ପ୍ରଥମେ ୩୦କୋଟିଙ୍କୁ ଦିଆଯିବ ଟିକା

ନୂଆଦିଲ୍ଲୀ,୮।୧୧: ଭାରତରେ ଆସନ୍ତା ଫେବୃୟାରୀରେ କରୋନା ଟିକା ଉପଲବ୍ଧ ହେବ। ଭାରତ ବାୟୋଟେକ୍‌ ପକ୍ଷରୁ ଏହାର ଟିକା କୋଭାକ୍ସିନ୍‌ ପ୍ରଥମ ଥର ଲାଗି ଭାରତରେ ମିଳିବ। ଏହି ଟିକାର ବିତରଣ ପ୍ରକ୍ରିୟା ନେଇ କେନ୍ଦ୍ର ସରକାର ଚୂଡ଼ାନ୍ତ ପଦକ୍ଷେପ ଗ୍ରହଣ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୩୦ କୋଟି ଲୋକଙ୍କୁ ମାଗଣାରେ କରୋନା ଟିକା ଦିଆଯିବ। ଏଥିଲାଗି ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ ବୋଲି ଦର୍ଶାଯାଇଛି। ତେବେ ଆଧାର କିମ୍ବା ଅନ୍ୟ କୌଣସି ସରକାରୀ କାଗଜପତ୍ରକୁ ଦେଖି ଏହି ଟିକା ପ୍ରଦାନ କରାଯିବ।
ଟିକା କାହାକୁ ପ୍ରାଥମିକ ଭାବେ ଦିଆଯିବ, ସେନେଇ ଗୋଷ୍ଠୀ ଚିହ୍ନଟ କରିବାକୁ ପୂର୍ବରୁ ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ କହିଥିଲେ। ଏବେ ୪ଟି ଗୋଷ୍ଠୀକୁ ପ୍ରଥମେ ଟିକା ଦିଆଯିବ ବୋଲି ଚିହ୍ନଟ କରାଯାଇଛି। ପ୍ରଥମ ଗୋଷ୍ଠୀରେ ୧ କୋଟି ସ୍ବାସ୍ଥ୍ୟକର୍ମୀଙ୍କୁ ସାମିଲ କରାଯାଇଛି। ଏଥିରେ ଡାକ୍ତର, ନର୍ସ, ଆଶାକର୍ମୀ, ଡାକ୍ତରୀ ଛାତ୍ରମାନଙ୍କୁ ନିଆଯାଇଛି। ଦ୍ୱିତୀୟ ଗୋଷ୍ଠୀରେ ୨ କୋଟି ଛାମୁଆ କର୍ମୀଙ୍କୁ ଏହି ଟିକା ଦିଆଯିବ। ଏଥିରେ ମ୍ୟୁନିସିପାଲିଟି କର୍ମଚାରୀ, ପୋଲିସ କର୍ମଚାରୀ ଓ ସେନାକର୍ମୀଙ୍କୁ ସାମିଲ କରାଯାଇଛି। ତୃତୀୟ ଗୋଷ୍ଠୀ ଭାବେ ୨୬ କୋଟି ଲୋକଙ୍କୁ ଚିହ୍ନଟ କରାଯାଇଛି। ୫୦ ବର୍ଷରୁ ଊର୍ଦ୍ଧ୍ୱ ବୟସର ଲୋକଙ୍କୁ ଟିକା ପ୍ରଦାନ କରାଯିବ। ଚତୁର୍ଥ ପର୍ଯ୍ୟାୟରେ ୧ କୋଟି ସ୍ବତନ୍ତ୍ର ରୋଗଯୁକ୍ତ ଲୋକଙ୍କୁ ଟିକା ଦିଆଯିବ ବୋଲି କୁହାଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ଟିକା ବିତରଣ ଲାଗି ଟାସ୍କଫୋର୍ସ ଗଠନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri