Posted inଖେଳ

ପ୍ରଥମ ଟେଷ୍ଟ: ଦୁଇ ଦିନରେ ଜିମ୍ବାଓ୍ବେ ଜିତିଲା

ଆବୁଧାବି,୪।୩: ସ୍ଥାନୀୟ ଶେଖ ଜାଏଦ୍‌ ଷ୍ଟାଡିୟମରେ ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଜିମ୍ବାଓ୍ବେ ମାତ୍ର ୨ ଦିନ ମଧ୍ୟରେ ୧୦ ଉଇକେଟରେ ବିଜୟୀ ହୋଇଛି। ପ୍ରଥମ ଇନିଂସରେ ୧୦୫ ରନର ଶତକୀୟ ପାଳି ଖେଳିଥିବା ଜିମ୍ବାଓ୍ବେ ବ୍ୟାଟ୍ସମାନ ସିନ୍‌ ଓ୍ବିଲିୟମ୍ସ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ଏଥିସହ ଜିମ୍ବାଓ୍ବେ ୨ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ୧-୦ରେ ଅଗ୍ରଣୀ ହାସଲ କରିଛି।
ଟସ୍‌ ଜିତି ଆଫଗାନିସ୍ତାନ ପ୍ରଥମ ଇନିଂସରେ ୪୭ ଓଭରରେ ୧୩୧ ରନକରି ଅଲଆଉଟ ହୋଇଥିଲା। ଜବାବରେ ଜିମ୍ବାଓ୍ବେ ପ୍ରଥମ ଇନିଂସ ଆରମ୍ଭ କରି ୭୨ ଓଭରରେ ୨୫୦ ରନକରି ଅଲଆଉଟ ହେବା ସହ ୧୧୯ ରନର ବୃହତ୍‌ ଅଗ୍ରଣୀ ହାସଲ କରିଥିଲା। ଏହା ପରେ ଆଫଗାନିସ୍ତାନ ଦ୍ୱିତୀୟ ଇନିଂସରେ ୧୩୫ ରନକରି ଆଉଟ ହୋଇଥିଲା। ଫଳରେ ଜିମ୍ବାଓ୍ବେ ସମ୍ମୁଖରେ ମାତ୍ର ୧୭ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଜବାବରେ ଜିମ୍ବାଓ୍ବେ ବିନା କ୍ଷତିରେ ୩.୨ ଓଭରରେ ୧୭ ରନକରି ବିଜୟୀ ହୋଇଥିଲା।
ସଂକ୍ଷିପ୍ତ ସ୍କୋର:
ଆଫଗାନିସ୍ତାନ ପ୍ରଥମ ଇନିଂସ- ୪୭ ଓଭରରେ ୧୩୧।
ଜିମ୍ବାଓ୍ବେ ପ୍ରଥମ ଇନିଂସ- ୭୨ ଓଭରରେ ୨୫୦।
ଆଫାଗାନିସ୍ତାନ ଦ୍ୱିତୀୟ ଇନିଂସ- ୪୫.୩ ଓଭରରେ ୧୩୫।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri