ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀ ମୃତ

ଚିତ୍ରକୋଣ୍ଡା, ୫।୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ପେଟିଆଗୁଡା ଗ୍ରାମରେ ଘରୋଇ କଳହକୁ ନେଇ ସୋମବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶୁକ ରାସପେଦାଙ୍କ ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀ ସୁନିତା ରାସପେଦାଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଏନେଇ ଶୁକ ଚିତ୍ରକୋଣ୍ଡା ଥାନାରେ ଅଭିଯୋଗ କରିଥିଲେ। ମାମଲା(ନଂ.୧୭୭/୨୬) ରୁଜୁ କରି ପୋଲିସ ଦ୍ୱିତୀୟ ସ୍ତ୍ରୀ ସିଲିମା ରାସପେଦାଙ୍କୁ ମଙ୍ଗଳବାର ଗିରଫ କରି କୋର୍ଟଚାଲାଣ କରିଛି। ସୂଚନା ଅନୁଯାୟୀ, ଶୁକ ରାସପେଦା ୨ ଜଣ ସ୍ତ୍ରୀଙ୍କ ସହିତ ରହୁଥିଲେ। ସୋମବାର ରାତିରେ ୨ ସ୍ତ୍ରୀଙ୍କ ମଧ୍ୟରେ ବଚସା ହେବା ସହିତ ଉଭୟଙ୍କ ମଧ୍ୟରେ ଠେଲାପେଲା ହୋଇଥିଲା। ଏହି ସମୟରେ ଦ୍ୱିତୀୟ ସ୍ତ୍ରୀ ସିଲିମା ହଠାତ ପ୍ରଥମ ସ୍ତ୍ରୀ ସୁନିତାଙ୍କୁ ଜୋରରେ ଠେଲି ଦେବାରୁ ସେ ସାମ୍ନାରେ ଥିବା କାନ୍ଥରେ ପିଟି ହୋଇଯାଇଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri