Posted inଖେଳ

ଆଇପିଏଲ୍‌ରେ ପ୍ରଥମ ଯାଆଁଳା ଭାଇ

ମୁମ୍ବାଇ, ୧୭।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଇତିହାସରେ ଦୁଇ ଭାଇ ଖେଳିବାର ଅନେକ ନଜିର ରହିଛି। ମାତ୍ର ପ୍ରଥମ ଯାଆଁଳାଭାଇ ଚଳିତ ସଂସ୍କରଣରେ ଖେଳିଛନ୍ତି। ସେ ହେଲେ ଦକ୍ଷିଣ ଆଫ୍ରିକାର ମାର୍କୋ ଜାନସେନ ଓ ଡୁଆନ ଜାନସେନ। ବାମହାତୀ ଦ୍ରୁତବୋଲର ମାର୍କୋ ଜାନସେନ ୨୦୨୧ରୁ ଆଇପଇଏଲ୍‌ରେ ଖେଳି ଆସୁଛନ୍ତି। ଇତିମଧ୍ୟରେ ସେ ୧୨ଟି ମ୍ୟାଚ ଖେଳି ୧୩ଟି ଉଇକେଟ ନେଇ ସାରିଛନ୍ତି। ଚଳିତ ସଂସ୍କରଣରେ ସେ ସନ୍‌ରାଇଜର୍ସ ହାଇଦ୍ରାବାଦ ପକ୍ଷରୁ ପ୍ରତିନିଧିତ୍ୱ କରୁଛନ୍ତି। ମାର୍କୋ ଜାନସେନ୍‌ କିନ୍ତୁ ରବିବାର ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଆଇପିଏଲ୍‌ କ୍ୟାରିୟର ଆରମ୍ଭ କରିଛନ୍ତି। କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ସେ ପ୍ରଥମ ଆଇପିଏଲ୍‌ ମ୍ୟାଚ ଖେଳିଛନ୍ତି। ୨୦୦୦ ମେ’୧ରେ ଦକ୍ଷିଣ ଆଫ୍ରିକା ନର୍ଥ ଓ୍ବେଷ୍ଟର କ୍ଲେକ୍ସଡର୍ପଠାରେ ଦୁଇ ଭାଇଙ୍କର ଜନ୍ମ। ମାର୍କୋଙ୍କ ପରି ଡୁଆନ ମଧ୍ୟ ଜଣେ ବାମହାତୀ ଦ୍ରୁତ ବୋଲର। ସେ ନିଜର ପ୍ରଥମ ଆଇପିଏଲ୍‌ ମ୍ୟାଚରେ ୪ ଓଭର ବୋଲିଂ କରି ୫୩ ରନ ବିନିମୟରେ ଗୋଟିଏ ଉଇକେଟ ନେଇଛନ୍ତି।
ଆଇପିଏଲ୍‌ରେ ଦୁଇ ଭାଇ
ଇରଫାନ ପଠାନ-ୟୁସୁଫ ପଠାନ
ଶନ୍‌ ମାର୍ଶ-ମିଚେଲ ମାର୍ଶ
ମାଇକେଲ ହସି-ଡେଭିଡ ହସୀ
ଆଲ୍‌ବି ମୋର୍କେଲ-ମୋର୍ନେ ମୋର୍କେଲ
ବ୍ରେଣ୍ଡନ ମ୍ୟାକକୁଲମ-ନାଥାନ ମ୍ୟାକକୁଲମ
ଡ୍ବେନ ବ୍ରାଭୋ-ଡାରେନ ବ୍ରାଭୋ
ସିଦ୍ଧାର୍ଥ କୌଲ-ଉଦୟ କୌଲ
ହାର୍ଦ୍ଦିକ ପାଣ୍ଡ୍ୟା-କୃନାଲ ପାଣ୍ଡ୍ୟା
ସାମ୍‌ କୁରାନ-ଟମ୍‌ କୁରାନ
ଯାଆଁଳା ଭାଇ
ମାର୍କୋ ଜାନସେନ-ଡୁଆନ ଜାନସେନ


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri