Posted inଖେଳ

ପ୍ରଥମ ଟେଷ୍ଟ: ବ୍ୟାକ୍‌ଫୁଟ୍‌ରେ ଦକ୍ଷିଣ ଆଫ୍ରିକା

କରାଚୀ,୨୯।୧(ଏପି): ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ଘରୋଇ ପାକିସ୍ତାନ ସୁବିଧାଜନକ ସ୍ଥିତିରେ ରହିଛି। ପ୍ରଥମ ଇନିଂସରେ ଦକ୍ଷିଣ ଆଫ୍ରିକା ୬୯.୨ ଓଭରରେ ୨୨୦ ରନକରି ଅଲ୍‌ଆଉଟ ହୋଇଥିଲା। ଜବାବରେ ପାକିସ୍ତାନ ପ୍ରଥମ ଇନିଂସ ଆରମ୍ଭ କରି ୧୧୯.୨ ଓଭରରେ ୩୭୮ ରନକରି ଅଲ୍‌ଆଉଟ ହୋଇଛି। ଫଳରେ ପ୍ରଥମ ଇନିଂସରେ ପାକିସ୍ତାନ ୧୫୮ ରନର ମହତ୍ତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରିଛି। ଏହାପରେ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଇନିଂସ ଆରମ୍ଭ କରି ଗୁରୁବାର ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ୭୫ ଓଭରରେ ୪ ଉଇକେଟ ହରାଇ ୧୮୭ ରନ ସଂଗ୍ରହ କରିଛି। ଫଳରେ ଦକ୍ଷିଣ ଆଫ୍ରିକା ମୋଟ ଉପରେ ୬ ଉଇକେଟ ହାତରେ ରଖି ମାତ୍ର ୨୯ ରନର ଅଗ୍ରଣୀ ହାସଲ କରିଛି। ଷ୍ଟମ୍ପ ଅପସାରଣ ବେଳକୁ କେଶବ ମହାରାଜ ୨ ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ତଥା ଅଧିନାୟକ କ୍ୱିଣ୍ଟନ ଡିକକ୍‌ ବିନା ସ୍କୋରରେ ଅପରାଜିତ ରହିଛନ୍ତି। ଦଳ ତରଫରୁ ଓପନର ଏଡେନ ମାରକ୍ରମ ୭୪ ଓ ରସି ଭାନ୍‌ ଡର ଡୁସେନ୍‌ ୬୪ ରନର ଅର୍ଦ୍ଧଶତକୀୟ ପାଳି ଖେଳିଛନ୍ତି। ଅନ୍ୟତମ ଓପନର ଡିନ୍‌ ଏଲ୍‌ଗାର ୨୯ ଓ ଅଭିଜ୍ଞ ଫାଫ୍‌ ଡୁପ୍ଲେସି ମାତ୍ର ୧୦ ରନକରି ପ୍ୟାଭିଲିୟନ ଫେରିଛନ୍ତି। ଏଲ୍‌ଗାର, ଡୁସେନ ଓ ଡୁପ୍ଲେସି ଦ୍ରୁତ ବୋଲର ୟାସିର ଶାହାଙ୍କ ଦ୍ୱାରା ଆଉଟ ହୋଇଥିଲେ। ସେହିପରି ମାରକ୍ରମ ନୌମାନ ଅଲିଙ୍କ ଦ୍ୱାରା ଆଉଟ ହୋଇ ପ୍ୟାଭିଲିୟନ ଫେରିଥିଲେ। ବୋଲିଂରେ ପାକିସ୍ତାନ ତରଫରୁ ୟାସିର ୩ ଓ ନୌମାନ ଅଲି ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୩୦୮/୮ରୁ ପାକିସ୍ତାନ ଖେଳ ଆରମ୍ଭ କରି