Posted inଖେଳ

ପ୍ରଥମ ଟେଷ୍ଟ: ରୁଟ୍‌ଙ୍କ ବୃହତ୍‌ ଶତକ: ଇଂଲଣ୍ଡ ପ୍ରଭାବୀ

ଗାଲେ,୧୬।୧(ପି.ଟି.): ଅଧିନାୟକ ଜୋ ରୁଟ୍‌ଙ୍କ ଅପରାଜିତ ଶତକ (୧୬୮*, ୨୫୪ ବଲ, ୧୨ ଚୌକା) ବଳରେ ଇଂଲଣ୍ଡ ଘରୋଇ ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟରେ ବୃହତ୍‌ ଅଗ୍ରଣୀ ହାସଲ କରି ସ୍ଥିତି ଦୃଢ କରିଛି। ଟସ୍‌ ଜିତ ଶ୍ରୀଲଙ୍କା ପ୍ରଥମ ଇନିଂସରେ ୪୬.୧ ଓଭରରେ ୧୩୫ ରନକରି ଅଲଆଉଟ ହୋଇଥ ତ୍ଲା। ଜବାବରେ ପ୍ରଥମ ଇନିଂସ ଆରମ୍ଭ କରି ଇଂଲଣ୍ଡ ଶୁକ୍ରବାର ବର୍ଷା ବାଧାପ୍ରାପ୍ତ ଦ୍ୱିତୀୟ ଦିବସ ଖେଳ ଶେଷ ସୁଦ୍ଧା ୯୪ ଓଭରରେ ୪ ଉଇକେଟ ହରାଇ ୩୨୦ ରନ ସଂଗ୍ରହ କରିଛି। ଫଳରେ ୬ ଉଇକେଟ ହାତରେ ରଖି ଇଂଲଣ୍ଡ ଏବେ ୧୮୫ ରନର ଅଗ୍ରଣୀ ହାସଲ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ରୁଟ୍‌ ୧୬୮ ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ଜୋଶ ବଟଲର ୭ ରନ କରି ଅପରାଜିତ ରହିଛନ୍ତି।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୧୨୭/୨ରୁ ଖେଳ ଆରମ୍ଭ କରିଥିଲା ଇଂଲଣ୍ଡ। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ରୁଟ ୬୬ରୁ ଖେଳ ଆରମ୍ଭ କରି କ୍ୟାରିୟରର ୧୮ତମ ଟେଷ୍ଟ ଶତକ ହାସଲ କରିଥିଲେ। ଏହାପୂର୍ବରୁ ରୁଟ୍‌ ୨୦୧୯ରେ ହାମିଲଟନରେ ନ୍ୟୁଜିଲାଣ୍ଡ ବିପକ୍ଷରେ ୨୨୬ ରନକରି ଶେଷଥର ପାଇଁ ଶତକ ଅର୍ଜନ କରିଥିଲେ। ସେହିପରି ଜନି ବେୟାରଷ୍ଟୋ ଓଭରନାଇଟ ସ୍କୋର ୪୭ରେ ଅଧିକ ରନ୍‌ ସଂଗ୍ରହ କରି ନ ପାରି ଲାସିଥ ଏମ୍ବୁଲଡେନିଆଙ୍କ ବଲ୍‌ରେ କୁଶଲ ମେଣ୍ଡିଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ପଦାର୍ପଣ କରିଥିବା ଏସେକ୍ସ ବ୍ୟାଟ୍ସମ୍ୟାନ ଡାନ ଲରେନ୍ସ ୧୫୦ ବଲର ସମ୍ମୁଖୀନ ହୋଇ ୬ ଚୌକା ଓ ୧ ଛକା ସହ ୭୩ ରନର ଇନିଂସ ଖେଳି ନିଜ ପ୍ରତିଭାର ପ୍ରମାଣ ଦେଇଛନ୍ତି। ସେ ଦିଲ୍‌ରିଓ୍ବାନ ପେରେରାଙ୍କ ବଲ୍‌ରେ କୁଶଲ ମେଣ୍ଡିସ୍‌ଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ଚତୁର୍ଥ ଉଇକେଟରେ ରୁଟ୍‌ ଓ ଲରେନ୍ସ ୧୭୩ ରନ ସଂଗ୍ରହ କରିଥିଲେ। ସେହିପରି ତୃତୀୟ ଉଇକେଟରେ ରୁଟ୍‌ ଓ ବେୟାରଷ୍ଟୋ ୧୧୪ ରନ ସଂଗ୍ରହ କରି ଘରୋଇ ବୋଲରଙ୍କୁ ନିରାଶ କରିଥିଲେ। ବୋଲିଂରେ ଶ୍ରୀଲଙ୍କା ତରଫରୁ ଏମ୍ବୁଲଡେନିଆ ସର୍ବାଧିକ ୩ ଓ ପେରେରା ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ। ସ୍ପିନରଙ୍କ ଉପରେ ଆଧିପତ୍ୟ ବିସ୍ତାର କରି ରୁଟ୍‌ ଖେଳିଥିଲେ।
ସଂକ୍ଷିପ୍ତ ସ୍କୋର:
ଶ୍ରୀଲଙ୍କା ପ୍ରଥମ ଇନିଂସରେ ୪୬.୧ ଓଭରରେ ୧୩୫ ଅଲଆଉଟ।
ଇଂଲଣ୍ଡ ପ୍ରଥମ ଇନିଂସରେ ୯୪ ଓଭରରେ ୩୨୦/୪
(ରୁଟ୍‌- ୧୬୮*, ଲରେନ୍ସ- ୭୩, ବେୟାରଷ୍ଟୋ- ୪୭, ଏମ୍ମୁଲଡେନିଆ- ୩/୧୩୧, ପେରେରା- ୧/୮୨)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

ଅନଲକି ଶୁବମନ ଗିଲ୍‌: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…

ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍‌ ଗିଲ ୧୧୦ ରନ୍‌ର ଚମତ୍କାର ଇନିଂସ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ରୋହିତ,ସେହ୍ବାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?