସ୍କୋର ଛୁଇଁ ପାରିଥିଲେ। ୭ ଜଣ ବ୍ୟାଟର ୨ ଅଙ୍କ ଛୁଇଁ ପାରି ନ ଥିବା ବେଳେ ଭାରତୀୟ ଅଧିନାୟକ ଯଶପ୍ରୀତ୍‌ ବୁମ୍‌ରା ୧୧ତମ ଥର ପାଇଁ ଟେଷ୍ଟ କ୍ରିକେଟରେ ୫ ଉଇକେଟ ସଫଳତା ଅର୍ଜନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଡେବ୍ୟୁଟାଣ୍ଟ ହର୍ଷିତ ରାଣା ୩ ଓ ମହମ୍ମଦ ସିରାଜ ୨ଟି ଲେଖାଏ ଉଇକେଟ ନେଇଥିଲେ।

୪୬ ରନ୍‌ରେ ଆଗୁଆ ରହିଥିବା ଭାରତର ଦ୍ୱିତୀୟ ଇନିଂସ ବେଶ ପ୍ରଭାବୀ ରହିଥିଲା। ଯଶସ୍ବୀ ଜୟସ୍ବାଲ ଓ ଲୋକେଶ ରାହୁଲ ଦୁଇଟି ସେସନ ମିଳିତ ଭାବରେ ବ୍ୟାଟିଂ କରିଥିଲେ। ଉଭୟ ଖେଳାଳି ନିଜର ଅର୍ଦ୍ଧଶତକ ପୂରଣ କରିଥିବା ବେଳେ ଭାରତ ଦ୍ୱିତୀୟ ଦିନର ଷ୍ଟମ୍ପସ ବେଳକୁ ବିନା କ୍ଷତିରେ ୧୭୨ ରନ୍‌ କରିଛି। ଯଶସ୍ବୀ ଜୟସ୍ବାଲ ପ୍ରଥମ ଇନିଂସ ବିଫଳତାକୁ ପଛରେ ପକାଇ ଅର୍ଦ୍ଧଶତକ ହାସଲ କରିଥିଲେ। ଷ୍ଟମ୍ପସ ବେଳକୁ ଜୟସ୍ବାଲ ୯୦ ଓ ଲୋକେଶ ରାହୁଲ ୬୨ ରନରେ ବ୍ୟାଟିଂ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri