ଚଳିତ ବର୍ଷ ପ୍ରଥମ ଥର ପାଇଁ ୪୫ ଟପିଲା ତାତି, ଆଗକୁ ଆହୁରି ବଢିବ

ଭୁବନେଶ୍ୱର,୨୧।୪: ରାଜ୍ୟରେ ଚଳିତବର୍ଷ ପ୍ରଥମ ଥର ପାଇଁ ୪୫ ଟପିଛି ତାତି। ଗତ ଦୁଇଦିନ ହେଲା ଝାରସୁଗୁଡା ରାଜ୍ୟର ଉତପ୍ତ ସହର ପାଲଟିଛି। ଆଜି ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ୪୫.୪ ଡିଗ୍ରୀ ରେକର୍ଡ କରାଯାଇଛି। ଆଜି ରେକର୍ଡ ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ରେକର୍ଡ ହୋଇଥିଲା ବେଳେ ଏହା ପଛକୁ ସମ୍ବଲପୁର ୪୩, ହୀରାକୁଦ ୪୨.୪, ରାଉରକେଲା ୪୨, କେନ୍ଦୁଝର ୩୮.୩, ଚାନ୍ଦବାଲି ୩୮.୨, ବାଲେଶ୍ୱର ୩୭, ଭୁବନେଶ୍ୱର ୩୬ ରହିଛି।

ଆଗାମୀ ତିନିଦିନରେ ରାଜ୍ୟରେ ତାପମାତ୍ରା ୩ରୁ ୫ ଡିଗ୍ରୀ ବଢିବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେଉଁଝର, ମୟୁରଭଞ୍, ବାଲେଶ୍ୱର , ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଂଜାମ, ଗଜପତି, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଏବଂ ମାଲକାନଗିରି ଜିଲାରେ କାଳବୈଶାଖୀ ପ୍ରଭାବରେ ଝାଡ଼ବର୍ଷା ହୋଇପାରେ।

ତେବେ ମଙ୍ଗଳବାରଠାରୁ ରାଜ୍ୟରେ ଆହୁରି ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏଥିପାଇଁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼ ଏବଂ ବଲାଙ୍ଗୀର ଜିଲାକୁ ହିଟୱେଭ ଆଲର୍ଟ ଜାରି କରାଯାଇଛି।

ସେହିପରି ବୁଧବାର ପାଇଁ ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର, ନୂଆପଡା, ସୋନପୁର ଏ ବୌଦ୍ଧ ଜିଲାକୁ ହିଟୱେଭ ଆଲର୍ଟ ଜାରି କରାଯାଇଥିଲା ବେଳେ ଗଜପତି, ଗଂଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ଜିଲାକୁ ଆଦ୍ରତା ଅନୁଭବ ହେବା ନେଇ ଆଲର୍ଟ ଜାରି କରାଯାଇଛି।

ଗୁରୁବାର ଏବଂ ଶୁକ୍ରବାର ମଧ୍ୟ ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର, ନୂଆପଡା, ଅନୁଗୋଳ, ସୋନପୁର ଏବଂ ବୌଦ୍ଧ ଜିଲାକୁ ହିଟୱେଭ ଆଲର୍ଟ ଜାରି କରାଯାଇଥିଲା ବେଳେ ଗଜପତି, ଗଂଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ଜିଲାକୁ ଆଦ୍ରତା ଅନୁଭବ ହେବା ନେଇ ଆଲର୍ଟ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri