Posted inଖେଳ

ପ୍ରଥମ ଟେଷ୍ଟ: ନ୍ୟୁଜିଲାଣ୍ଡର ବୃହତ୍‌ ବିଜୟ

ମାଉଣ୍ଟ ମାଉନ୍‌ଗାନୁଇ,୩୧।୧୨(ଏପି): ସ୍ଥାନୀୟ ବେ ଓଭାଲ ଗ୍ରାଉଣ୍ଡରେ ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ଘରୋଇ ନ୍ୟୁଜିଲାଣ୍ଡ ୧୦୧ ରନରେ ବିଜୟ ହାସଲ କରିଛି। ଦୁଇ ମ୍ୟାଚବିଶିଷ୍ଟ ସିରିଜ୍‌ରେ ନ୍ୟୁଜିଲାଣ୍ଡ ୧-୦ରେ ଅଗ୍ରଣୀ ହାସଲ କରିଛି। ପ୍ରଥମ ଇନିଂସର ୧୨୯ ରନର ଶତକୀୟ ଇନିଂସ ଖେଳିଥିବା ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନ ପ୍ଲେୟାର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଛନ୍ତି।
ପ୍ରଥମ ଇନିଂସରେ ୧୯୨ ରନର ଅଗ୍ରଣୀ ହାସଲ କରିଥିବା ନ୍ୟୁଜିଲାଣ୍ଡ ଦ୍ୱିତୀୟ ଇନିଂସରେ ୪୫.୩ ଓଭରରେ ୫ ଉଇକେଟ ହରାଇ ୧୮୦ ରନକରି ପାଳି ଘୋଷଣା କରିଥିଲା। ଫଳରେ ପାକିସ୍ତାନ ସମ୍ମୁଖରେ ୩୭୩ ରନର ଟାର୍ଗେଟ୍‌ ଧାର୍ଯ୍ୟ ହୋଇଥିଲା। ଜବାବରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ପାକିସ୍ତାନ ବୁଧବାର ପଞ୍ଚମ ଦିନରେ ୧୨୩.୩ ଓଭରରେ ୨୭୧ ରନ କରି ଅଲ୍‌ଆଉଟ ହୋଇଥିଲା ଓ ବୃହତ୍‌ ୧୦୧ ରନରେ ପରାସ୍ତ ହୋଇଥିଲା।
ଚତୁର୍ଥ ଦିବସର ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୭୧/୩ରୁ ପାକିସ୍ତାନ ଖେଳ ଆରମ୍ଭ କରିଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ଆଝାର ଅଲୀ ୩୪ ରନରୁ ଖେଳ ଆରମ୍ଭ କରି ୩୮ ରନରେ ଟ୍ରେଣ୍ଟ ବୋଲ୍ଟଙ୍କ ଦ୍ୱାରା ଆଉଟ ହୋଇଥିଲେ। ସେହିପରି ଓ ଫଓ୍ବାଦ ଆଲମ ୨୧ରୁ ଖେଳ ଆରମ୍ଭ କରି ଲଢୁଆ ପ୍ରଦର୍ଶନ କରିବା ସହ ୧୦୨ ରନର ଶତକୀୟ ପାଳି ଖେଳିଥିଲେ ଓ କ୍ୟାରିୟର ଦ୍ୱିତୀୟ ଟେଷ୍ଟ ଶତକ ହାସଲ କରିଥିଲେ। ଅଧିନାୟକ ତଥା ଉଇକେଟ କିପର ବ୍ୟାଟ୍ସମ୍ୟାନ ମହମ୍ମଦ ରିଜଓ୍ବାନ ୬୦ ଓ ଫହିମ ଆଶ୍ରଫ୍‌ ୧୯ ରନ ସଂଗ୍ରହ କରିଥିବା ବେଳ ଅନ୍ୟମାନେ ଦୁଇ ଅଙ୍କ ଛୁଇଁ ପାରି ନ ଥିଲେ। ବୋଲିଂରେ ନ୍ୟୁଜିଲାଣ୍ଡ ପକ୍ଷରୁ ଟିମ୍‌ ସୌଦି, ଟ୍ରେଣ୍ଟ ବୋଲ୍ଟ, କାଏଲ ଜେମିଶନ, ନିଲ ଓ୍ବାଗନର ଓ ମିଚେଲ ସାଣ୍ଟନର ଦୁଇଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ: ୧୫୫ ଓଭରରେ ୪୩୧ ଅଲଆଉଟ।
ପାକିସ୍ତାନ ପ୍ରଥମ ଇନିଂସ: ୧୦୨.୨ ଓଭରରେ ୨୩୯ ଆଲଆଉଟ।
ନ୍ୟୁଜିଲାଣ୍ଡ ଦ୍ୱିତୀୟ ଇନିଂସ: ୪୫.୩ ଓଭରରେ ୧୮୦/୫ ଇନିଂସ ଘୋଷଣା।
ପାକିସ୍ତାନ ଦ୍ୱିତୀୟ ଇନିଂସ: ୧୨୩.୩ ଓଭରରେ ୨୭୧ ଅଲଆଉଟ (ଫଓ୍ବାଦ ଆଲମ- ୧୦୨, ମହମ୍ମଦ ରିଜଓ୍ବାନ- ୬୦, ଆଝାର ଅଲି- ୩୮, ଫହିମ ଆଶ୍ରଫ୍‌-୧୯, ସୌଦି- ୨/୩୩, ବୋଲ୍ଟ- ୨/୭୨, ଜେମିସନ- ୨/୩୫, ସାଣ୍ଟନର ୨/୫୨)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri