Posted inଖେଳ

ପ୍ରଥମ ଟେଷ୍ଟ: ଦୁଇ ଦିନରେ ଜିମ୍ବାଓ୍ବେ ଜିତିଲା

ଆବୁଧାବି,୪।୩: ସ୍ଥାନୀୟ ଶେଖ ଜାଏଦ୍‌ ଷ୍ଟାଡିୟମରେ ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଜିମ୍ବାଓ୍ବେ ମାତ୍ର ୨ ଦିନ ମଧ୍ୟରେ ୧୦ ଉଇକେଟରେ ବିଜୟୀ ହୋଇଛି। ପ୍ରଥମ ଇନିଂସରେ ୧୦୫ ରନର ଶତକୀୟ ପାଳି ଖେଳିଥିବା ଜିମ୍ବାଓ୍ବେ ବ୍ୟାଟ୍ସମାନ ସିନ୍‌ ଓ୍ବିଲିୟମ୍ସ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ଏଥିସହ ଜିମ୍ବାଓ୍ବେ ୨ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ୧-୦ରେ ଅଗ୍ରଣୀ ହାସଲ କରିଛି।
ଟସ୍‌ ଜିତି ଆଫଗାନିସ୍ତାନ ପ୍ରଥମ ଇନିଂସରେ ୪୭ ଓଭରରେ ୧୩୧ ରନକରି ଅଲଆଉଟ ହୋଇଥିଲା। ଜବାବରେ ଜିମ୍ବାଓ୍ବେ ପ୍ରଥମ ଇନିଂସ ଆରମ୍ଭ କରି ୭୨ ଓଭରରେ ୨୫୦ ରନକରି ଅଲଆଉଟ ହେବା ସହ ୧୧୯ ରନର ବୃହତ୍‌ ଅଗ୍ରଣୀ ହାସଲ କରିଥିଲା। ଏହା ପରେ ଆଫଗାନିସ୍ତାନ ଦ୍ୱିତୀୟ ଇନିଂସରେ ୧୩୫ ରନକରି ଆଉଟ ହୋଇଥିଲା। ଫଳରେ ଜିମ୍ବାଓ୍ବେ ସମ୍ମୁଖରେ ମାତ୍ର ୧୭ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଜବାବରେ ଜିମ୍ବାଓ୍ବେ ବିନା କ୍ଷତିରେ ୩.୨ ଓଭରରେ ୧୭ ରନକରି ବିଜୟୀ ହୋଇଥିଲା।
ସଂକ୍ଷିପ୍ତ ସ୍କୋର:
ଆଫଗାନିସ୍ତାନ ପ୍ରଥମ ଇନିଂସ- ୪୭ ଓଭରରେ ୧୩୧।
ଜିମ୍ବାଓ୍ବେ ପ୍ରଥମ ଇନିଂସ- ୭୨ ଓଭରରେ ୨୫୦।
ଆଫାଗାନିସ୍ତାନ ଦ୍ୱିତୀୟ ଇନିଂସ- ୪୫.୩ ଓଭରରେ ୧୩୫।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ରୋହିତ,ସେହ୍ବାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?