Posted inଖେଳ

ପ୍ରଥମ ଟେଷ୍ଟ: ଇନିଂସ ବିଜୟର ଦ୍ୱାରଦେଶରେ ନ୍ୟୁଜିଲାଣ୍ଡ

ହାମିଲଟନ,୬।୧୨(ଏପି): ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ନ୍ୟୁଜିଲାଣ୍ଡ ଇନିଂସ ବିଜୟର ଦ୍ୱାରାଦେଶରେ ପହଞ୍ଚିଛି। ତେବେ ଦ୍ୱିତୀୟ ଇନିଂସରେ ଓ୍ବେଷ୍ଟଇଣ୍ଡିଜର ଦୁଇ ବ୍ୟାଟ୍ସମ୍ୟାନ ଜର୍ମେନ ବ୍ଲାକଉଡ୍‌ ଓ ଅଲଜାରି ଜୋଶେଫ୍‌ ଲଢୁଆ ବ୍ୟାଟିଂ କରି ନ୍ୟୁଜିଲାଣ୍ଡର ବିଜୟକୁ ବିଳମ୍ବିତ କରିଛନ୍ତି।
ଟସ୍‌ଜିତି ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ୧୪୫ ଓଭର ଖେଳି ୫୧୯/୭ରେ ଇନିଂସ ଘୋଷଣା କରିଥିଲା। ଜବାବରେ ଓ୍ବେଷ୍ଟଇଣ୍ଡିଜ ୬୪ ଓଭରରେ ମାତ୍ର ୧୩୮ ରନକରି ଅଲଆଉଟ ହେବା ସହ ୩୮୧ ରନ ପଛରେ ପଡିଥିଲା। ଫଳରେ ଓ୍ବେଷ୍ଟଇଣ୍ଡିଜ ଫଲୋଅନ ହୋଇଥିଲା ଓ ଦ୍ୱିତୀୟ ଇନିଂସ ଆରମ୍ଭ କରି ଶନିବାର ତୃତୀୟ ଦିବସ ଖେଳ ଶେଷସୁଦ୍ଧା ୪୨ ଓଭରରେ ୬ ଉଇକେଟ ହରାଇ ୧୯୬ ରନ ସଂଗ୍ରହ କରିଛି। ଏବେ ଓ୍ବେଷ୍ଟଇଣ୍ଡିଜ୍‌ ୪ ଉଇକେଟ ହାତରେ ରଖି ୧୮୫ ରନ ପଛରେ ପଡିଛି। ଷ୍ଟମ୍ପ ଅପସାରଣ ବେଳକୁ ବ୍ଲାକଉଡ୍‌ ୮୦ ଓ ଜୋଶେଫ୍‌ ୫୯ ରନକରି ଅପରାଜିତ ରହିଛନ୍ତି। ସପ୍ତମ ଉଇକେଟ ଯୋଡିରେ ଏହି ଦୁଇ ବ୍ୟାଟ୍ସମ୍ୟାନ ଅପରାଜିତ ୧୦୭ ରନର ପାର୍ଟନରଶିପ୍‌ କରି ନ୍ୟୁଜିଲାଣ୍ଡ ବୋଲରଙ୍କୁ ନିରାଶ କରିଛନ୍ତି। ଦ୍ୱିତୀୟ ଇନିଂସରେ ଓ୍ବେଷ୍ଟଇଣ୍ଡିଜ ତରଫରୁ ଅନ୍ୟମାନଙ୍କ ମଧ୍ୟରେ ଓପନର କ୍ରେଗ୍‌ ବ୍ରାଥ୍‌ଓ୍ବେଟ୍‌ ୧୦, ଡାରେନ ବ୍ରାଭୋ ୧୨ ଓ ଅନ୍ୟମନେ ଦୁଇଅଙ୍କ ଛୁଇଁପାରି ନାହାନ୍ତି। ବୋଲିଂରେ ନ୍ୟୁଜିଲାଣ୍ଡର ନିଲ ଓ୍ବାଗନର ୨, ଟିମ ସୌଦି, ଟ୍ରେଣ୍ଟ ବୋଲ୍ଟ, କାଏଲ ଜେମିସନ ଓ ଡାରିଲ ମିଚେଲ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ଶନିବାର ସକାଳୁ ଓ୍ବେଷ୍ଟଇଣ୍ଡିଜ ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୪୯/୦ରୁ ଖେଳ ଆରମ୍ଭ କରି ଅଲଆଉଟ ହୋଇଥିଲା। ଦଳ ତରଫରୁ ଓପନର ଜନ କ୍ୟାମ୍ପବେଲ ୨୬, ଅଧିନାୟକ ଜାସନ ହୋଲ୍ଡର ଅପରାଜିତ ୨୫, ଜର୍ମେନ୍‌ ବ୍ଲାକ୍‌ଉଡ୍‌ ୨୩, ବ୍ରାଥଓ୍ବେଟ୍‌ ୨୧, ରୋଷ୍ଟନ ଚେଜ୍‌ ୧୧ ରନକରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ନ୍ୟୁଜିଲାଣ୍ଡ ତରଫରୁ ବୋଲିଂରେ ସୌଦି ସର୍ବାଧିକ ୪, ଜେମିସନ ଓ ଓ୍ବାଗନର ୨ଟି ଲେଖାଏ, ବୋଲ୍ଟ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ: ୧୪୫ ଓଭରରେ ୫୧୯/୭ (ଇନିଂସ ଘୋଷଣା)
ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସ: ୬୪ ଓଭରରେ ୧୩୮ ଅଲଆଉଟ(କ୍ୟାମ୍ପବେଲ- ୨୬, ହୋଲ୍ଡର- ୨୫*, ବ୍ଲାକଉଡ୍‌- ୨୩, ବ୍ରାଥଓ୍ବେଟ୍‌- ୨୧, ସୌଦି- ୪/ ୩୫, ଜେମିଶନ- ୨/୨୫, ଓ୍ବାଗନର- ୨/୨୫)।
ଓ୍ବେଷ୍ଟଇଣ୍ଡିଜ ଦ୍ୱିତୀୟ ଇନିଂସ (ଫଲୋଅନ): ୪୨ ଓଭରରେ ୧୯୬/୬ (ବ୍ଲାକଉଡ- ୮୦*, ଜୋଶେଫ୍‌- ୫୯*, ଓ୍ବାଗନର- ୨/୬୨)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?