Posted inଖେଳ

ପ୍ରଥମ ଟେଷ୍ଟ: ପଦାର୍ପଣରେ ମେୟର୍ସଙ୍କ ଅପରାଜିତ ଦ୍ୱିଶତକ, ଓ୍ବେଷ୍ଟଇଣ୍ଡିଜର ଚମତ୍କାର ବିଜୟ

ଚଟ୍ଟୋଗ୍ରାମ, ୮।୨: ଓ୍ବେଷ୍ଟଇଣ୍ଡିଜ ମିଡ୍‌ଲଅର୍ଡର ବ୍ୟାଟ୍ସମ୍ୟାନ କାଇଲ ମେୟର୍ସ ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ପଦାର୍ପଣ ଟେଷ୍ଟର ଚତୁର୍ଥ ଇନିଂସରେ ଅପରାଜିତ ଦ୍ୱିଶତକ ହାସଲ କରି ଦଳକୁ ଅବିଶ୍ୱସନୀୟ ବିଜୟ ପ୍ରଦାନ କରିଛନ୍ତି। ମେୟର୍ସଙ୍କ ୨୧୦ ରନର ଅପରାଜିତ ଦ୍ୱିଶତକୀୟ ଇନିଂସ ବଳରେ ଓ୍ବେଷ୍ଟଇଣ୍ଡିଜ ରବିବାର ଏଠାରେ ଅନୁଷ୍ଠିତ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ବାଂଲାଦେଶକୁ ୩ ଉଇକେଟରେ ପରାସ୍ତ କରିଛି। ଏଥିସହ ଦୁଇ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ଓ୍ବେଷ୍ଟଇଣ୍ଡିଜ ୧-୦ରେ ଅଗ୍ରଣୀ ହାସଲ କରିଛି। ମେୟର୍ସ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
ଟସ୍‌ ଜିତି ବାଂଲାଦେଶ ପ୍ରଥମେ ବ୍ୟାଟିଂ କରି ୧୫୦.୨ ଓଭରରେ ୪୩୦ ରନ କରି ଅଲ୍‌ଆଉଟ ହୋଇଥିଲା। ଜବାବରେ ପ୍ରଥମ ଇନିଂସ ଆରମ୍ଭ କରି ଓ୍ବେଷ୍ଟଇଣ୍ଡିଜ୍‌ ୯୬.୧ ଓଭରରେ ୨୫୯ ରନ କରି ଅଲ୍‌ଆଉଟ ହେବା ସହ ୧୭୧ ରନ ପଛରେ ପଡିଥିଲା। ଏହାପରେ ଦ୍ୱିତୀୟ ଇନିଂସରେ ବାଂଲାଦେଶ ୬୭.୫ ଓଭରରେ ୮ ଉଇକେଟ ହରାଇ ୨୨୩ ରନକରି ଇନିଂସ ଘୋଷଣା କରିଥିଲା। ଫଳରେ ଓ୍ବେଷ୍ଟଇଣ୍ଡିଜ ସମ୍ମୁଖରେ ୩୯୫ ରନ୍‌ର ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଜବାବରେ ଓ୍ବେଷ୍ଟଇଣ୍ଡିଜ ରବିବାର ପଞ୍ଚମ ଦିବସରେ ୧୨୭.୩ ଓଭରରେ ୭ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା। ଟେଷ୍ଟରେ ଏହା ପଞ୍ଚମ ସର୍ବବୃହତ୍‌ ଓ ଏସିଆରେ ସର୍ବବୃହତ ଚେଜ୍‌ ସାବ୍ୟସ୍ତ ହୋଇଛି।
ଚତୁର୍ଥ ଦିବସର ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୧୧୦/୩ରୁ ଓ୍ବେଷ୍ଟଇଣ୍ଡିଜ ଖେଳ ଆରମ୍ଭ କରିଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ କାଇଲ ମେୟର୍ସ ୩୭ ରନରୁ ଖେଳ ଆରମ୍ଭ କରି ୨୧୦ ରନ କରି ଅପରାଜିତ ରହିବା ସହ ଦଳକୁ ବିଜୟୀ କରାଇଥିଲେ। ସେହିପରି ଏନକ୍ରୁମା ବୋନର ୧୫ ରନରୁ ଖେଳ ଆରମ୍ଭ କରି ୮୬ ରନର ଅର୍ଦ୍ଧଶତକୀୟ ଇନିଂସ ଖେଳି ଆଉଟ ହୋଇଥିଲେ। ମେୟର୍ସ ପାଖାପାଖି ୭ ଘଣ୍ଟା କ୍ରିଜ୍‌ରେ ରହି ୩୧୦ଟି ବଲ୍‌ର ସମ୍ମୁଖୀନ ହୋଇ ୨୦ ଚୌକା ଓ ୭ ଛକା ମାରିଥିଲେ। ପ୍ରଥମ ଇନିଂସରେ ମେୟର୍ସ ୪୦ ରନ ସଂଗ୍ରହ କରିଥିଲେ। ଫଳରେ ସେ ମ୍ୟାଚ୍‌ରେ ମୋଟ ଉପରେ ୨୫୦ ରନ ସଂଗ୍ରହ କରିଛନ୍ତି। ପଦାର୍ପଣରେ ଏହା ଓ୍ବେଷ୍ଟଇଣ୍ଡିଜ ପାଇଁ ଦ୍ୱିତୀୟ ସର୍ବାଧିକ ସ୍କୋର ସାବ୍ୟସ୍ତ ହୋଇଛି। ଚତୁର୍ଥ ଉଇକେଟରେ ମେୟର୍ସ ଓ ଏନ୍‌କ୍ରୁମା ୨୧୬ ରନ ସଂଗ୍ରହ କରି ବାଂଲାଦେଶ ବୋଲରଙ୍କୁ ନିରାଶ କରିଥିଲେ। ଦଳ ତରଫରୁ ଅନ୍ୟମାନଙ୍କ ମଧ୍ୟରେ ଜେର୍ମାଇନ୍‌ ବ୍ଲାକଉଡ୍‌ ୯, ଉଇକେଟକିପର ବ୍ୟାଟ୍ସମ୍ୟାନ ଜୋଶୁଆ ଡା ସିଲ୍‌ଭା ୨୦ ରନ କରି ଆଉଟ ହୋଇଥିଲେ। କେମର ରୋଚ ଖାତା ଖୋଲିପାରି ନ ଥିଲେ। ରାହକିମ କର୍ନଓ୍ବାଲ ବିନା ସ୍କୋରରେ ଅପରାଜିତ ରହିଥିଲେ। ଶନିବାର ଓପନର ତଥା ଅଧିନାୟକ କ୍ରେଗ୍‌ ବ୍ରାଥ୍‌ଓ୍ବେଟ ୨୦, ଜନ୍‌ କ୍ୟାମ୍ପ୍‌ବେଲ ୨୩ ଓ ଶାନେ ମୋସ୍‌ଲି ୧୨ ରନ କରି ଆଉଟ ହୋଇଥିଲେ। ବୋଲିଂରେ ବାଂଲାଦେଶ ତରଫରୁ ମେହିଦୀ ହାସନ ମିରାଜ ସର୍ବାଧିକ ୪, ତାଇଜୁଲ ଇସ୍‌ଲାମ ୨ ଓ ନୟିମ ହାସନ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ବାଂଲାଦେଶ ପ୍ରଥମ ଇନିଂସ- ୧୫୦.୨ ଓଭରରେ ୪୩୦ ଅଲଆଉଟ୍‌
ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସ- ୯୬.୧ ଓଭରରେ ୨୫୯ ଆଲଆଉଟ୍‌
ବାଂଲାଦେଶ ଦ୍ୱିତୀୟ ଇନିଂସ- ୬୭.୫ ଓଭରରେ ୨୨୩/୮ (ଇନିଂସ ଘୋଷଣା)
ଓ୍ବେଷ୍ଟଇଣ୍ଡିଜ ଦ୍ୱିତୀୟ ଇନିଂସ- ୧୨୭.୩ ଓଭରରେ ୩୯୫/୭
(ବୋନର- ୮୬, ମେୟର୍ସ- ୨୧୦*, ମିରାଜ- ୪/୧୧୩, ତାଇଜୁଲ- ୨/୯୧, ନୟିମ- ୧/୧୦୫)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୨୦୨୭ ODI ବିଶ୍ୱକପ ପାଇଁ ଭାରତୀୟ ଟିମର ଅଧା ଅଂଶ କନଫର୍ମ! ଆକାଶ ଚୋପ୍ରା ବାଛିଛନ୍ତି ୬ ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୫।୧୦: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ଭାରତୀୟ ଦଳର ପ୍ରାୟ ଅଧା ଅଂଶ ବାସ୍ତବରେ ସ୍ଥିର ହୋଇସାରିଛି। ଆକାଶ ଚୋପ୍ରା ପ୍ରଥମ ଛଅଟି ବ୍ୟାଟିଂ ସ୍ଥାନ ପାଇଁ…

ସଞ୍ଜୁ ସାମସନଙ୍କ ଟାର୍ଗେଟରେ ସୁରେଶ ରାଇନା,ଏମ.ଏସ. ଧୋନି, କିନ୍ତୁ କାହିଁକି? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୧୦: ୱେଷ୍ଟଇଣ୍ଡିଜ ବିପକ୍ଷରେ ଇତିହାସ ସୃଷ୍ଟି କରିବାର ସୁଯୋଗ ରହିଛି ଭାରତର ୱିକେଟ କିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନଙ୍କ ନିକଟରେ। ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ…

‘ବିରାଟଙ୍କ ନମ୍ବର ତାଙ୍କୁ ମିଳିବା ଉଚିତ’, କୋହଲିଙ୍କ ପାଇଁ କିଏ ହେବେ ପରଫେକ୍ଟ ରିପ୍ଲେସମେଣ୍ଟ ପ୍ରକାଶ କଲେ ୱାସିମ ଜାଫର୍‌, ଚମକି ପଡ଼ିବେ…

ନୂଆଦିଲ୍ଲୀ,୫।୧୦: ପ୍ରାୟ ୧୫ ବର୍ଷ ଧରି, ଭାରତୀୟ ଦଳକୁ ODI କ୍ରିକେଟରେ ୩ ନମ୍ବର ସ୍ଥାନ ପାଇଁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିନାହିଁ; ଏହାର ମୁଖ୍ୟ…

୫୦୦ ୱିକେଟ ନେଇଥିବା ୩୨ ବର୍ଷୀୟ କ୍ରିକେଟର ଅବସର ଘୋଷଣା କରି ଚମକାଇ ଦେଲେ, କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୫।୧୦: ଜଣେ ଇଂଲଣ୍ଡ କ୍ରିକେଟର ଏକ ଅସାଧାରଣ କାରଣ ପାଇଁ ଅବସର ଗ୍ରହଣ କରିଛନ୍ତି। ନିଜ କ୍ୟାରିୟରରେ ୫୦୦ରୁ ଅଧିକ ୱିକେଟ ନେଇଥିବା କ୍ରେଗ ମାଇଲ୍ସ ମାତ୍ର…

ଅବସର ପୂର୍ବରୁ ରୋହିତ ଶର୍ମାଙ୍କୁ ଟାର୍ଗେଟ ଦେଲେ ସୁନୀଲ ଗାଭାସ୍କର! ‘ହିଟମ୍ୟାନ’ଙ୍କୁ କହିଲେ…

ନୂଆଦିଲ୍ଲୀ,୫।୧୦: ଭାରତୀୟ ଦଳର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମାଙ୍କ ନିକଟରେ ଏକ ସ୍ବତନ୍ତ୍ର ଅନୁରୋଧ ରଖିଛନ୍ତି। ଗାଭାସ୍କର ଆଶା ବ୍ୟକ୍ତ କରିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଉଠିଲା ପ୍ରଶ୍ନ? ଲକ୍ଷ୍ମଣଙ୍କ ବିଦାୟ, ଗମ୍ଭୀରଙ୍କ ଆଗମନରେ ବଦଳିଯିବ କି ପରିସ୍ଥିତି? ଜାଣନ୍ତୁ…

ନୂଆଦିଲ୍ଲୀ,୫।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚରେ କ’ଣ ବୈଭବ ସୂର୍ଯ୍ୟବଂଶୀ ଖେଳିବେ? ଏହି ପ୍ରଶ୍ନ ନିଶ୍ଚିତ ଭାବରେ ତାଙ୍କର ସମସ୍ତ…

Asian Games 2026: ଖେଳାଳିଙ୍କ ପ୍ରଦର୍ଶନକୁ ନେଇ ପ୍ରଧାନମନ୍ତ୍ରୀ ମୋଦି କହିଲେ, ‘ଆପଣମାନେ ଦେଶକୁ…’

ନୂଆଦିଲ୍ଲୀ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଏସୀୟ କ୍ରୀଡ଼ା ୨୦୨୬’ (Asian Games 2026) ରେ ଭାରତୀୟ ଦଳର ପ୍ରଦର୍ଶନ ପାଇଁ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦୃଢ଼ ସଂକଳ୍ପ,…

ଏସୀୟ କ୍ରୀଡ଼ାରେ ଦୁଇଟି ସ୍ବର୍ଣ୍ଣ ଜିତିବା ପରେ ଅବସର ନେଲେ ଏହି କ୍ରିକେଟର, ପ୍ରଶଂସକ କହିଲେ…

ନୂଆଦିଲ୍ଲୀ,୫।୧୦: ପାକିସ୍ତାନୀ ମହିଳା କ୍ରିକେଟର କାଇନାତ ଇମତିଆଜ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରବିବାର ଏକ ପୋଷ୍ଟ ମାଧ୍ୟମରେ ସେ ଏହି ଖବର ଜଣାଇ ଲେଖିଥିଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?