ପ୍ରଥମେ ଛେଳି ଚୋରି କଲେ, ତା’ପରେ ତାଲା ଭାଙ୍ଗି ବ୍ୟାଙ୍କରେ ପଶିଲେ: ୩ ଜଣଙ୍କୁ…

ଅତାବିରା/ଗୋଡ଼ଭଗା, ୭/୮(ଯୁଧିଷ୍ଠିର ମହାପାତ୍ର / ସୁରେଶ ଦାଶ ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲହଣ୍ଡା ପଞ୍ଚାୟତ ସ୍ଥିତ ୟୁକୋ ବ୍ୟାଙ୍କରେ ବିଳମ୍ବିତ ରାତିରେ ଚୋରି ଉଦ୍ୟମ ଘଟିଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। କିଛି ଦୁର୍ବୃତ୍ତ ବ୍ୟାଙ୍କର ତାଲା ଭାଙ୍ଗି ଭିତରକୁ ପ୍ରବେଶ କରିଥିବା ବେଳେ କାର୍ଯ୍ୟାଳୟର ବିଭିନ୍ନ କାଗଜପତ୍ର ଏଣେତେଣେ ଫିଙ୍ଗି ଦେଇଥିବା ଜଣାପଡ଼ିଛି।
ଘଟଣାର ସୂଚନା ପାଇ ଅତାବିରା ଥାନା ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପ୍ରାଥମିକ ସୂଚନା ଅନୁଯାୟୀ, ପୋଲିସ ଏହି ଘଟଣାରେ ସଂପୃକ୍ତ ସନ୍ଦେହରେ ତିନି ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ସୂଚନା ମିଳିଛି। ତେବେ ପୋଲିସ ପକ୍ଷରୁ ଏନେଇ କୌଣସି ସରକାରୀ ସୂଚନା ଜାରି କରାଯାଇନାହିଁ। ତଦନ୍ତ ସମୟରେ ଅନୁସନ୍ଧାନୀ କୁକୁରର ସହାୟତାରେ ଦୁର୍ବୃତ୍ତମାନେ ବ୍ୟବହାର କରିଥିବା ଏକ କାର୍‌କୁ ପୋଲିସ ଠାବ କରିଥିଲା। ସୂଚନା ଅନୁସାରେ, ବ୍ୟାଙ୍କରେ ଚୋରି ଉଦ୍ୟମ ପୂର୍ବରୁ ଦୁର୍ବୃତ୍ତମାନେ ଲହଣ୍ଡା ଗ୍ରାମର ଜଣେ ବ୍ୟକ୍ତିଙ୍କର କିଛି ଛେଳି ଚୋରି କରି କାର୍‌ ରଖିଥିବା ସ୍ଥାନରେ ବାନ୍ଧି ରଖିଥିଲେ। ପରେ ଗ୍ରାମବାସୀ ଖବରପାଇ ସେହି ଛେଳିଗୁଡ଼ିକୁ ଉଦ୍ଧାର କରିଥିଲେ। ଅତାବିରା ପୋଲିସ ସନ୍ଦିଗ୍ଧ କାର୍‌କୁ ଜବତ କରିଥିବା ବେଳେ ଘଟଣାର ସମସ୍ତ ଦିଗକୁ ନେଇ ତଦନ୍ତ ଜାରି ରହିଛି। ବ୍ୟାଙ୍କରୁ କୌଣସି ନଗଦ ଟଙ୍କା କିମ୍ବା ମୂଲ୍ୟବାନ ସାମଗ୍ରୀ ଚୋରି ହୋଇଛି କି ନାହିଁ, ତାହାର ସଠିକ ସୂଚନା ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଯାଞ୍ଚ ପରେ ସ୍ପଷ୍ଟ ହେବ ବୋଲି ଅତାବିରା ଆଇଆଇସି ପ୍ରକାଶ କର୍ଣ୍ଣ କହିଛନ୍ତି l

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?