ଆଉ ଅଧିକ ୭୦ ରନ ସଂଗ୍ରହ କରି ଗୁରୁବାର ଅଲଆଉଟ ହୋଇଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ହାସନ ଅଲି ୧୧ରୁ ଖେଳ ଆରମ୍ଭ କରି ୨୧ ରନ କରି କାଗିସୋ ରାବାଡ଼ାଙ୍କ ଦ୍ୱାରା ବୋଲ୍ଡ ହୋଇଥିଲେ। ସେହିପରି ୬ ରନରୁ ଖେଳ ଆରମ୍ଭ କରି ନୌମାନ ଅଲି ୨୪ ରନକରି ମହାରାଜଙ୍କ ଦ୍ୱାରା ଏଲ୍‌ବିଡବ୍ଲ୍ୟ ହୋଇଥିଲେ। ୟାସିର ୩୭ ବଲର ସମ୍ମୁଖୀନ ହୋଇ ୪ ଚୌକା ଓ ୧ ଛକା ସହ ୩୮ ରନକରି ଅପରାଜିତ ରହିବା ସହ ପାକିସ୍ତାନକୁ ସମ୍ମାନଜନକ ସ୍କୋର ପ୍ରଦାନ କରିଥିଲେ। ଶେଷ ଉଇକେଟରେ ୟାସିର ଓ ନୌମାନ ୫୫ ରନକରି ଦକ୍ଷିଣ ଆଫ୍ରିକା ବୋଲରଙ୍କୁ ନିରାଶ କରିଥିଲେ। ପୂର୍ବରୁ ପାକିସ୍ତାନ ତରଫରୁ ଅନ୍ୟମାନଙ୍କ ମଧ୍ୟରେ ଫଓ୍ବାଦ ଆଲମ ୧୦୯ ରନର ଶତକୀୟ ଇନିଂସ ଖେଳିଥିବା ବେଳେ ଫହିମ ଆଶ୍ରଫ ୬୪, ଆଝାର ଅଲି ୫୧ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ବୋଲିଂରେ ଦକ୍ଷିଣ ଆଫ୍ରିକା ତରଫରୁ କାଗିସୋ ରାବାଡ଼ା ଓ କେଶବ ମହାରାଜ ୩ଟି ଲେଖାଏ, ଅନରିଜ ନୋର୍ଜ ଓ ଲୁନ୍‌ଗି ଏନ୍‌ଗିଡି ୨ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ- ୬୯.୨ ଓଭରରେ ୨୨୦ ଅଲଆଉଟ।
ପାକିସ୍ତାନ ପ୍ରଥମ ଇନିଂସ- ୧୧୯.୨ ଓଭରରେ ୩୭୮ ଅଲଆଉଟ
(ଫଓ୍ବାଦ ଆଲମ- ୧୦୯, ଫହିମ ଆଶ୍ରଫ- ୬୪, ଆଝାର ଅଲି- ୫୧, ମହମ୍ମଦ ରିଜଓ୍ବାନ- ୩୩, ହାସନ ଅଲି- ୨୧, ନୌମାନ ଅଲି- ୨୪, ୟାସିର ଶାହା- ୩୮*, କାଗିସୋ ରାବାଡ଼ା- ୩/୭୦, କେଶବ ମହାରାଜ- ୩/୯୦, ଅନରିଚ ନୋର୍ଜ- ୨/୧୦୫, ଲୁନଗି ଏନ୍‌ଗିଡି- ୨/ ୫୭)।
ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଇନିଂସ- ୭୫ ଓଭରରେ ୧୮୭/୪
(ଏଡେନ ମାରକ୍ରମ- ୭୪, ରସି ଭାନ ଡର ଡୁସେନ- ୬୪, ଡିନ ଏଲଗାର- ୨୯, ୟାସିର ଶାହା- ୩/୫୩, ନୌମାନ ଅଲି- ୧/୨୭)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

୨୦୨୭ ODI ବିଶ୍ୱକପ ପାଇଁ ଭାରତୀୟ ଟିମର ଅଧା ଅଂଶ କନଫର୍ମ! ଆକାଶ ଚୋପ୍ରା ବାଛିଛନ୍ତି ୬ ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୫।୧୦: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ଭାରତୀୟ ଦଳର ପ୍ରାୟ ଅଧା ଅଂଶ ବାସ୍ତବରେ ସ୍ଥିର ହୋଇସାରିଛି। ଆକାଶ ଚୋପ୍ରା ପ୍ରଥମ ଛଅଟି ବ୍ୟାଟିଂ ସ୍ଥାନ ପାଇଁ…

ସଞ୍ଜୁ ସାମସନଙ୍କ ଟାର୍ଗେଟରେ ସୁରେଶ ରାଇନା,ଏମ.ଏସ. ଧୋନି, କିନ୍ତୁ କାହିଁକି? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୧୦: ୱେଷ୍ଟଇଣ୍ଡିଜ ବିପକ୍ଷରେ ଇତିହାସ ସୃଷ୍ଟି କରିବାର ସୁଯୋଗ ରହିଛି ଭାରତର ୱିକେଟ କିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନଙ୍କ ନିକଟରେ। ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ…

‘ବିରାଟଙ୍କ ନମ୍ବର ତାଙ୍କୁ ମିଳିବା ଉଚିତ’, କୋହଲିଙ୍କ ପାଇଁ କିଏ ହେବେ ପରଫେକ୍ଟ ରିପ୍ଲେସମେଣ୍ଟ ପ୍ରକାଶ କଲେ ୱାସିମ ଜାଫର୍‌, ଚମକି ପଡ଼ିବେ…

ନୂଆଦିଲ୍ଲୀ,୫।୧୦: ପ୍ରାୟ ୧୫ ବର୍ଷ ଧରି, ଭାରତୀୟ ଦଳକୁ ODI କ୍ରିକେଟରେ ୩ ନମ୍ବର ସ୍ଥାନ ପାଇଁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିନାହିଁ; ଏହାର ମୁଖ୍ୟ…

୫୦୦ ୱିକେଟ ନେଇଥିବା ୩୨ ବର୍ଷୀୟ କ୍ରିକେଟର ଅବସର ଘୋଷଣା କରି ଚମକାଇ ଦେଲେ, କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୫।୧୦: ଜଣେ ଇଂଲଣ୍ଡ କ୍ରିକେଟର ଏକ ଅସାଧାରଣ କାରଣ ପାଇଁ ଅବସର ଗ୍ରହଣ କରିଛନ୍ତି। ନିଜ କ୍ୟାରିୟରରେ ୫୦୦ରୁ ଅଧିକ ୱିକେଟ ନେଇଥିବା କ୍ରେଗ ମାଇଲ୍ସ ମାତ୍ର…

ଅବସର ପୂର୍ବରୁ ରୋହିତ ଶର୍ମାଙ୍କୁ ଟାର୍ଗେଟ ଦେଲେ ସୁନୀଲ ଗାଭାସ୍କର! ‘ହିଟମ୍ୟାନ’ଙ୍କୁ କହିଲେ…

ନୂଆଦିଲ୍ଲୀ,୫।୧୦: ଭାରତୀୟ ଦଳର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମାଙ୍କ ନିକଟରେ ଏକ ସ୍ବତନ୍ତ୍ର ଅନୁରୋଧ ରଖିଛନ୍ତି। ଗାଭାସ୍କର ଆଶା ବ୍ୟକ୍ତ କରିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଉଠିଲା ପ୍ରଶ୍ନ? ଲକ୍ଷ୍ମଣଙ୍କ ବିଦାୟ, ଗମ୍ଭୀରଙ୍କ ଆଗମନରେ ବଦଳିଯିବ କି ପରିସ୍ଥିତି? ଜାଣନ୍ତୁ…

ନୂଆଦିଲ୍ଲୀ,୫।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚରେ କ’ଣ ବୈଭବ ସୂର୍ଯ୍ୟବଂଶୀ ଖେଳିବେ? ଏହି ପ୍ରଶ୍ନ ନିଶ୍ଚିତ ଭାବରେ ତାଙ୍କର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?