Posted inଖେଳ

ପ୍ରଥମ ଜନଜାତି ଖେଳ ମହୋତ୍ସବ ଉଦ୍‌ଘାଟିତ

ଭୁବନେଶ୍ୱର, ୧୦।୬ (ସ୍ପୋଟର୍‌ସ ବ୍ୟୁରୋ): ପ୍ରଥମ ଜନଜାତି ଖେଳ ମହୋତ୍ସବ ଶୁକ୍ରବାର କିଟ୍‌ କ୍ରିକେଟ ଷ୍ଟାଡିୟମରେ ଆରମ୍ଭ ହୋଇଛି। ଉଦ୍‌ଘାଟନୀ ଉତ୍ସବରେ ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ଶିକ୍ଷା ଓ କୌଶଳ ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ହକି ଇଣ୍ଡିଆ ସଭାପତି ପଦ୍ମଶ୍ରୀ ଦିଲୀପ ତିର୍କୀ, ସଂସ୍କୃତି ମନ୍ତ୍ରାଳୟର ଯୁଗ୍ମ ସଚିବ ଉମା ନନ୍ଦୁରୀ ଓ କିଟ୍‌-କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ, ଓଡ଼ିଶା ସରକାର ଓ କିଟ୍‌ ବିଶ୍ୱବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ଆୟୋଜିତ ପ୍ରଥମ ଜନଜାତି ଖେଳ ମହୋତ୍ସବ ୧୨ ତାରିଖରେ ଉଦ୍‌ଯାପିତ ହେବ। ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଥିଲେ କ୍ରୀଡ଼ାରେ ବିଜୟ ଓ ପରାଜୟ ଉପରେ ଗୁରୁତ୍ୱ ଦିଆଯିବା ଉଚିତ ନୁହେଁ। ପ୍ରତ୍ୟେକ ନିଜ ନିଜର ସଫଳତା ପ୍ରତି ଧ୍ୟାନ ଦେବା ଉଚିତ। କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କ୍ରୀଡ଼ା ଓ ଶିକ୍ଷାକୁ ସମାନ ଭାବେ ଗୁରୁତ୍ୱ ଦେଇ ଖେଲୋ ଇଣ୍ଡିଆ ଭଳି ଜନଜାତି ଖେଳ ମହୋତ୍ସବର ପରିକଳ୍ପନା କରିଛନ୍ତି। ଦେଶର ଅଧିକାଂଶ କ୍ରୀଡ଼ାବିତ୍‌ ଜନଜାତି ସମ୍ପ୍ରଦାୟରୁ ଆସିଛନ୍ତି। ଉମା ନନ୍ଦୁରୀ କହଥିଲେ, ଆଜାଦୀ କା ଅମୃତ ମହୋତ୍ସବ ଅଭିଯାନ ବିଶ୍ୱର ସର୍ବବୃହତ ଅଭିଯାନରେ ପରିଣତ ହୋଇଛି। ପ୍ରଥମ ସଂସ୍କରଣରେ ୧୦ଟି ବିଭିନ୍ନ ବିଭାଗରେ ପ୍ରତିଯୋଗିତା ଆୟୋଜନ ହେବା ସହ ୨୦ ବିଭିନ୍ନ ବିଭାଗରେ ପ୍ରଦର୍ଶନୀ କ୍ରୀଡ଼ା ଆୟୋଜିତ ହେବ। ଏହାଛଡ଼ା ଜନଜାତି ଖେଳ ମହୋତ୍ସବ ଉପରେ ବିଭିନ୍ନ ଆଲୋଚନାଚକ୍ରମାନ ମଧ୍ୟ ଆୟୋଜିତ ହେବ ବୋଲି ସେ କହିଥିଲେ। ତିର୍କୀ କହିଥିଲେ, ପ୍ରଥମ ଥର ଲାଗି ଦେଶର ୨୬ଟି ରାଜ୍ୟର କୋଚ ଓ ଅଫିସିଆଲଙ୍କ ସମେତ ୫ହଜାରରୁ ଊର୍ଦ୍ଧ୍ୱ ଜନଜାତି ଖେଳାଳି ଭୁବନେଶ୍ୱରରେ ଏକାଠି ହୋଇଛନ୍ତି। ଏହା ଓଡ଼ିଶା ପାଇଁ ଗୌରବର ବିଷୟ। କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଲେ, ଜନଜାତି ଖେଳ ମହୋତ୍ସବ ଏକ ଇତିହାସ ହୋଇ ରହିବ। ସ୍ବାଗତ ସମ୍ଭାଷଣ ଦେଇ ସେ କହିଥିଲେ, ଜନଜାତି ଖେଳ ମହୋତ୍ସବକୁ ଏକ ବିରାଟ ଆକାରରେ ଆୟୋଜନ କରାଯିବାର ବନ୍ଦୋବସ୍ତ କରାଯାଇଥିଲେ ମଧ୍ୟ ନିକଟରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣା ପାଇଁ ଏଥିରେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ବାଦ ଦିଆଯାଇ ନିରାଡ଼ମ୍ବର ଭାବେ ଆୟୋଜନ କରାଯାଇଛି। ଏହି ଅବସରରେ ଅତିଥିଙ୍କ ଦ୍ୱାରା ପ୍ରଥମ ଜନଜାତି ମହୋତ୍ସବ ଜର୍ସି, ମାସ୍କଟ ଓ ସୂଚନା ପତ୍ରିକା ଉନ୍ମୋଚିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଣୀ ମୁଖାର୍ଜୀଙ୍କ ଉପରେ ଭାଙ୍ଗିପଡିଲା ଦୁଃଖର ପାହାଡ଼, ଏମିତି କେବେ ଘଟିବ ବୋଲି…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରାଣୀ ମୁଖାର୍ଜୀଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିପଡ଼ିଛି। ତାଙ୍କ ମାଆ କୃଷ୍ଣା ମୁଖାର୍ଜୀଙ୍କର ୭୫ ବର୍ଷ ବୟସରେ ପରଲୋକ ଘଟିଛି। ମଙ୍ଗଳବାର, ସେପ୍ଟେମ୍ବର…

ଏମିତି ଏକ ରହସ୍ୟମୟ ଗାଁ, ଯେଉଁଠି ଚାଲିଯାଏ ଲୋକଙ୍କ ଦୃଷ୍ଟିଶକ୍ତି! କାରଣ ଜାଣିଲେ ହେବେ ଚକିତ

ମେକ୍ସିକୋର ଏକ ଦୂରଦୂରାନ୍ତ ଗାଁକୁ ନେଇ ଦୀର୍ଘଦିନ ଧରି ଏକ ରହସ୍ୟମୟ କାହାଣୀ ପ୍ରଚଳିତ ରହିଛି। କୁହାଯାଏ, ଏଠାରେ ଲୋକଙ୍କ ସହ ପଶୁମାନଙ୍କର ମଧ୍ୟ ଦୃଷ୍ଟିଶକ୍ତି ଚାଲିଯାଉଥିଲା।…

ଏସିଆନ ଗେମ୍ସ ଫାଇନାଲରେ ସ୍ମୃତି ମନ୍ଧାନା ରଚିଲେ ଇତିହାସ: ଏମିତି ରେକର୍ଡ କରି ହେଲେ ବିଶ୍ୱର ପ୍ରଥମ ବ୍ୟାଟର

ନୂଆଦିଲ୍ଲୀ,୨୨।୯: ଏସିଆନ ଗେମ୍ସର ଗୋଲ୍ଡ ମେଡାଲ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରଚିଛନ୍ତି ନୂଆ ଇତିହାସ। ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ୧୧ ହଜାର ଅନ୍ତର୍ଜାତୀୟ…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

କର୍କଟ ରାଶିରେ ଏକାଠି ହେବେ ୩ ବଡ଼ ଗ୍ରହ: ୪ ରାଶିଙ୍କ କ୍ୟାରିୟରରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ କୋଟିକୋଟି ଟଙ୍କା!

ଭୁବନେଶ୍ୱର,୨୨।୯: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଯେତେବେଳେ ତିନିଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କରନ୍ତି, ସେତେବେଳେ ତ୍ରିଗ୍ରହୀ ଯୋଗ ଗଠିତ ହୁଏ। ଆସନ୍ତା ଅକ୍ଟୋବର ୪ରେ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?