Posted inଖେଳ

ଆଇସିସି ନିଯୁକ୍ତ ପ୍ରଥମ ମହିଳା ଅମ୍ପାୟର

ଦୁବାଇ,୧୮ା୧(ପି.ଟି.): ଆଇସିସି ଦ୍ୱାରା ନିଯୁକ୍ତ ପ୍ରଥମ ମହିଳା ଅମ୍ପାୟର ହୋଇଛନ୍ତି ଇଂଲଣ୍ଡର ସୁ ରେଡ୍‌ଫର୍ନ। ପୂର୍ବରୁ ଏକାଧିକ ମହିଳା ଅମ୍ପାୟର କାମ କରିଥିଲେ ମଧ୍ୟ ସେମାନେ ବିଭିନ୍ନ ଦେଶର କ୍ରିକେଟ ବୋର୍ଡ ସହ ଅନୁବନ୍ଧିତ ହୋଇ କାମ କରିଥାନ୍ତି। ତେବେ ରେଡ୍‌ଫର୍ନ ପ୍ରଥମ ମହିଳା ଭାବେ ଆଇସିସି ଦ୍ୱାରା ନିଯୁକ୍ତ ହୋଇଛନ୍ତି। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ମହିଳା ଟି୨୦ ସିରିଜ୍‌ରେ ପ୍ରଥମ ଥର ରଦରଫୋର୍ଡ ଅମ୍ପାୟରିଂ କରିବେ। ଏହା ସହିତ ଏଣିକି ସମସ୍ତ ମହିଳା ସିରିଜ୍‌ ଓ ମ୍ୟାଚ୍‌ରେ ଜଣେ ମହିଳା ଅମ୍ପାୟରଙ୍କ ଉପସ୍ଥିତି ବାଧ୍ୟତାମୂଳକ କରିଛି ଆଇସିସି। ଆସନ୍ତା ଟି୨୦ ବିଶ୍ୱକପ ପାଇଁ ୭ ମହିଳା ଅମ୍ପାୟରଙ୍କୁ ନିଯୁକ୍ତ କରାଯିବ ବୋଲି ଆଇସିସି ସ୍ପଷ୍ଟ କରିଛି। ଭବିଷ୍ୟତରେ ମହିଳା କ୍ରିକେଟ ପାଇଁ କେବଳ ମହିଳା ଅଫିସିଆଲଙ୍କୁ ନିଯୁକ୍ତି ଦେବା ଦିଗରେ ଏହା ପ୍ରଥମ ପଦକ୍ଷେପ ବୋଲି ଆଇସିସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାଞ୍ଚାଇଜର ବଡ଼ ଘୋଷଣା: ଆଇପିଏଲ୍‌ରେ ଉପଲବ୍ଧ ରହିବେ ଧୋନୀ

ଅହମଦାବାଦ,୨୨ା୨: ପ୍ରତ୍ୟେକ ଥର ଭଳି ଏଥର ମଧ୍ୟ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ପୂର୍ବରୁ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଖେଳିବେ କି ନାହିଁ,…

ବିବାହ ଦିନ ଜୀବନ ହାରିଲେ ୨ ଭଉଣୀ

ଯୋଧପୁର,୨୨ା୨: ରାଜସ୍ଥାନର ଯୋଧପୁର ଅନ୍ତର୍ଗତ ମନାଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ପରିବାର ୨ ଝିଅଙ୍କ ବିବାହ ଉତ୍ସବ ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ…

ଭାରତର ବିଜୟ ଧାରାରେ ଲାଗିଲା ବ୍ରେକ

ଅହମଦାବାଦ,୨୨ା୨: ଉଭୟ ବ୍ୟାଟିଂ ଏବଂ ବୋଲିଂରେ ପ୍ରଭାବୀ ପ୍ରଦର୍ଶନ କରି ଚଳିତ ଟି୨୦ ବିଶ୍ୱକପ୍‌ର  ସୁପର-୮ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୭୬ ରନରେ ଭାରତକୁ ପରାସ୍ତ କରିଛି।…

ଆସାମ କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ଯୋଗ ଦେଲେ ଭୁପେନ

ଗୁଆହାଟୀ,୨୨ା୨: ଆସାମ କଂଗ୍ରେସର ପୂର୍ବତନ ସଭାପତି ଭୁପେନ କୁମାର ବୋରା ରବିବାର ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ଏକ ବଡ଼…

ସୁପର-୮ ମ୍ୟାଚ୍‌ରେ ଇଂଲଣ୍ଡର ବଡ଼ ବିଜୟ

ପାଲିକେଲ,୨୨ା୨- ଓ୍ବିଲ ଜ୍ୟାକ୍ସଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଇଂଲଣ୍ଡ ୫୧ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଇଂଲଣ୍ଡ ଦ୍ୱାରା…

ଭାରତ ଆଗରେ ୧୮୮ ରନ୍‌ର ଟାର୍ଗେଟ୍‌ ରଖିଲା ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ମ୍ୟାଚ୍‌ରେ  ଭାରତ ଆଗରେ ୧୮୮ ରନ୍‌ର ବିଜୟ…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri