Posted inଖେଳ

ପ୍ରଥମ ଟେଷ୍ଟ: ନ୍ୟୁଜିଲାଣ୍ଡର ଇନିଂସ ବିଜୟ

ହାମିଲଟନ, ୭।୧୨(ଏପି): ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ଘରୋଇ ନ୍ୟୁଜିଲାଣ୍ଡ ରବିବାର ଚତୁର୍ଥ ଦିନ ସକାଳେ ଏକ ଇନିଂସ ଓ ୧୩୪ ରନରେ ବିଜୟ ହାସଲ କରିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ୧୪୫ ଓଭରରେ ୭ ଉଇକେଟ ହରାଇ ୫୧୯ ରନକରି ଇନିଂସ ଘୋଷଣା କରିଥିଲା। ଜବାବରେ ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସରେ ୬୪ ଓଭରରେ ୧୩୮ ରନକରି ଅଲଆଉଟ ହେବା ସହ ୩୮୧ ରନ ପଛରେ ପଡି ଫଲୋଅନ ହୋଇଥିଲା। ଦ୍ୱିତୀୟ ଇନିଂସ ଆରମ୍ଭ କରି ଓ୍ବେଷ୍ଟଇଣ୍ଡିଜ୍‌ ୫୮.୫ ଓଭରରେ ୨୪୭ ରନକରି ଅଲଆଉଟ ହେବା ସହ ଇନିଂସ ପରାଜୟ ବରଣ କରିଛି।
ତୃତୀୟ ଦିବସର ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୧୯୬/୬ରୁ ଖେଳ ଆରମ୍ଭ କରି ଓ୍ବେଷ୍ଟଇଣ୍ଡିଜ ରବିବାର ଅଲଆଉଟ ହୋଇଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ଜର୍ମେନ ବ୍ଲାକ୍‌ଉଡ୍‌ ୮୦ରୁ ଖେଳ ଆରମ୍ଭ କରି ୧୦୪ ରନର ଶତକୀୟ ପାଳି ଖେଳି ଆଉଟ ହୋଇଥିଲେ। ସେହିପରି ୫୯ରୁ ଖେଳ ଆରମ୍ଭ କରି ଅଲଜାରି ଜୋଶେଫ୍‌ ୮୬ ରନକରି ଆଉଟ ହୋଇଥିଲେ। ଅନ୍ୟମାନେ ବିଫଳ ହୋଇଥିଲେ। ବୋଲିଂରେ ନ୍ୟୁଜିଲାଣ୍ଡ ତରଫରୁ ନିଲ୍‌ ଓ୍ବାଗନର ସର୍ବାଧିକ ୪, କାଏଲ ଜେମିଶନ ୨, ଟିମ୍‌ ସୌଦି, ଟ୍ରେଣ୍ଟ ବୋଲ୍ଟ ଓ ଡାରିଲ ମିଚେଲ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲା। ପ୍ରଥମ ଇନିଂସରେ ୨୫୧ ରନର ଦ୍ୱିଶତକୀୟ ପାଳି ଖେଳିଥିବା ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ କେନ୍‌ ଓ୍ବିଲିୟମସନ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଅଂଶବିଶେଷ ଥିବା ଏହି ଟେଷ୍ଟ ଜିତି ନ୍ୟୁଜିଲାଣ୍ଡ ୬୦ ପଏଣ୍ଟ ହାସଲ କରିଥିବା ବେଳେ ଓ୍ବେଷ୍ଟଇଣ୍ଡିଜ କୌଣସି ପଏଣ୍ଟ ପାଇନାହିଁ।
ସଂକ୍ଷିପ୍ତ ସ୍କୋର:
ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ: ୧୪୫ ଓଭରରେ ୫୧୯/୭ (ଇନିଂସ ଘୋଷଣା)
ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସ: ୬୪ ଓଭରରେ ୧୩୮ ଅଲଆଉଟ।
ଓ୍ବେଷ୍ଟଇଣ୍ଡିଜ ଦ୍ୱିତୀୟ ଇନିଂସ (ଫଲୋଅନ): ୫୮.୫ ଓଭରରେ ୨୪୭ ଅଲଆଉଟ(ବ୍ଲାକଉଡ୍‌-୧୦୪, ଜୋଶେଫ୍‌- ୮୬, ଓ୍ବାଗନର- ୪/୬୬, ଜେମିସନ- ୨/୪୨, ସୌଦି- ୧/୬୨, ବୋଲ୍ଟ- ୧/୬୩, ମିଚେଲ- ୧/୭)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

ଫିଟନେସ ପରୀକ୍ଷାରେ ପାସ କଲେ ଜସପ୍ରିତ ବୁମରାହ; ଜାଣନ୍ତୁ କେଉଁ ସିରିଜରେ ଖେଳିବେ

ନୂଆଦିଲ୍ଲୀ,୩୧।୭: ଭାରତର ପ୍ରସିଦ୍ଧ ଦ୍ରୁତ ବୋଲର ଜସପ୍ରିତ ବୁମରାହ ତାଙ୍କ ଫିଟନେସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହା ଭାରତୀୟ ଦଳ ଏବଂ ଏହାର ପ୍ରଶଂସକମାନଙ୍କ ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri