Posted inଖେଳ

ଓ୍ବିଲିଅମ୍ସଙ୍କ ଶତକ: ଦକ୍ଷିଣ ଆଫ୍ରିକା ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ବୁଲଓ୍ବାୟୋ,୨୯ା୬: ଜିମ୍ବାଓ୍ବେ ବିପକ୍ଷରେ ଚାଲିଥିବା ପ୍ରଥମ କ୍ରିକେଟ ଟେଷ୍ଟ ମ୍ୟାଚ୍‌ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦକ୍ଷିଣ ଆଫ୍ରିକା ନିୟନ୍ତ୍ରଣରେ ରହିଛି। ଦକ୍ଷିଣ ଆଫ୍ରିକା ତା’ର ପୂର୍ବଦିନର ପ୍ରଥମ ଇନିଂସ ସ୍କୋର ୪୧୮/୯ରେ ପାଳି ସମାପ୍ତି ଘୋଷଣା କରିଥିଲା।

ଜବାବରେ ସିନ ଓ୍ବିଲିଅମ୍ସଙ୍କ ଶତକ ସତ୍ତ୍ୱେ ଜିମ୍ବାଓ୍ବେ ୨୫୧ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଦଳ ପକ୍ଷରୁ ଓ୍ବିଲିଅମ୍ସ ସର୍ବାଧିକ ୧୩୭ ରନର ଇନିଂସ ଖେଳିଥିଲେ। ଏହା ତାଙ୍କର ଷଷ୍ଠ ଟେଷ୍ଟ ଶତକ ଥିଲା। ତାଙ୍କ ବ୍ୟତୀତ ଅଧିନାୟକ କ୍ରେଗ ଏର୍ଭିନ ୩୬ ରନ କରିଥିଲେ। ଦ. ଆଫ୍ରିକା ପକ୍ଷରୁ ଓ୍ବିଆନ ମୁଲ୍ଡର ୪ଟି ଉଇକେଟ ନେଇଥିବା ବେଳେ କୋଡି ୟୁସୁଫ ଓ କେଶବ ମହାରାଜ ୩ ଲେଖାଏ ଉଇକେଟ ନେଇଥିଲେ।

ଏଥିସହିତ ମହାରାଜ ଦକ୍ଷିଣ ଆଫ୍ରିକାର ପ୍ରଥମ ସ୍ପିନର ଭାବେ ଟେଷ୍ଟ କ୍ରିକେଟରେ ୨୦୦ ଉଇକେଟ ପୂରଣ କରିଛନ୍ତି। ପ୍ରଥମ ଇନିଂସ ଭିତ୍ତିରେ ୧୬୭ ରନ୍‌ର ଅଗ୍ରଣୀ ହାସଲ କରିଥିବା ଦ. ଆଫ୍ରିକା ତା’ର ଦ୍ୱିତୀୟ ଇନିଂସରେ ବ୍ୟାଟିଂ କରି ଦ୍ୱିତୀୟ ଦିନ ଶେଷ ପର୍ଯ୍ୟନ୍ତ ୧୩ ଓଭରରେ ୧ ଉଇକେଟ କ୍ଷତିରେ ୪୯ ରନ କରିଛି। ଷ୍ଟମ୍ପ୍ସ ଅପସାରଣ ବେଳକୁ ଟୋନି ଡି ଜର୍ଜି ୨୨ ଓ ମୁଲ୍ଡର ୨୫ ରନରେ ବ୍ୟାଟିଂ କରୁଛନ୍ତି। ଦକ୍ଷିଣ ଆଫ୍ରିକା ହାତରେ ୯ ଉଇକେଟ ସୁରକ୍ଷିତ ରଖି ୨୧୬ ରନରେ ଆଗରେ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri