ବ୍ରାହ୍ମଣୀଗାଁ ଅଞ୍ଚଳରେ ପ୍ରଥମ କାଳବୈଶାଖୀ: ଅଧାରେ ଅଟକିଲା ବାଳି ବଦ୍ଧ, ସାଂସ୍କୃତିକ କାର୍ଯ୍ୟକ୍ରମରେ ବାଧକ ସାଜିଲା ବର୍ଷା

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ ୨୩ |୨(ଅରୁଣ ସାହୁ/ମନୋରଞ୍ଜନ ରଣା ): ଶୀତ ଦିନ ପରେ ଧୀରେଧୀରେ ପାଗରେ ପରିବର୍ତ୍ତନ ସହ ଦିନରେ ପ୍ରଚଣ୍ଡ ଖରା ଅନୁଭୂତ ହେଉଥିଲା ମଙ୍ଗଳବାର ପ୍ରଥମ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି | ମଧ୍ୟାହ୍ନରେ ହଟାତ ପାଣିପାଗରେ ପରିବର୍ତ୍ତନ ମେଘୁଆ ସହ ପବଳ ବୋହିଥିଲା ଓ ବହୁ ସମୟ ଧରି ଝିପିଝିପି ବର୍ଷା ହୋଇଥିଲା ଫଳରେ ଅଞ୍ଚଳରେ  ଦିନରେ ହେଉଥିବା ଗରମରୁ ତ୍ରାହି ମିଳିଥିବା ବେଳେ ଚାଷୀଙ୍କୁ ମିଳିଛି ମିଶ୍ରିତ ଫାଇଦା ବିଶେଷ କରି ଏହି ବର୍ଷା ହଳଦୀ ଚାଷୀଙ୍କୁ ଅଧିକା ଫାଇଦା ଦେଇଥିବା ବେଳେ  ପନିପରିବା ଚାଷ ଆରମ୍ଭ କରିଥିବା ଚାଷୀଙ୍କୁ ମଧ୍ୟ ଫାଇଦା ଯୋଗାଇଛି କିନ୍ତୁ କୋବି ଚାଷୀଙ୍କୁ କ୍ଷତି ପହଞ୍ଚାଇଥିବା କୁହାଯାଇଛି | ସେହିପରି ବ୍ରାହ୍ମଣୀଗାଁରେ ମୁକ୍ତେଶ୍ଵର ଓ ହନୁମାନଙ୍କ ମନ୍ଦିର ବିଗ୍ରହ ପ୍ରତିଷ୍ଠାର ଉଦଯାପନୀ ଦିବସରେ ବିଳମ୍ବିତ ରାତିରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ରାମାୟଣ ତଥା “ଅଶୋକ ବନ ରେ କାନ୍ଦନ୍ତି ସୀତା”ନାଟକ ଚାଲିଥିଲା ତାହା ମଙ୍ଗଳବାର ସଂଧ୍ୟା ୭ ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ରହିଥିବା ବେଳେ ବର୍ଷା କାରଣରୁ ସୀତା ଚୋରି  ପରେ ବାଳି ବଦ୍ଧ ଦୃଶ୍ୟ ଅଧାରୁ ଅଟକିଛି ଫଳରେ ଦର୍ଶକଙ୍କ ମନରେ ଆଘାତ ଦେଇଥିଲା ଏହି କାଳ ବୈଶାଖୀ ବୋଲି କୁହାଯାଇଛି|

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ପାରମ୍ପରିକ ସଂସ୍କୃତିକୁ ବଞ୍ଚାଇ ରଖିବା ପାଇଁ ପ୍ରୟାସ

ଦାରିଙ୍ଗବାଡ଼ି,୧୧ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଜାଗୃତି ସଭାଗୃହଠାରେ ‘ହିମକନ୍ୟା’ ଭାଷା, ସାହିତ୍ୟ ଓ ସାଂସ୍କୃତିକ ପରିଷଦର ନୂତନ କର୍ମକର୍ତ୍ତା ଚୟନ ହୋଇଯାଇଛି। ଏହି ପରିଷଦର ସଭାପତି…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri