Posted inଖେଳ

୪୯ ବର୍ଷରେ ପ୍ରଥମ ଥର

ଟୋକିଓ,୧।୮: ୪୯ ବର୍ଷରେ ପ୍ରଥମ ଥର ପାଇଁ ଅଲିମ୍ପିକ୍ସ ସେମିଫାଇନାଲରେ ପ୍ରବେଶ କରିଛି ଭାରତୀୟ ପୁରୁଷ ହକି ଦଳ। ରବିବାର ଖେଳାଯାଇଥିବା କ୍ୱାର୍ଟର ଫାଇନାଲରେ ଟିମ୍‌ ଇଣ୍ଡିଆ ୩-୧ ଗୋଲରେ ଗ୍ରେଟ୍‌ ବ୍ରିଟେନକୁ ହରାଇ ଏହି ସଫଳତା ହାସଲ କରିଛି। ଭାରତ ପାଇଁ ଦିଲପ୍ରୀତ (୭ମ ମିନିଟ୍‌), ଗୁରଜାନ୍ତ (୧୬ ତମ) ଓ ହାର୍ଦ୍ଦିକ ସିଂ (୫୭ ତମ) ଗୋଲ ସ୍କୋର କରିଥିଲେ। ଏମାନଙ୍କ ବ୍ୟତୀତ ଗୋଲକିପର ପି ଆର ଶ୍ରୀଜେଶଙ୍କ ଚମତ୍କାର ସେଭିଂ କାରଣରୁ ୧୯୭୨ ପରେ ପ୍ରଥମ ଥର ପାଇଁ ଅଲିମ୍ପିକ୍ସ ସେମିଫାଇନାଲରେ ସ୍ଥାନ ପକ୍କା କରିଛି ଭାରତ। ଅନ୍ତିମ ୪ ରାଉଣ୍ଡରେ ଭାରତୀୟ ଦଳ ବିଶ୍ୱ ଚାମ୍ପିୟନ ବେଲଜିୟମକୁ ଭେଟିବ।

ଉଲ୍ଲେଖ ଯୋଗ୍ୟ, ୧୯୮୦ ମସ୍କୋ ଅଲିମ୍ପିକ୍ସରେ ଭାରତ ଶେଷ ଥର ହକିରେ ସ୍ବର୍ଣ୍ଣ ପଦକ ଜିତିଥିଲା। କିନ୍ତୁ ସେହି ସଂସ୍କରଣରେ ମାତ୍ର ୬ଟି ଦଳ ଅଂଶଗ୍ରହଣ କରିଥିବାରୁ ସେମିଫାଇନାଲ ନ ଥିଲା। ଅନ୍ତିମ ଥର ଭାରତ ୧୯୭୨ ମ୍ୟୁନିଚ୍‌ ଅଲିମ୍ପିକ୍ସରେ ସେମିଫାଇନାଲରେ ଖେଳିଥିଲା ଭାରତ। ଫାଇନାଲରେ ଟିମ୍‌ ଇଣ୍ଡିଆ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ଠାରୁ ୦-୨ ବ୍ୟବଧାନରେ ପରାସ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri