Posted inଖେଳ

ପ୍ରଥମ ଟେଷ୍ଟ:ଫଲୋଅନ ଏଡ଼ାଇଲା ପାକିସ୍ତାନ

ମାଉଣ୍ଟ ମାଉଗାନୁଇ,୨୯।୧୨(ଏପି): ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନଙ୍କ ବିଫଳତା ପରେ ନୂଆ ଟେଷ୍ଟ ଅଧିନାୟକ ମହମ୍ମଦ ରିଜ୍‌ଓ୍ବାନ ଓ ଫହିମ ଆଶ୍ରଫ ଲଢୁଆ ବ୍ୟାଟିଂ କରି ଘରୋଇ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ପାକିସ୍ତାନକୁ ଫଲୋଅନରୁ ବଞ୍ଚାଇଛନ୍ତି। ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ୧୫୫ ଓଭରରେ ୪୩୧ ରନ କରି ଅଲ୍‌ଆଉଟ ହୋଇଥିଲା। ଜବାବରେ ପାକିସ୍ତାନ ପ୍ରଥମ ଇନିଂସ ଆରମ୍ଭ କରି ସୋମବାର ତୃତୀୟ ଦିନ ଖେଳ ଶେଷସୁଦ୍ଧା ୧୦୨.୨ ଓଭରରେ ୨୩୯ ରନ କରି ଅଲ୍‌ଆଉଟ ହୋଇଛି। ଫଳରେ ପ୍ରଥମ ଇନିଂସରେ ପାକିସ୍ତାନ ୧୯୨ ରନରେ ପଛରେ ରହିଛି। ତେବେ ପାକିସ୍ତାନ ଫଲୋଅନ ଏଡ଼ାଇବାକୁ ସକ୍ଷମ ହୋଇଛି।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୩୦/୧ରୁ ଖେଳ ଆରମ୍ଭ କରି ପାକିସ୍ତାନ ସୋମବାର ତୃତୀୟ ସେସନ ଶେଷରେ ଅଲ୍‌ଆଉଟ ହୋଇଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ତଥା ଓପନର ଆବିଦ୍‌ ଅଲି ୧୯ରୁ ଖେଳ ଆରମ୍ଭ କରି ୨୫ ରନକରି ପ୍ୟାଭିଲିୟନ ଫେରିଥିଲେ। ସେହିପରି ବିନା ସ୍କୋରରୁ ଖେଳ ଆରମ୍ଭ କରି ମହମ୍ମଦ ଆବାସ ୫ ରନକରି ଆଉଟ୍‌ ହୋଇଥିଲେ। ଏହାପରେ ଆଝାର ଅଲୀ, ହାରିସ ସୋହେଲ, ଫଓ୍ବାଦ ଆଲମ ୫, ୩ ଓ ୯ ରନ କରିଆଉଟ ହୋଇଥିଲେ। ୮୦ ରନରେ ୬ ଉଇକେଟ ହରାଇ ପାକିସ୍ତାନ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ତେବେ ସପ୍ତମ ଉଇକେଟରେ ରିଜ୍‌ଓ୍ବାନ ଓ ଫହିମ ଆଶ୍ରଫ୍‌ ୧୦୭ ରନକରି ସ୍ଥିତି ସମ୍ଭାଳିବାକୁ ପ୍ରୟାସ କରିଥିଲେ। ୫୨ ରନରେ ୫ ଉଇକେଟର ପତନ ହୋଇଥିବା ବେଳେ ରିଜ୍‌ଓ୍ବାନ ବ୍ୟାଟିଂ କରିବାକୁ ଆସିଥିଲେ। ୭୧ ରନ କରିଥିବା ବେଳେ ସେ ମିଚେଲ ସାଣ୍ଟନରଙ୍କ ଡାଇରେକ୍ଟ ଥ୍ରୋରେ ଦୁର୍ଭାଗ୍ୟଜନକ ଭାବେ ରନଆଉଟ ହୋଇଥିଲେ। ସେହିପରି ଫହିମ ଆଶ୍ରଫ୍‌ ୯୧ ରନକରି ଇନିଂସର ଶେଷ ବ୍ୟାଟ୍ସମ୍ୟାନ ଭାବେ ଆଉଟ ହେବା ସହ ଶତକ ହାସଲରୁ ବଞ୍ଚିତ ହୋଇଥିଲେ। ରିଜ୍‌ଓ୍ବାନ ଓ ଫହିମ ୩୦ ଓଭର କ୍ରିଜ୍‌ରେ ରହି ଲଢୁଆ ବ୍ୟାଟିଂ ପ୍ରଦର୍ଶନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ୟାସିର ଶାହା ୪, ଶାହିନ ଆଫ୍ରିଦି ୬ ରନ କରି ଆଉଟ ହୋଇଥିବା ବେଳେ ନସିମ ଶାହା ବିନା ସ୍କୋରରେ ଅପରାଜିତ ରହିଥିଲେ। ବୋଲିଂରେ ନ୍ୟୁଜିଲାଣ୍ଡ ତରଫରୁ କାଏଲ ଜେମିଶନ ସର୍ବାଧିକ ୩, ଟିମ ସୌଦି, ଟ୍ରେଣ୍ଟ ବୋଲ୍ଟ ଓ ନିଲ୍‌ ଓ୍ବାଗନର ୨ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ଅଧିନାୟକ କେନ୍‌ ଓ୍ବିଲିୟମସନଙ୍କ ୧୨୯ ରନର ଶତକୀୟ ପାଳି ମୁଖ୍ୟ ଘଟଣା ଥିଲା। ସେହିପରି ଅଭିଜ୍ଞ ରସ୍‌ ଟେଲର ୭୦, ହେନେରୀ ନିକୋଲ୍ସ ୫୬, ବିଜେ ଓ୍ବାଟଲିଂ ୭୩ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଦଳକୁ ବୃହତ୍‌ ସ୍କୋର ପ୍ରଦାନ କରିଥିଲେ। ବୋଲିଂରେ ପାକିସ୍ତାନ ତରଫରୁ ଶାହିନ ଆଫ୍ରିଦି ୪ ଓ ୟାସିର ଶାହା ୩ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ୧୫୫ ଓଭରରେ ୪୩୧ ରନରେ ଅଲଆଉଟ।
ପାକିସ୍ତାନ ପ୍ରଥମ ଇନିଂସରେ ୧୦୨.୨ ଓଭରରେ ୨୩୯ ରନରେ ଅଲଆଉଟ
(ଫହିମ ଆଶ୍ରଫ୍‌- ୯୧, ମହମ୍ମଦ ରିଜଓ୍ବାନ- ୭୧, ଆବିଦ ଅଲି-୨୫, ଜେମସନ- ୩/୩୫, ସୌଦି- ୨/୬୯, ବୋଲ୍ଟ- ୨/୭୧, ଓ୍ବାଗନର- ୨/୫୦)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri