Posted inଖେଳ

ସାଧାରଣତନ୍ତ୍ର ଦିବସରେ ଭାରତର ପ୍ରଥମ ବିଜୟ, କୋହଲିଙ୍କ ଯୋଗୁ ମିଳିଥିଲା ଐତିହାସିକ ଉପଲବ୍ଧି

ନୂଆଦିଲ୍ଲୀ,୨୬।୧: ଭାରତ ପାଇଁ ୨୬ ଜାନୁୟାରୀ ଏକ ଐତିହାସିକ ଦିନ। ଏହି ଦିନ ମଇଦାନରେ ମିଳିଥିବା ସଫଳତା ବେଶ ଗୁରୁତ୍ୱ ରଖିଥାଏ। ସେଭଳି ଗୋଟିଏ ହେଉଛି କ୍ରିକେଟ୍‌ ମ୍ୟାଚ୍‌। ସାଧାରଣତନ୍ତ୍ର ଦିବସରେ କେବେ ଭାରତ ପ୍ରଥମ ଥର ପାଇଁ କେବେ ଜିତିଥିଲା ଜାଣନ୍ତି କି?

୧୯୬୮ରୁ ୨୦୧୫ ପର୍ଯ୍ୟନ୍ତ ଭାରତୀୟ କ୍ରିକେଟ୍‌ ଟିମ୍‌ ୨୬ ଜାନୁୟାରୀରେ ଗୋଟିଏ ମ୍ୟାଚ୍‌ ଜିତି ନ ଥିଲା। ଏହି ସମୟ ମଧ୍ୟରେ ଦଳ ୪ଟି ଅନ୍ତଃରାଷ୍ଟ୍ରୀୟ ମ୍ୟାଚ୍‌ ଖେଳି ସାରିଥିଲା। ହେଲେ ସବୁଥିରେ ପରାଜିତ ହୋଇଥିଲା। ହେଲେ ୨୦୧୬ ସାଧାରଣତନ୍ତ୍ର ଦିବସରେ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ରେ ମିଳିଥିଲା ସଫଳତା।

ପୂର୍ବରୁ ଭାରତ ଏହି ଦିନ ଖେଳିଥିବା ସମସ୍ତ ମୁକାବିଲା ଅଷ୍ଟ୍ରେଲିଆ ବିପକ୍ଷରେ ଥିଲେ ହେଁ ୨୦୧୬ ମ୍ୟାଚ୍‌ରେ ଜିତାପଟ ମିଳିଥିଲା। ଆଡିଲେଡ୍‌ରେ ଖେଳାଯାଇଥିଲା ଉକ୍ତ ମ୍ୟାଚ୍‌। ଜସପ୍ରିତ ବୁମ୍‌ରା ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ଏଥିରେ ଟି୨୦ ଡେବ୍ୟୁ କରିଥିଲେ।

ମହେନ୍ଦ୍ର ସିଂହ ଧୋନୀଙ୍କ ଅଧିନାୟକତ୍ୱରେ ଅଷ୍ଟ୍ରେଲିଆ ଟିମ୍‌ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଭାରତୀୟ ଟିମ୍‌ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୩ ଉଇକେଟ ହରାଇ ୧୮୮ ରନ୍‌ କରିଥିଲା। ବିରାଟ ଏଥିରେ ସର୍ବାଧିକ ୯୦ ରନ୍‌ କରିଥିଲେ। ଏହାର ଜବାବ ଦେବାକୁ ଯାଇ ଅଷ୍ଟ୍ରେଲିଆ ଟିମ୍‌ ୧୯.୩ ଓଭରରେ ୧୫୧ ରନ୍‌ କରି ସମସ୍ତ ଉଇକେଟ ହରାଇଥିଲା। ଶେଷରେ ବିରାଟଙ୍କୁ ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ ଭାବେ ଚୟନ କରାଯାଇଥିଲା। ସାଧାରଣତନ୍ତ୍ର ଦିବସରେ ଏହି ବିଜୟ ଇତିହାସ ରଚିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri