ପ୍ରଥମେ ୩୦କୋଟିଙ୍କୁ ଦିଆଯିବ ଟିକା

ନୂଆଦିଲ୍ଲୀ,୮।୧୧: ଭାରତରେ ଆସନ୍ତା ଫେବୃୟାରୀରେ କରୋନା ଟିକା ଉପଲବ୍ଧ ହେବ। ଭାରତ ବାୟୋଟେକ୍‌ ପକ୍ଷରୁ ଏହାର ଟିକା କୋଭାକ୍ସିନ୍‌ ପ୍ରଥମ ଥର ଲାଗି ଭାରତରେ ମିଳିବ। ଏହି ଟିକାର ବିତରଣ ପ୍ରକ୍ରିୟା ନେଇ କେନ୍ଦ୍ର ସରକାର ଚୂଡ଼ାନ୍ତ ପଦକ୍ଷେପ ଗ୍ରହଣ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୩୦ କୋଟି ଲୋକଙ୍କୁ ମାଗଣାରେ କରୋନା ଟିକା ଦିଆଯିବ। ଏଥିଲାଗି ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ ବୋଲି ଦର୍ଶାଯାଇଛି। ତେବେ ଆଧାର କିମ୍ବା ଅନ୍ୟ କୌଣସି ସରକାରୀ କାଗଜପତ୍ରକୁ ଦେଖି ଏହି ଟିକା ପ୍ରଦାନ କରାଯିବ।
ଟିକା କାହାକୁ ପ୍ରାଥମିକ ଭାବେ ଦିଆଯିବ, ସେନେଇ ଗୋଷ୍ଠୀ ଚିହ୍ନଟ କରିବାକୁ ପୂର୍ବରୁ ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ କହିଥିଲେ। ଏବେ ୪ଟି ଗୋଷ୍ଠୀକୁ ପ୍ରଥମେ ଟିକା ଦିଆଯିବ ବୋଲି ଚିହ୍ନଟ କରାଯାଇଛି। ପ୍ରଥମ ଗୋଷ୍ଠୀରେ ୧ କୋଟି ସ୍ବାସ୍ଥ୍ୟକର୍ମୀଙ୍କୁ ସାମିଲ କରାଯାଇଛି। ଏଥିରେ ଡାକ୍ତର, ନର୍ସ, ଆଶାକର୍ମୀ, ଡାକ୍ତରୀ ଛାତ୍ରମାନଙ୍କୁ ନିଆଯାଇଛି। ଦ୍ୱିତୀୟ ଗୋଷ୍ଠୀରେ ୨ କୋଟି ଛାମୁଆ କର୍ମୀଙ୍କୁ ଏହି ଟିକା ଦିଆଯିବ। ଏଥିରେ ମ୍ୟୁନିସିପାଲିଟି କର୍ମଚାରୀ, ପୋଲିସ କର୍ମଚାରୀ ଓ ସେନାକର୍ମୀଙ୍କୁ ସାମିଲ କରାଯାଇଛି। ତୃତୀୟ ଗୋଷ୍ଠୀ ଭାବେ ୨୬ କୋଟି ଲୋକଙ୍କୁ ଚିହ୍ନଟ କରାଯାଇଛି। ୫୦ ବର୍ଷରୁ ଊର୍ଦ୍ଧ୍ୱ ବୟସର ଲୋକଙ୍କୁ ଟିକା ପ୍ରଦାନ କରାଯିବ। ଚତୁର୍ଥ ପର୍ଯ୍ୟାୟରେ ୧ କୋଟି ସ୍ବତନ୍ତ୍ର ରୋଗଯୁକ୍ତ ଲୋକଙ୍କୁ ଟିକା ଦିଆଯିବ ବୋଲି କୁହାଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ଟିକା ବିତରଣ ଲାଗି ଟାସ୍କଫୋର୍ସ ଗଠନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ, ଯୁବତୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଯୁବତୀ ଜଣକ ଘରେ ଶୋଇଥିଲା ବେଳେ କେତେଜଣ…

ସିଙ୍ଗିପୁରରେ ବେଆଇନ ଦେଶୀ ମଦ ଭାଟି: ପୋଲିସର ଚଢ଼ାଉ

ଗଜପତି,୨୮।୬ (ଗିରିଧାରୀ ପରିଛା): ଗୁଇନ୍ଦା ସୂଚନା ଆଧାରରେ ପାରଳାଖେମୁଣ୍ଡି ପୋଲିସ ଶନିବାର ଭୋର ସମୟରେ ସିଙ୍ଗିପୁର ଗ୍ରାମରେ ଚଢ଼ାଉ କରି ଏକ ବେଆଇନ ଦେଶୀ ମଦ ପ୍ରସ୍ତୁତି…

ଆସିଲେ ନାହିଁ ଭାଜପା ଅତିଥି, ଏନ୍‌ଏସି ଅଧ୍ୟକ୍ଷ କଲେ ଗୋଷ୍ଠୀକେନ୍ଦ୍ର ଉଦ୍‌ଘାଟନ, ପୂରା ଘଟଣା ଜାଣିଲେ…

କେସିଙ୍ଗା,୨୭ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ବଗାଡ଼ ଓ୍ବାର୍ଡ ନଂ ୨ରେ ନବନିର୍ମିତ ଗୋଷ୍ଠୀ କେନ୍ଦ୍ରକୁ ନଗରପାଳ ନୃପରାଜ ଯାଦବଙ୍କ କରକମଳରେ ଶନିବାର ଉଦ୍‌ଘାଟିତ ହୋଇଛି।…

ଦେଶରେ ହାଇ ଆଲର୍ଟ: ମାଡ଼ିଆସୁଛି ୨ଟି ଭୟଙ୍କର ବାତ୍ୟା; ୩ ଦେଶକୁ କରିବ ଛାରଖାର!

ନୂଆଦିଲ୍ଲୀ,୨୭।୬: ପ୍ରଶାନ୍ତ ମହାସାଗରର ଉତ୍ତର-ପଶ୍ଚିମ ଭାଗରେ ସୃଷ୍ଟି ହୋଇଥିବା ଶକ୍ତିଶାଳୀ କ୍ରାନ୍ତୀୟ ବାତ୍ୟା (ଟାଇଫୁନ୍) ‘ମେଖଲା’ ଜାପାନ ଏବଂ ଏହାର ଆଖପାଖ ଦ୍ୱୀପପୁଞ୍ଜ ଆଡ଼କୁ ମାଡ଼ି ଚାଲିଛି।…

ବିଷ ବୋତଲ ଧରି ଧାରଣାରେ ଚାଷୀ, ଟୋକନ ନ ମିଳିଲେ ପିଇବାକୁ ଦେଲେ ଧମକ

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳିନାହିଁ। ଏହାକୁ…

ପୁଣି ଧକ୍କା ଦେଲା ଆମବସ୍‌, ରଙ୍ଗ୍‌ରୁଟ୍‌ରେ ଆସି ବାପ-ଝିଅଙ୍କୁ…

ଭୁବନେଶ୍ୱର,୨୭ା୬: ପୁଣି ଧକ୍କା ଦେଇଛି ଆମବସ୍‌। ପ୍ରତିଦିନ ଆମବସ୍‌ କେଉଁଠି ନା କେଉଁଠି ଦୁର୍ଘଟଣା ଘଟାଉଥିବା ଖବର ଆସୁଛି। ଶନିବାର ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଅଞ୍ଚଳରେ ବାପ-ଝିଅଙ୍କୁ ଧକ୍କାଦେଇଛି…

FIFA World Cup 2026ରେ ଇତିହାସ ରଚିଲା କେପ ଭର୍ଡେ: ନକ୍‌ଆଉଟ୍‌ ପହଞ୍ଚିବାରେ ବିଶ୍ୱର ସବୁଠୁ ଛୋଟ ଦେଶ

ଫିଲାଡେଲଫିଆ,୨୭।୬:୨୦୨୬ ଫିଫା ବିଶ୍ୱକପ୍‌ରେ ରାଉଣ୍ଡ ଅଫ ୩୨ ପୂର୍ବରୁ କେପ ଭର୍ଡେ ଏକ ଚମତ୍କାର ପ୍ରଦର୍ଶନ ସହିତ ଇତିହାସ ରଚିଛି। ପ୍ରାୟ ୫୫୦,୦୦୦ ଜନସଂଖ୍ୟା ବିଶିଷ୍ଟ ଆଫ୍ରିକାର…

ଆଧାର କାର୍ଡ଼ ଦେଖାଇଲେ ମିଳିବ କି ଫ୍ରି ଏସି? ଜାଣନ୍ତୁ ସତ…

ନୂଆଦିଲ୍ଲୀ,୨୭।୬: ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକଙ୍କ ପାଇଁ “ମାଗଣା ଏସି ଯୋଜନା”…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri