Posted inଖେଳ

ପ୍ରଥମ ଟେଷ୍ଟ: ଓ୍ବିଲିୟମସନ୍‌ଙ୍କ ଶତକ

ମାଉଣ୍ଟ ମାଉନଗାନୁଇ,୨୮।୧୨(ଏପି): ଅଧିନାୟକ କେନ୍‌ ଓ୍ବିଲିୟମସନ୍‌ଙ୍କ ଶତକ, ହେନେରୀ ନିକୋଲ୍ସ ଓ ବିଜେ ଓ୍ବାଟଲିଂଙ୍କ ଅର୍ଦ୍ଧଶତକୀୟ ଇନିଂସ ବଳରେ ନ୍ୟୁଜିଲାଣ୍ଡ ଭ୍ରମଣକାରୀ ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟରେ ସ୍ଥିତି ଦୃଢ଼ କରିଛି। ଟସ୍‌ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ୧୫୫ ଓଭରରେ ୪୩୧ ରନ ସଂଗ୍ରହ କରି ଅଲଆଉଟ ହୋଇଛି। ଜବାବରେ ପାକିସ୍ତାନ ପ୍ରଥମ ଇନିଂସ ଆରମ୍ଭ କରି ଦ୍ୱିତୀୟ ଦିବସ ଖେଳ ଶେଷ ସୁଦ୍ଧା ୨୦ ଓଭରରେ ଗୋଟିଏ ଉଇକେଟ ହରାଇ ୩୦ ରନ ସଂଗ୍ରହ କରିଛି। ଫଳରେ ପାକିସ୍ତାନ ଏବେ ୪୦୧ ରନ ପଛରେ ପଡିଛି। ଏକମାତ୍ର ଆଉଟ ହୋଇଥିବା ବ୍ୟାଟ୍ସମ୍ୟାନ ଓପନର ଶାନ ମାସୁଦ ୧୦ ରନକରି ଉଇକେଟକିପର ବିଜେ ଓ୍ବାଟଲିଂଙ୍କୁ କ୍ୟାଚ୍‌ ଦେଇ କାଏଲ ଜେମିଶନଙ୍କ ଶିକାର ହୋଇଛନ୍ତି। ଷ୍ଟମ୍ପ ଅପସାରଣ ବେଳକୁ ଆବିଦ ଅଲି ୧୯ ଓ ମହମ୍ମଦ ଆବାସ ବିନା ସ୍କୋରରେ ଅପରାଜିତ ରହିଛନ୍ତି।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୨୨୨/୩ରୁ ଖେଳ ଆରମ୍ଭ କରି ନ୍ୟୁଜିଲାଣ୍ଡ ଅଲଆଉଟ ହୋଇଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ଓ୍ବିଲିୟମସନ ୯୪ରୁ ଖେଳ ଆରମ୍ଭ କରି ୧୨୯ ରନର ଶତକୀୟ ପାଳି ଖେଳି ୟାସିର ଶାହାଙ୍କ ଦ୍ୱାରା ଆଉଟ ହୋଇଥିଲେ। ଏଥିସହିତ ଓ୍ବିଲିୟମସନ କ୍ୟାରିୟରର ୨୩ତମ ଟେଷ୍ଟ ଶତକ ଅର୍ଜନ କରିଛନ୍ତି। ସେହିପରି ୪୨ରୁ ଖେଳ ଆରମ୍ଭ କରି ହେନେରୀ ନିକୋଲ୍ସ ୫୬ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଆଉଟ ହୋଇଥିଲେ। ଏହାପରେ ବିଜେ ଓ୍ବାଟଲିଂ ୭୩, ଜେମିଶନ ୩୨, ନେଲ ଓ୍ବାଗନର ୧୯ ରନ ସଂଗ୍ରହ କରିଥିଲେ। ଅଭିଜ୍ଞ ରସ୍‌ ଟେଲର ଓ ନିକୋଲ୍ସଙ୍କ ସହ ମିଳିତ ଭାବେ ଓ୍ବିଲିୟମସନ ତୃତୀୟ ଓ ଚତୁର୍ଥ ଉଇକେଟ ଯୋଡିରେ ଯଥାକ୍ରମେ ୧୨୦ ଓ ୧୩୩ ରନ ସଂଗ୍ରହ କରିଥିଲେ। ବୋଲିଂରେ ପାକିସ୍ତାନ ତରଫରୁ ଶାହିଦ ଆଫ୍ରିଦି ସର୍ବାଧିକ ୪, ୟାସିର ଶାହା ୩, ମହମ୍ମଦ ଆବାସ, ଫହିମ ଆଶ୍ରଫ ଓ ନସିମ ଶାହା ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ସଂକ୍ଷିପ୍ତ ସ୍କୋର:
ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ: ୧୫୫ ଓଭରରେ ୪୩୧ ଅଲଆଉଟ
(ଓ୍ବିଲିୟମସନ- ୧୨୯, ଟେଲର- ୭୦, ନିକୋଲ୍ସ- ୫୬, ଓ୍ବାଟଲିଂ- ୭୩, ଜେମିଶନ- ୩୨, ଶାହିଦ ଆଫ୍ରିଦି- ୪/୧୦୯, ୟାସିର- ୩/୧୧୩)।
ପାକିସ୍ତାନ ପ୍ରଥମ ଇନିଂସ: ୨୦ ଓଭରରେ ୩୦/୧
(ଆବିଦ- ୧୯*, ମାସୁଦ-୧୦, ଜେମିଶନ-୧/୫)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

ଭାରତର ନୂଆ କ୍ରିକେଟ୍‌ ବିସ୍ମୟ ତନ୍ମୟ: ଗୋଟିଏ ଟେଷ୍ଟରେ ୧୪ ଉଇକେଟ ନେଇ ରଚିଲେ ଇତିହାସ

ଅହମ୍ମଦାବାଦ,୯।୧୦: କ୍ରିକେଟ ପଡ଼ିଆରେ ଭାରତୀୟ ଯୁବ ସ୍ପିନର ତନ୍ମୟ ବଲୋଦାଙ୍କ କମାଲ। ଅଷ୍ଟ୍ରେଲିଆର ଅଣ୍ଡର-୧୯ ଦଳ ବିପକ୍ଷରେ ଦ୍ୱିତୀୟ ଅନୌପଚାରିକ ଟେଷ୍ଟ ମ୍ୟାଚ୍‌ରେ ନିଜର ଘାତକ ବୋଲିଂରେ…

ଇତିହାସ ବଦଳାଇବେ ଅଭିଷେକ ଶର୍ମା: କରିବେ ଏହି ବଡ଼ ବିଶ୍ୱ ରେକର୍ଡ

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ ଆଜି ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?