Posted inଜାତୀୟ

ସ୍ବାମୀଙ୍କ ସମ୍ପତ୍ତି ଉପରେ ପ୍ରଥମ ସ୍ତ୍ରୀଙ୍କର ରହିବ ଅଧିକାର…

ମୁମ୍ବାଇ, ୨୬।୮: ସ୍ବାମୀଙ୍କ ସମ୍ପତ୍ତି ଉପରେ ପ୍ରଥମ ସ୍ତ୍ରୀଙ୍କର ହିଁ ଅଧିକାର ରହିବ। ଏନେଇ ସେ ଆଇନଗତ ଆଶ୍ରୟ ନେଇ ପାରିବେ ବୋଲି ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଯଦି କୌଣସି ବ୍ୟକ୍ତିଙ୍କ ଏକାଧିକ ସ୍ତ୍ରୀ ଅଛନ୍ତି। ଏପରିସ୍ଥଳେ ପ୍ରଥମ ସ୍ତ୍ରୀ କେବଳ ସମ୍ପତ୍ତି ଉପରେ ଦାବୀ କରିପାରିବେ। କିନ୍ତୁ ସ୍ତ୍ରୀମାନଙ୍କର ସନ୍ତାନମାନଙ୍କୁ ପିତାଙ୍କ ସମ୍ପତ୍ତିରୁ ଭାଗ ମିଳିବ। ବିଚାରପତି ଏସ୍‌.ଜେ. କଥାଓ୍ବାଲା ଏବଂ ମାଧବ ଜାମଦାରଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ ଏଭଳି ରାୟ ଦେଇଛନ୍ତି। ଏହା ପୂର୍ବରୁ ବମ୍ବେ ହାଇକୋର୍ଟର ଔରଙ୍ଗାବାଦ ଖଣ୍ଡପୀଠ ମଧ୍ୟ ସମାନ ରାୟ ଦେଇଥିଲେ। ମହାରାଷ୍ଟ୍ର ରେଲଓ୍ବେ ପୋଲିସ ସବ୍‌ ଇନସ୍ପେକ୍ଟର ସୁରେଶ ହଟାନକରଙ୍କ ଦ୍ୱିତୀୟ ସ୍ତ୍ରୀଙ୍କ ପକ୍ଷରୁ ସ୍ବାମୀଙ୍କ ସମ୍ପତ୍ତି ପାଇଁ କରାଯାଇଥିବା ଏକ ଆବେଦନର ବିଚାର କରି ଏଭଳି ରାୟ ଦେଇଛନ୍ତି। ମେ ୩୦ରେ ଡ୍ୟୁଟିରେ ଥିବା ସମୟରେ ସୁରେଶଙ୍କର କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ଘଟିଥିଲା। ରାଜ୍ୟ ସରକାର ଏଭଳି କରୋନା ଯୋଦ୍ଧାଙ୍କ ପାଇଁ ୬୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ଆର୍ଥିକ ସହାୟତା ପାଇବା ପାଇଁ ଦ୍ୱିତୀୟ ସ୍ତ୍ରୀ ଆବେଦନ କରିଥିଲେ। ଦ୍ୱିତୀୟସ୍ତ୍ରୀଙ୍କ ଝିଅ ଶ୍ରଦ୍ଧା ଏନେଇ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri