Posted inଖେଳ

ଭାରତକୁ ପ୍ରଥମ ଟାଇଟଲ

କାକାମିଗହରା (ଜାପାନ), ୧୨ା୬(ପି.ଟି.): ଜାପାନରେ ଅନୁଷ୍ଠିତ ମହିଳା ଜୁନିୟର ଏସିଆ କପ୍‌ ହକିରେ ଭାରତ ଚାମ୍ପିୟନ୍‌ ଆଖ୍ୟା ଅର୍ଜନ କରିଛି। ରବିବାର ଅନୁଷ୍ଠିତ ଫାଇନାଲରେ ଭାରତ ୨-୧ ଗୋଲରେ ଦକ୍ଷିଣ କୋରିଆକୁ ପରାସ୍ତ କରିଛି। ଏହାସହିତ ପ୍ରଥମଥର ପାଇଁ ଭାରତ ମହିଳା ଜୁନିୟର ଏସିଆ କପ୍‌ ହକି ଟାଇଟଲ ହାସଲ କରିଛି। ଶେଷଥର ପାଇଁ ଭାରତ ୨୦୧୨ ମସିହା ଫାଇନାଲରେ ପ୍ରବେଶ କରିଥିବା ବେଳେ ଚାଇନା ନିକଟରୁ ହାରି ରନର ଅପ୍‌ ହୋଇଥିଲା। ରବିବାର ଭାରତ ପକ୍ଷରୁ ଅନ୍ନୁ (୨୨ ମିନିଟ) ଓ ନୀଲମ୍‌(୪୧ ମିନିଟ) ଗୋଟିଏ ଲେଖାଏ ଗୋଲ ଦେଇଥିବା ବେଳେ ଦକ୍ଷିଣ କୋରିଆ ପକ୍ଷରୁ ପାର୍କ ସେଓ ୟେଓନ୍‌ ଗୋଟିଏ ଗୋଲ ପରିଶୋଧ କରିଥିଲେ।
ରବିବାର ମ୍ୟାଚ୍‌ରେ ଉଭୟ ଦଳ ମଧ୍ୟରେ କଡ଼ା ସଂଘର୍ଷ ଦେଖିବାକୁ ମିଳିଥିଲା। ପ୍ରଥମ କ୍ୱାର୍ଟର ଗୋଲଶୂନ୍ୟ ଭାବେ ଶେଷ ହୋଇଥିଲା। ଉଭୟ ଦଳ ସ୍କୋର କରିବାକୁ ପ୍ରୟାସ କରିଥିବା ବେଳେ ଭାରତକୁ ୨୨ତମ ମିନିଟରେ ପ୍ରଥମ ସଫଳତା ମିଳିଥିଲା। ପେନାଲ୍ଟି କର୍ନରକୁ ଗୋଲରେ ପରିଣତ କରିଥିଲେ ଅନ୍ନୁ। ଏହାର ୩ ମିନିଟ୍‌ ମଧ୍ୟରେ କୋରିଆ ପକ୍ଷରୁ ପାର୍କ ସେଓ ୟେଓନ୍‌ ଗୋଲ ଦେଇ ମ୍ୟାଚ୍‌କୁ ସମାନ ସ୍ଥିତିକୁ ଆଣିଥିଲେ। ଦ୍ୱିତୀୟ କ୍ୱାର୍ଟର ସୁଦ୍ଧା ମ୍ୟାଚ୍‌ ୧-୧ରେ ରହିଥିଲା। ପରବର୍ତ୍ତୀ କ୍ୱାର୍ଟରରେ ଭାରତ ପକ୍ଷରୁ ନୀଲମ ଆଉ ପେନାଲ୍ଟି କର୍ନରରୁ ଭାରତ ପାଇଁ ଦ୍ୱିତୀୟ ଗୋଲ୍‌ ଦେଇଥିଲେ। ୪୧ତମ ମିନିଟରେ ଏକ ଶକ୍ତିଶାଳୀ ଶଟ୍‌ ଜରିଆରେ ସେ ପ୍ରତିପକ୍ଷ ଗୋଲିଙ୍କୁ ପରାସ୍ତ କରିଥିଲେ। ଦକ୍ଷିଣ କୋରିଆ ନିକଟରେ ଗୋଲ ସ୍କୋର କରିବାର ଅନେକ ସୁଯୋଗ ଆସିଥିଲେ ମଧ୍ୟ ଭାରତୀୟ ରକ୍ଷଣଭାଗ ଖେଳାଳି ଏହାକୁ ପଣ୍ଡ କରିଦେଇଥିଲେ। ଭାରତୀୟ ଅଧିନାୟିକା ପ୍ରୀତିଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ୍‌ ଘୋଷଣା କରଯାଇଥିଲା।
ହକି ଇଣ୍ଡିଆର ଆର୍ଥିକ ପୁରସ୍କାର: ମହିଳା ଜୁନିୟର ଏସିଆ କପ୍‌ ହକିରେ ଚାମ୍ପିୟନ ଭାରତୀୟ ଦଳର ସମସ୍ତ ଖେଳାଳି ଓ ସପୋର୍ଟ ଷ୍ଟାଫ୍‌ଙ୍କ ପାଇଁ ଅର୍ଥ ପୁରସ୍କାର ଘୋଷଣା କରିଛି ହକି ଇଣ୍ଡିଆ। ସମସ୍ତ ଖେଳାଳିଙ୍କ ପାଇଁ ୨ ଲକ୍ଷ ଓ ସପୋର୍ଟ ଷ୍ଟାଫ୍‌ଙ୍କ ନିମନ୍ତେ ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଛି। ଭାରତ ଏହି ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ବେଳେ ୨୦୨୩ରେ ଚିଲିରେ ହେବାକୁ ଥିବା ବିଶ୍ୱକପ୍‌ ପାଇଁ ଯୋଗ୍ୟତା ମଧ୍ୟ ଅର୍ଜନ କରିଛି। ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ ପୁରସ୍କାର ରାଶି ଘୋଷଣା କରିବା ସହିତ ଭାରତୀୟ ହକି ପାଇଁ ଏହା ଏକ ଦୃଢ଼ ମୂଳଦୁଆ ସ୍ଥାପନ କରିବ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

‘ଯଦି ତୁମର ଲଜ୍ଜା ଅଛି, ତେବେ ହାତ ଯୋଡି ୧୪୦ କୋଟି ଜନତାଙ୍କୁ କ୍ଷମା ମାଗ’, କାହିଁକି ସୋନିଆଙ୍କୁ ଏମିତି କହିଲେ ଶାହା

ନୂଆଦିଲ୍ଲୀ,୧୬।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବର୍ତ୍ତମାନ ରାଜସ୍ଥାନ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତ ସମୟରେ ସେ ମନ୍ତବ୍ୟ ଦେଇଥିଲେ ଯେ କଂଗ୍ରେସ ଦଳର ମୁଖ୍ୟାଳୟରେ ‘ବନ୍ଦେ…

ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍‌ରେ…

ସାଇବର ଅପରାଧରୁ ରକ୍ଷା ପାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ସଚେତନ, ଓଟିପି-ପିନ୍‌ର ଗୋପନୀୟତା କହି…

କଲ୍ୟାଣସିଂହପୁର,୧୬ା୮(ଦୀପକ ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖଣ୍ଡି ପଞ୍ଚାୟତର ଜଗନ୍ନାଥପୁରସ୍ଥିତ ପିଏମ୍‌ ଶ୍ରୀ ହାଇସ୍କୁଲ ପରିସରରେ କଲ୍ୟାଣସିଂହପୁର ଥାନା ପକ୍ଷରୁ ଏକ ସାଇବର ସଚେତନତା…

ସୋନିଆଙ୍କ ବିରୋଧରେ ଦାଖଲ ହେଲା ଅଭିଯୋଗ; ‘ବନ୍ଦେ ମାତରମ’କୁ ଅପମାନ କରିଥିବା…

ନୂଆଦିଲ୍ଲୀ,୧୬।୮: କର୍ନାଟକର ମାଙ୍ଗାଲୁରୁର ଉର୍ଭା ପୋଲିସ ଷ୍ଟେଶନରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବିରୋଧରେ ଭାଜପା ନେତାମାନେ ଏକ ଆନୁଷ୍ଠାନିକ ଅଭିଯୋଗ ଦାଖଲ କରିଛନ୍ତି। ସ୍ବାଧୀନତା ଦିବସରେ…

ମହିଳାଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା, ରକ୍ଷାବନ୍ଧନରେ ୩ ଦିନ ମାଗଣା ବସ୍ ସେବା

ଲକ୍ଷ୍ନୌ,୧୬।୮: ରକ୍ଷାବନ୍ଧନ ଅବସରରେ ଉତ୍ତରପ୍ରଦେଶର ମହିଳାମାନଙ୍କ ପାଇଁ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଉତ୍ତର ପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ (UPSRTC) ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri