Posted inଖେଳ

ପ୍ରଥମ ଟେଷ୍ଟ: ପାକିସ୍ତାନର ଇନିଂସ ବିଜୟ

ହାରାରେ,୩।୫: ଜିମ୍ବାଓ୍ବେ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ପାକିସ୍ତାନ ଏକ ଇନିଂସ ଓ ୧୧୬ ରନରେ ବିଜୟୀ ହୋଇଛି। ଏଥିସହ ୨ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ପାକିସ୍ତାନ ୧-୦ରେ ଅଗ୍ରଣୀ ହାସଲ କରିଛି। ଟସ୍‌ ଜିତି ଜିମ୍ବାଓ୍ବେ ପ୍ରଥମ ଇନିଂସରେ ୫୯.୧ ଓଭରରେ ୧୭୬ ରନ ସଂଗ୍ରହ କରିଥିଲା। ଜବାବରେ ପାକିସ୍ତାନ ପ୍ରଥମ ଇନିଂସରେ ୧୩୩ ଓଭରରେ ୪୨୬ ରନକରି ଅଲଆଉଟ ହୋଇ ୨୫୦ ରନରେ ଅଗ୍ରଣୀ ହାସଲ କରିଥିଲା। ଏହାପରେ ଦ୍ୱିତୀୟ ଇନିସଂ ଆରମ୍ଭ କରି ଜିମ୍ବାଓ୍ବେ ୪୬.୨ ଓଭରରେ ୧୩୪ ରନକରି ଅଲ୍‌ଆଉଟ ହୋଇଥିଲା। ଫଳରେ ଜିମ୍ବାଓ୍ବେ ଇନିଂସ ପରାଜୟ ବରଣ କରିଥିଲା। ପାକିସ୍ତାନ ଦ୍ରୁତ ବୋଲର ହାସନ ଅଲୀ ପ୍ରଥମ ଇନିଂସରେ ୪ ଓ ଦ୍ୱିତୀୟ ଇନିଂସରେ ୫ ଉଇକେଟ ହାସଲ କରି ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ପାକିସ୍ତାନ ପକ୍ଷରୁ ପ୍ରଥମ ଇନିଂସରେ ଫଓ୍ବାଦ ଆଲମ ସର୍ବାଧିକ ୧୪୦ ରନର ଶତକୀୟ ପାଳି ଖେଳିଥିଲେ।
ସଂକ୍ଷିପ୍ତ ସ୍କୋର:
ଜିମ୍ବାଓ୍ବେ ପ୍ରଥମ ଇନିଂସ: ୫୯.୧ ଓଭରରେ ୧୭୬
ପାକିସ୍ତାନ ପ୍ରଥମ ଇନିଂସ: ୧୩୩ ଓଭରରେ ୪୨୬
(ଫଓ୍ବାଦ ଆଲମ- ୧୪୦, ଇମ୍ରାନ ବଟ୍ଟ- ୯୧, ଅବିଦ ଅଲି- ୬୦, ବ୍ଲେସିଂ ମୁଜାରବାନି- ୪/୭୩, ଡୋନାଲ୍ଡ ତିରିପାନୋ- ୩/୮୯, ରିଚାର୍ଡ ଏନ୍‌ଗାର୍ଭା- ୨/୧୦୪)।
ଜିମ୍ବାଓ୍ବେ ଦ୍ୱିତୀୟ ଇନିଂସ: ୪୬.୨ ଓଭରରେ ୧୩୪
(ତାରିସାଇ ମୁସାକାଣ୍ଡା- ୪୩, ବ୍ରେଣ୍ଡନ ଟେଲର- ୨୯, କେଭିନ୍‌ କାସୁଜା- ୨୮, ହାସନ ଅଲୀ- ୫/୩୬, ନୌମାନ ଅଲୀ- ୨/୨୭)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri