ରାଜ୍ୟ ବନ୍ଦରରୁ ବିଦେଶକୁ ମାଛ ରପ୍ତାନି ଯୋଜନା

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ ଥିବା ବନ୍ଦର ବାଟ ଦେଇ ବିଦେଶକୁ ସାମୁଦ୍ରିକ ମାଛ ରପ୍ତାନି କରିବା ପାଇଁ ଯୋଜନା କରାଯାଉଛି। ଏନେଇ ପ୍ରଶାସନିକ ସ୍ତରରେ ଉଦ୍ୟମ କରାଯିବ ବୋଲି ରାଜ୍ୟ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ କହିଛନ୍ତି। ଗୁରୁବାର ଆୟୋଜିତ ରପ୍ତାନି ଉନ୍ନୟନ ବାଣିଜ୍ୟ ନିର୍ଦ୍ଦେଶାଳୟର ଏକ ସମୀକ୍ଷା ବୈଠକରେ ସାହୁ କହିଛନ୍ତି ଯେ, କେନ୍ଦ୍ରୀୟ ଡେପୁଟେଶନରୁ ଫେରି ରାଜ୍ୟ ସରକାର ଏମ୍‌ଏସ୍‌ଏମ୍‌ଇ ବିଭାଗ ପ୍ରମୁଖ ଶାସନ ସଚିବଭାବେ ଦାୟିତ୍ୱ ନେବାପରେ ପ୍ରଥମ ବୈଠକ ଆୟୋଜନ କରି ଏହି ନିର୍ଦ୍ଦେଶାଳୟର ସମସ୍ତ କାର୍ଯ୍ୟକ୍ରମ ଉପରେ ଅବଗତ ହୋଇଥିଲେ ା ସମ୍ପ୍ରତି ରାଜ୍ୟର ବନ୍ଦରଗୁଡ଼ିକରୁ ସାମୁଦ୍ରିକ ମତ୍ସ୍ୟ ରପ୍ତାନି ପାଇଁ ସୁଯୋଗ ନ ଥିବା ଏବଂ ଏଥିପାଇଁ ପଡ଼ୋଶୀ ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ବନ୍ଦର ଉପରେ ନିର୍ଭର କରୁଥିବା ନେଇ ଅବଗତ ହେବାପରେ ଏ ଦିଗରେ ପଦକ୍ଷେପ ନିଆଯାଇ ରହିଥିବା ସମସ୍ୟାର ସମାଧାନ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଏନେଇ ଅଧିକ ଅନୁଧ୍ୟାନ କରିବାକୁ ସେ ଅଧିକାରୀମାନଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଗୋଲ୍ଡି ମାନିଲେ

କାନାଡାରେ ଜୁନ୍‌ ୨୦୨୩ରେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତା ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପାଇଁ କାନାଡାର ତତ୍କାଳୀନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଭାରତକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri