Posted inଖେଳ

ପ୍ରଥମ ଟେଷ୍ଟ: ପାକିସ୍ତାନର ଇନିଂସ ବିଜୟ

ହାରାରେ,୩।୫: ଜିମ୍ବାଓ୍ବେ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ପାକିସ୍ତାନ ଏକ ଇନିଂସ ଓ ୧୧୬ ରନରେ ବିଜୟୀ ହୋଇଛି। ଏଥିସହ ୨ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ପାକିସ୍ତାନ ୧-୦ରେ ଅଗ୍ରଣୀ ହାସଲ କରିଛି। ଟସ୍‌ ଜିତି ଜିମ୍ବାଓ୍ବେ ପ୍ରଥମ ଇନିଂସରେ ୫୯.୧ ଓଭରରେ ୧୭୬ ରନ ସଂଗ୍ରହ କରିଥିଲା। ଜବାବରେ ପାକିସ୍ତାନ ପ୍ରଥମ ଇନିଂସରେ ୧୩୩ ଓଭରରେ ୪୨୬ ରନକରି ଅଲଆଉଟ ହୋଇ ୨୫୦ ରନରେ ଅଗ୍ରଣୀ ହାସଲ କରିଥିଲା। ଏହାପରେ ଦ୍ୱିତୀୟ ଇନିସଂ ଆରମ୍ଭ କରି ଜିମ୍ବାଓ୍ବେ ୪୬.୨ ଓଭରରେ ୧୩୪ ରନକରି ଅଲ୍‌ଆଉଟ ହୋଇଥିଲା। ଫଳରେ ଜିମ୍ବାଓ୍ବେ ଇନିଂସ ପରାଜୟ ବରଣ କରିଥିଲା। ପାକିସ୍ତାନ ଦ୍ରୁତ ବୋଲର ହାସନ ଅଲୀ ପ୍ରଥମ ଇନିଂସରେ ୪ ଓ ଦ୍ୱିତୀୟ ଇନିଂସରେ ୫ ଉଇକେଟ ହାସଲ କରି ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ପାକିସ୍ତାନ ପକ୍ଷରୁ ପ୍ରଥମ ଇନିଂସରେ ଫଓ୍ବାଦ ଆଲମ ସର୍ବାଧିକ ୧୪୦ ରନର ଶତକୀୟ ପାଳି ଖେଳିଥିଲେ।
ସଂକ୍ଷିପ୍ତ ସ୍କୋର:
ଜିମ୍ବାଓ୍ବେ ପ୍ରଥମ ଇନିଂସ: ୫୯.୧ ଓଭରରେ ୧୭୬
ପାକିସ୍ତାନ ପ୍ରଥମ ଇନିଂସ: ୧୩୩ ଓଭରରେ ୪୨୬
(ଫଓ୍ବାଦ ଆଲମ- ୧୪୦, ଇମ୍ରାନ ବଟ୍ଟ- ୯୧, ଅବିଦ ଅଲି- ୬୦, ବ୍ଲେସିଂ ମୁଜାରବାନି- ୪/୭୩, ଡୋନାଲ୍ଡ ତିରିପାନୋ- ୩/୮୯, ରିଚାର୍ଡ ଏନ୍‌ଗାର୍ଭା- ୨/୧୦୪)।
ଜିମ୍ବାଓ୍ବେ ଦ୍ୱିତୀୟ ଇନିଂସ: ୪୬.୨ ଓଭରରେ ୧୩୪
(ତାରିସାଇ ମୁସାକାଣ୍ଡା- ୪୩, ବ୍ରେଣ୍ଡନ ଟେଲର- ୨୯, କେଭିନ୍‌ କାସୁଜା- ୨୮, ହାସନ ଅଲୀ- ୫/୩୬, ନୌମାନ ଅଲୀ- ୨/୨୭)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ଏସୀୟ କ୍ରୀଡ଼ା: ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରି ଭାରତ ପାଇଁ ୨୦ତମ ସ୍ବର୍ଣ୍ଣ ପଦକ ଜିତିଲେ ଅମନ ସେହରାୱତ

ନୂଆଦିଲ୍ଲୀ,୩।୧୦: ଅମନ ସେହରାୱତ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ୫୭ କିଲୋଗ୍ରାମ ବର୍ଗର ଫାଇନାଲ ମୁକାବିଲାରେ ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରିଛନ୍ତି। ଏହି…

ଅଭିଷେକ କିମ୍ବା ତିଲକ ନୁହଁନ୍ତି, ଏହି ଦୁଇ ବୋଲର୍‌ ଟିମ ଇଣ୍ଡିଆକୁ ଦେଲେ ସ୍ବର୍ଣ୍ଣ ପଦକ, ନାମ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୧୦: ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି।…

ପାକିସ୍ତାନକୁ ଧୂଳି ଚଟାଇ ସ୍ବର୍ଣ୍ଣ ଜିତିଲା ଭାରତ

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ପାକିସ୍ତାନକୁ ୧୯ ରନରେ ପରାସ୍ତ କରି ଭାରତ ଏହି ସ୍ବର୍ଣ୍ଣ…

ବୈଭବ ସୂର୍ଯ୍ୟବଂଶୀଙ୍କ ୱିକେଟ ନେବା ପରେ ‘Baby Celebration’ କଲେ ସାଇମ ଆୟୁବ, ଅଭିଷେକ ନେଲେ ପ୍ରତିଶୋଧ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ପୁରୁଷ କ୍ରିକେଟ ଫାଇନାଲ ସମୟରେ, ସାଇମ ଆୟୁବ ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଉଟ କରିବା ପରେ ‘Baby Celebration’ (ଶିଶୁକୁ କୋଳରେ ଧରି…

୧୫ ଛକା,୧୩ ଚୌକା, T20 କ୍ରିକେଟରେ ସର୍ବାଧିକ ସ୍କୋର ହାସଲ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଭାରତ ମୋଟ ୨୧୧ ରନ ସଂଗ୍ରହ କରିଛି। ଶେଷ ତିନି ଓଭରରେ ଶିବମ ଦୁବେ ଏବଂ…

କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା

ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?