ନିର୍ମାଣ ପୂର୍ବରୁ ସରକାରୀ, ପରେ ବେସରକାରୀ

ନନ୍ଦପୁର,୩ା୩ (ଡି.ଏନ.ଏ.): କୋରାପୁଟ ଜିଲା ନନ୍ଦପୁର ବ୍ଲକ ପାଡୁଆ ପଞ୍ଚାୟତର ରାଜୀବ ଗାନ୍ଧୀ ସେବାକେନ୍ଦ୍ର ଗୃହ ଗତ ୧୧ ବର୍ଷ ହେଲା ବିବାଦରେ ରହି ଅବ୍ୟବହୃତ ଅବସ୍ଥାରେ ପଡ଼ି ରହିଛି। ଫଳରେ ଖର୍ଚ୍ଚ ହୋଇଥିବା ସରକାରୀ ଟଙ୍କା ପାଣିରେ ପଡ଼ିଛି। ୧୧ବର୍ଷ ତଳେ ସରକାରୀ ଜମି ଦର୍ଶାଇ ରାଜସ୍ବ ନିରୀକ୍ଷକଙ୍କ ଦ୍ବାରା ଜମି ଚିହ୍ନଟ ହେବାପରେ ପାଡୁଆ ପଞ୍ଚାୟତ ଓ ନନ୍ଦପୁର ବ୍ଲକ ପ୍ରଶାସନ ଦ୍ବାରା ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ୧୩ ଲକ୍ଷ ୪୬ ହଜାର ୭୩୨ ଟଙ୍କା ବ୍ୟୟରେ ଏହା ନିର୍ମାଣ ହୋଇଥିଲା। ମାତ୍ର ନିର୍ମାଣ ସରିବା ମାତ୍ରେ ବେସରକାରୀ ଜମି ଦର୍ଶାଇ ଅଦାଲତରେ ମାମଲା ରୁଜୁ ହୋଇଛି। ଫଳରେ ଏଯାଏ ଏହି କେନ୍ଦ୍ର ପଞ୍ଚାୟତ କିମ୍ବା ଲୋକଙ୍କ କାମରେ ନ ଲାଗି ଭୂତକୋଠି ପାଲଟିଛି। ପଞ୍ଚାୟତ ଓ ବ୍ଲକ ପ୍ରଶାସନ ନୀରବଦ୍ରଷ୍ଟା ସାଜି ଅଦାଲତରେ ମାମଲା ଚାଲିଛି କହି ନୀରବ ରହୁଛନ୍ତି। ତହସିଲ ପ୍ରଶାସନ ମଧ୍ୟ ଚୁପ୍‌। ଏହା ସରକାରୀ ଜମି କହି ରାଜୀବ ଗାନ୍ଧୀ ସେବା କେନ୍ଦ୍ର ନିର୍ମାଣ କରିବାକୁ ଜମିର ସ୍କେଚ୍‌ମ୍ୟାପ ଦେବା ଓ ପରବର୍ତ୍ତୀ ସମୟରେ ବେସରକାରୀ ଜମି କହି ବେସରକାରୀ ଲୋକଙ୍କ ପକ୍ଷ ନେବା ତତ୍କାଳୀନ ରାଜସ୍ବ ଅଧିକାରୀଙ୍କ କାର୍ଯ୍ୟକଳାପ ଉପରେ ସନ୍ଦେହ ସୃଷ୍ଟି କରିଛି। ଜିଲା ପ୍ରଶାସନ ଓ ରାଜସ୍ବ ବିଭାଗ ଏଥିପ୍ରତି ଦୃଷ୍ଟିଦେଇ ବିବାଦ ଦୂର କରିବାକୁ ପାଡୁଆ ସରପଞ୍ଚ, ସମିତିସଭ୍ୟ ଓ ବୁଦ୍ଧିଜୀବୀ ଦାବି କରିଛନ୍ତି। ପାଡୁଆ ରାଜସ୍ବ ଅଧିକାରୀ ଅକ୍ଷୟ କ୍ଷତ୍ରିଙ୍କୁ ପଚାରିବାରୁ ସେ କହିଲେ, ସେ ଏହି କାର୍ଯ୍ୟାଳୟରେ ଦାୟିତ୍ୱ ନେବା ଦିନଠାରୁ ପଞ୍ଚାୟତ କିମ୍ବା ବ୍ଲକ ପକ୍ଷରୁ ଉକ୍ତ ସେବାକେନ୍ଦ୍ର ଜମି ସମ୍ପର୍କରେ କୌଣସି ଅଭିଯୋଗ ତାଙ୍କର ହସ୍ତଗତ ହୋଇନାହିଁ। ଅଭିଯୋଗ ଆସିଲେ ତଦନ୍ତ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri