ପ୍ରଥମେ ନୂଆ ରିଂ ରୋଡ୍‌, ବ୍ୟବସାୟୀଙ୍କୁ ଥଇଥାନ

କୋଣାର୍କ,୫।୨(ଡି.ଏନ୍‌.ଏ): ଖୁବଶୀଘ୍ର ବିଶ୍ୱ ପ୍ରସିଦ୍ଧ କୋଣାର୍କ ନୂଆ ରୂପ ନେବାକୁ ଯାଉଛି। ଏଥିପାଇଁ କୋଣାର୍କ ସୌନ୍ଦର୍ଯ୍ୟକରଣ ଯୋଜନାରେ କାର୍ଯ୍ୟ ବଣ୍ଟନ କରାଯାଇଥିବାବେଳେ ଗୁରୁବାର ଏ ନେଇ ଜିଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଯାତ୍ରୀନିବାସ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। କୋଣାର୍କ ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ବୈଠକରେ ଉପସ୍ଥିତ ହସ୍ତଶିଳ୍ପ ବ୍ୟବସାୟୀ ମହାସଂଘ, କୋଣାର୍କ ନଗର ଗଣେଶ କମିଟି, କୋଣାର୍କ ସୁରକ୍ଷା ସମିତି, ବିଭିନ୍ନ ସଂଗଠନର ସଭାପତି, ସମ୍ପାଦକ, ସ୍ବେଛାସେବୀ ସଂଗଠନର କର୍ମକର୍ତ୍ତାମାନଙ୍କ ସହ ଜିଲାପାଳ କୋଣାର୍କ ସୌନ୍ଦର୍ଯ୍ୟକରଣ ସମ୍ପର୍କରେ ସବିଶେଷ ଆଲୋଚନା କରିଥିଲେ। ଏହି ଯୋଜନାରେ ପ୍ରଥମେ ପ୍ରସ୍ତାବିତ ନୂଆ ୬ଲେନ ରିଂରୋଡ ନିର୍ମାଣ ଓ ବ୍ୟବସାୟୀଙ୍କୁ ଭେଣ୍ଡିଂ ଜୋନ ମାଧ୍ୟମରେ ଥଇଥାନ କରାଯିବ। ସୂର୍ଯ୍ୟମନ୍ଦିର ମୁଖ୍ୟ ପ୍ରବେଶ ପଥରୁ ବ୍ୟବସାୟୀଙ୍କୁ ଉଚ୍ଛେଦ କରାଯାଇ ଆସନ୍ତା ୧୮ମାସ ପାଇଁ ଅନ୍ୟତ୍ର ଅସ୍ଥାୟୀ ଭାବେ ଥଇଥାନ କରାଯିବ। ପରେ ଆଇଓଏଫ ବସ୍‌ ପାକର୍ିଂ ସ୍ଥଳରେ ସ୍ଥାୟୀ ଭାବେ ଥଇଥାନ କରାଯିବ। ଏଥିପାଇଁ ପ୍ରଥମେ ସ୍ଥାନୀୟ ବାସିନ୍ଦାଙ୍କ ସହଯୋଗ ଆବଶ୍ୟକ। ସମସ୍ତ ବ୍ୟବସାୟୀଙ୍କୁ ଅନ୍ୟତ୍ର ଥଇଥାନ କରାଯାଇ ସୂର୍ଯ୍ୟମନ୍ଦିର ସମ୍ମୁଖକୁ ନୂଆ ରୂପ ଦିଆଯିବ ବୋଲି ଜିଲାପାଳ ବର୍ମା ସୂଚନା ଦେଇଥିଲେ। ବୈଠକରେ ଅତିରିକ୍ତ ଜିଲାପାଳ ବିନୟ କୁମାର ଦାଶ, ଓବିସିସି ପରିଚାଳନା ନିର୍ଦ୍ଦେଶକ ଜ୍ୟୋତି ପ୍ରକାଶ ଦାଶ, ମହାପ୍ରବନ୍ଧକ ପୂର୍ଣ୍ଣଚନ୍ଦ୍ର ମହାପାତ୍ର, କୋଣାର୍କ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଏମ୍‌ ଶ୍ରୀନିବାସ, ପର୍ଯ୍ୟଟନ ଅଧିକାରୀ ସରୋଜକାନ୍ତ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri