ଓଡ଼ିଶାରେ ସିବିଆଇର ପ୍ରଥମ ମହିଳା ଶାଖା

ଭୁବନେଶ୍ୱର,୨୧।୫ (ଅଭୟ ଦାଶ): ଓଡ଼ିଶାରେ ସେଣ୍ଟ୍ରାଲ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବା ସିବିଆଇର ପ୍ରଥମ ମହିଳା ଶାଖା ଭୁବନେଶ୍ୱରସ୍ଥିତ ନୟାପଲ୍ଲୀଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ମୁମ୍ବାଇସ୍ଥିତ ସିବିଆଇ କେନ୍ଦ୍ରୀୟ କାର୍ଯ୍ୟାଳୟର ମହାପ୍ରବନ୍ଧକ ସଞ୍ଜୁ ଭି ମଙ୍ଗରୁଲକର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସିବିଆଇର ବହୁ ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଯୋଗ ଦେଇଥିଲେ। ଉଲ୍ଲେଖଯୋଗ୍ୟ, ମୁମ୍ବାଇସ୍ଥିତ ସିବିଆଇ କେନ୍ଦ୍ରୀୟ କାର୍ଯ୍ୟାଳୟର ମହାପ୍ରବନ୍ଧକ ସଞ୍ଜୁ ଭି ମଙ୍ଗରୁଲକର ନିକଟରେ ଭୁବନେଶ୍ୱର ଆସିଥିଲେ। ତାଙ୍କର ଏହି ପ୍ରଥମ ଗସ୍ତ ଅବସରରେ ସେ ବ୍ୟାଙ୍କର ପ୍ରଥମ ମହିଳା ଶାଖାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ମଙ୍ଗରୁଲକର ଉପସ୍ଥିତ ସମସ୍ତଙ୍କୁ ସମ୍ବୋଧନ କରିବା ସହ ମହିଳାମାନେ ବିଭିନ୍ନ କ୍ଷେତ୍ରରେ ଅଗ୍ରଣୀ ରହୁଥିବା ବେଳେ ମହିଳା ଶାଖାର ଗୁରୁତ୍ୱ ମହିଳା ଉଦ୍ୟୋଗୀମାନଙ୍କର ଆବଶ୍ୟକତାକୁ ପୂରଣ କରିବା ସହ ବ୍ୟାଙ୍କର ବ୍ୟବସାୟିକ ଅଭିବୃଦ୍ଧିରେ ସହାୟକ ହୋଇପାରିବ ବୋଲି ସେ କହିଥିଲେ। ସେହିଭଳି ବ୍ୟାଙ୍କ ପକ୍ଷରୁ ଆୟୋଜିତ ଗ୍ରାହକ ସମ୍ମିଳନୀରେ ଯୋଗ ଦେଇ ସେ ଗ୍ରାହକମାନଙ୍କ ସହ ଭାବାନୁପ୍ରଦାନ କରିବା ସହ ସେମାନଙ୍କୁ ସର୍ବୋତ୍ତମ ଗ୍ରାହକ ସେବା ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଅପରପକ୍ଷରେ ବ୍ୟାଙ୍କର ଭୁବନେଶ୍ୱର କ୍ଷେତ୍ର ଅନ୍ତର୍ଗତ ସମସ୍ତ ଶାଖା ମୁଖ୍ୟମାନଙ୍କର ଏକ ସମୀକ୍ଷା ବୈଠକ ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ମଙ୍ଗରୁଲକର ପ୍ରତ୍ୟେକ ଅଭାବୀ ଗ୍ରାହକଙ୍କ ନିକଟରେ ପହଞ୍ଚତ୍ବାକୁ ସେ ଶାଖା ମୁଖ୍ୟମାନଙ୍କୁ ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ସିବିଆଇର ରାୟପୁର ଆଞ୍ଚଳିକ ମୁଖ୍ୟ ବି.ଆର୍‌.ରାମକ୍ରିଷ୍ଣା ନାଏକ, ସିବିଆଇ ଭୁବନେଶ୍ୱର କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ଶ୍ରୀଶ କୁମାର ଶର୍ମା, ଉପ-କ୍ଷେତ୍ରୀୟ ମୁଖ୍ୟ ସୁରେଶ ଚନ୍ଦ୍ର ଏବଂ ନୟାପଲ୍ଲୀ ଶାଖାର ଶାଖା ମୁଖ୍ୟ ଦୀପିକା ଶ୍ରଦ୍ଧାଞ୍ଜଳିଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଧିକାରୀଙ୍କ ପାଇଁ ଏଆଇ

ଭାରତର ପ୍ରଶାସନିକ ବ୍ୟବସ୍ଥାରେ ପରବର୍ତ୍ତୀ ବଡ଼ ପରିବର୍ତ୍ତନ ହୁଏତ ଅନ୍ୟ କୌଣସି କ୍ୟାଡର୍‌ ସଂସ୍କାର କିମ୍ବା ନୂଆ ନିୟମାବଳୀ ମାଧ୍ୟମରେ ଆସି ନ ପାରେ। ବରଂ ଏହା…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍‌ଟିମେଟମ୍‌: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?