Posted inଖେଳ

ପ୍ରଥମ ଟେଷ୍ଟ: ନ୍ୟୁଜିଲାଣ୍ଡର ବୃହତ୍‌ ବିଜୟ

ମାଉଣ୍ଟ ମାଉନ୍‌ଗାନୁଇ,୩୧।୧୨(ଏପି): ସ୍ଥାନୀୟ ବେ ଓଭାଲ ଗ୍ରାଉଣ୍ଡରେ ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ଘରୋଇ ନ୍ୟୁଜିଲାଣ୍ଡ ୧୦୧ ରନରେ ବିଜୟ ହାସଲ କରିଛି। ଦୁଇ ମ୍ୟାଚବିଶିଷ୍ଟ ସିରିଜ୍‌ରେ ନ୍ୟୁଜିଲାଣ୍ଡ ୧-୦ରେ ଅଗ୍ରଣୀ ହାସଲ କରିଛି। ପ୍ରଥମ ଇନିଂସର ୧୨୯ ରନର ଶତକୀୟ ଇନିଂସ ଖେଳିଥିବା ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନ ପ୍ଲେୟାର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଛନ୍ତି।
ପ୍ରଥମ ଇନିଂସରେ ୧୯୨ ରନର ଅଗ୍ରଣୀ ହାସଲ କରିଥିବା ନ୍ୟୁଜିଲାଣ୍ଡ ଦ୍ୱିତୀୟ ଇନିଂସରେ ୪୫.୩ ଓଭରରେ ୫ ଉଇକେଟ ହରାଇ ୧୮୦ ରନକରି ପାଳି ଘୋଷଣା କରିଥିଲା। ଫଳରେ ପାକିସ୍ତାନ ସମ୍ମୁଖରେ ୩୭୩ ରନର ଟାର୍ଗେଟ୍‌ ଧାର୍ଯ୍ୟ ହୋଇଥିଲା। ଜବାବରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ପାକିସ୍ତାନ ବୁଧବାର ପଞ୍ଚମ ଦିନରେ ୧୨୩.୩ ଓଭରରେ ୨୭୧ ରନ କରି ଅଲ୍‌ଆଉଟ ହୋଇଥିଲା ଓ ବୃହତ୍‌ ୧୦୧ ରନରେ ପରାସ୍ତ ହୋଇଥିଲା।
ଚତୁର୍ଥ ଦିବସର ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୭୧/୩ରୁ ପାକିସ୍ତାନ ଖେଳ ଆରମ୍ଭ କରିଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ଆଝାର ଅଲୀ ୩୪ ରନରୁ ଖେଳ ଆରମ୍ଭ କରି ୩୮ ରନରେ ଟ୍ରେଣ୍ଟ ବୋଲ୍ଟଙ୍କ ଦ୍ୱାରା ଆଉଟ ହୋଇଥିଲେ। ସେହିପରି ଓ ଫଓ୍ବାଦ ଆଲମ ୨୧ରୁ ଖେଳ ଆରମ୍ଭ କରି ଲଢୁଆ ପ୍ରଦର୍ଶନ କରିବା ସହ ୧୦୨ ରନର ଶତକୀୟ ପାଳି ଖେଳିଥିଲେ ଓ କ୍ୟାରିୟର ଦ୍ୱିତୀୟ ଟେଷ୍ଟ ଶତକ ହାସଲ କରିଥିଲେ। ଅଧିନାୟକ ତଥା ଉଇକେଟ କିପର ବ୍ୟାଟ୍ସମ୍ୟାନ ମହମ୍ମଦ ରିଜଓ୍ବାନ ୬୦ ଓ ଫହିମ ଆଶ୍ରଫ୍‌ ୧୯ ରନ ସଂଗ୍ରହ କରିଥିବା ବେଳ ଅନ୍ୟମାନେ ଦୁଇ ଅଙ୍କ ଛୁଇଁ ପାରି ନ ଥିଲେ। ବୋଲିଂରେ ନ୍ୟୁଜିଲାଣ୍ଡ ପକ୍ଷରୁ ଟିମ୍‌ ସୌଦି, ଟ୍ରେଣ୍ଟ ବୋଲ୍ଟ, କାଏଲ ଜେମିଶନ, ନିଲ ଓ୍ବାଗନର ଓ ମିଚେଲ ସାଣ୍ଟନର ଦୁଇଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ: ୧୫୫ ଓଭରରେ ୪୩୧ ଅଲଆଉଟ।
ପାକିସ୍ତାନ ପ୍ରଥମ ଇନିଂସ: ୧୦୨.୨ ଓଭରରେ ୨୩୯ ଆଲଆଉଟ।
ନ୍ୟୁଜିଲାଣ୍ଡ ଦ୍ୱିତୀୟ ଇନିଂସ: ୪୫.୩ ଓଭରରେ ୧୮୦/୫ ଇନିଂସ ଘୋଷଣା।
ପାକିସ୍ତାନ ଦ୍ୱିତୀୟ ଇନିଂସ: ୧୨୩.୩ ଓଭରରେ ୨୭୧ ଅଲଆଉଟ (ଫଓ୍ବାଦ ଆଲମ- ୧୦୨, ମହମ୍ମଦ ରିଜଓ୍ବାନ- ୬୦, ଆଝାର ଅଲି- ୩୮, ଫହିମ ଆଶ୍ରଫ୍‌-୧୯, ସୌଦି- ୨/୩୩, ବୋଲ୍ଟ- ୨/୭୨, ଜେମିସନ- ୨/୩୫, ସାଣ୍ଟନର ୨/୫୨)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ହେବନି IPL 2026ର ଉଦଘାଟନୀ ଉତ୍ସବ, ଏହି କାରଣରୁ BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬ା୩: IPL ୨୦୨୬ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି BCCI । ଉଦଘାଟନୀ ଉତ୍ସବକୁ ବାତିଲ କରାଯାଇଛି । ଗତ ବର୍ଷ ବେଙ୍ଗାଲୁରୁରେ RCBର ବିଜୟ…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଏତେ କୋଟି ଟଙ୍କାରେ ବିକ୍ରି ହେଲା ରାଜସ୍ଥାନ ରୟାଲ୍ସ , ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୨୪।୩: ରାଜସ୍ଥାନ ରୟାଲ୍ସ ଦଳକୁ ୧.୬୩ ବିଲିୟନ ଆମେରିକୀୟ ଡଲାରରେ ବିକ୍ରି କରାଯାଇଛି। ଆମେରିକୀୟ ବ୍ୟବସାୟୀ କାଲ ସୋମାନୀଙ୍କ ନେତୃତ୍ୱରେ ଏକ ସଂଘ ପ୍ରାୟ ୧୫,୨୮୬ କୋଟିରେ…

ଇଂଲଣ୍ଡର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ ମ୍ୟାକୁଲମ

ଲଣ୍ଡନ,୨୪ା୩: ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ବ୍ରେଣ୍ଡନ ମ୍ୟାକୁଲମ ୩ଟି ଫର୍ମାଟରେ ଇଂଲଣ୍ଡ ଦଳର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ। ଏ ନେଇ ଇଂଲଣ୍ଡ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri