ଖବର ପଢି କାନ୍ଦି ପକାଇଲେ ପ୍ରଥମ କିନ୍ନର ନ୍ୟୁଜ ଆଙ୍କର

ଢାକା,୯।୩: ବାଂଲାଦେଶର ପ୍ରଥମ କିନ୍ନର ନ୍ୟୁଜ ଆଙ୍କର ତଶ୍ନୁଭା ଆନନ ଶିଶିର ମହିଳା ଦିବସରେ ପ୍ରଥମଥର ନ୍ୟୁଜ୍‌ ପଢିଛନ୍ତି। ବୋଇଶାଖୀ ନ୍ୟୁଜ ଚ୍ୟାନେଲରେ ୩ ମିନିଟ୍‌ର ବୁଲେଟିନ୍‌ ପଢି ସାରିବା ପରେ ତଶ୍ନୁବାଙ୍କ ଆଖିରେ ଲୁହ ଆସିଯାଇଥିଲା। ତାଙ୍କ ସହକର୍ମୀମାନେ ତାଳି ବଜାଇ ତାଙ୍କୁ ଉତ୍ସାହିତ କରିଥିଲେ। ତଶ୍ନୁବା ଜଣେ ପ୍ରତିଭା ସମ୍ପନ୍ନ ମଡେଲ ଏବଂ ଅଭିନେତ୍ରୀ ମଧ୍ୟ। ସେ ୨୦୦୭ରେ ମଡେଲିଂ କରିବା ସହିତ ତାଙ୍କ ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ। ଦୁଇବର୍ଷ ପର୍ଯ୍ୟନ୍ତ ସେ ମଡେଲିଂ କରିଥିଲେ। ଏଥିସହ ଦୁଇଟି ଫିଚର ଫିଲ୍ମରେ ମଧ୍ୟ ଅଭିନୟ କରିଛନ୍ତି। ଏବେ ସେ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ବୋଇଶାଖୀ ଚ୍ୟାନେଲରେ ପ୍ରଥମ ଥର ବୁଲେଟିନ ଆଙ୍କରିଙ୍ଗ କରଥିଲେ। ଏହା ମାଧ୍ୟମରେ ସେ ଏକ ଅଦ୍ଭୁତପୂର୍ବ ଉଦାହରଣ ସୃଷ୍ଟି କରିଛନ୍ତି। ୨୯ ବର୍ଷୀୟା ତଶ୍ନୁବା ଜଣେ ଡ୍ୟାନ୍ସର, ମଡେଲ ଏବଂ ଭଏସ ଆର୍ଟିଷ୍ଟ ମଧ୍ୟ। ତଶ୍ନୁଭା ହଜାର ହଜାର କିନ୍ନରଙ୍କ ପାଇଁ ନିଶ୍ଚିତ ଭାବେ ଏକ ପ୍ରେରଣା ପାଲଟିବେ ଏଥିରେ ସନ୍ଦେହ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri